Advertisment

ତାତିରୁ ମିଳିବ ତ୍ରାହି; ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକା ବର୍ଷିବ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Heat Wave

Heat Wave

Advertisment

ରାଜ୍ୟରେ ବଢ଼ୁଥିବା ତାତିରେ ଲାଗିବ ରୋକ୍ । ପଶ୍ଚିମା ଝଡ ପ୍ରଭାବରେ ତାତିରେ ସାମାନ୍ୟ ବିରାମ ଲାଗିବ। ରାଜ୍ୟ ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ନଥିବା ବେଳେ ପଶ୍ଚିମା ଝଡ ପ୍ରଭାବରେ ୫ ତାରିଖ ଯାଏଁ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କିନ୍ତୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିରେ ବ୍ରେକ୍ ଲାଗିବ ନାହିଁ । ରବିବାର ବି ୩୭ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର ଥିଲା।

Advertisment
Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ