weather
ଆସନ୍ତାକାଲିଠୁ ପୁଣି ବଢ଼ିବ ତାତି। ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । ଏନେଇ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୫ ଦିନ ଯାଏ ହିଟ୍ ୱେଭ ହେବନି, କିନ୍ତୁ ଦୁଇ ଦିନ ଯାଏ କେତେକ ସ୍ଥାନରେ ବର୍ଷା ଘଡ଼ଘଡ଼ି ଓ ପବନ ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।ସେପଟେ ଆସନ୍ତା ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ବୀପ ପୁଞ୍ଜ ଛୁଇଁବ ବୋଲି ଆକଳନ କରାଯାଇଛି....
ଅଧିକ ପଢ଼ନ୍ତୁ: ଏହି ଦିନ ଆଣ୍ତାମାନ ଛୁଇଁବ ମୌସୁମୀ ବାୟୁ, ପାଣିପାଗ ବିଭାଗ ତରଫରୁ ମିଳିଲା ସୂଚନା
ସୂଚନା ଅନୁସାରେ ମେ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ। ଏହା କହିଛି ଭୁବନେଶ୍ୱର ପାଣିପାଗ ବିଭାଗ । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ କୁହାଯାଇପାରିବ ଯେ, ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ଏହା କହିଛନ୍ତି ।
ସେହିପରି ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ମିଳିଛି ଆଶ୍ୱସ୍ତି । କିନ୍ତୁ କିଛିଦିନ ତଳେ ହୋଇଥିବା ବିଳମ୍ବିତ ରାତିର କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଥିଲା । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା । ଏମିତିକି ତୁହାକୁ ତୁହା ଜୋରରେ ପବନ ବହିଥିଲା । ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ କିଛି ସମୟ ପାଇଁ ଗାଡିମୋଟର ଚଳାଚଳରେ ବାଧା ଉପୁଜିଥିଲା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/weather_1715745347.jpg)