/odishatv-khabar/media/post_attachments/uploadimage/library/16_9/16_9_0/IMAGE_1707365767.jpg)
Weather Update
ମାଘ ମାସରେ ଜାଡ଼ ବଦଳରେ କଲବଲ କରୁଛି ଖରା । ଫେବ୍ରୁଆରୀ ପ୍ରଥମ ସପ୍ତାହର ଖରାକୁ ଦେଖିଲେ ମୁଣ୍ଡ ବୁଲାଇ ଦେଉଛି । ଏବେ ଠାରୁ ହଠାତ୍ ଗରମ ଅନୁଭୂତ ହେଲାଣି । ଉପକୂଳରୁ ଆଭ୍ୟନ୍ତର, ସବୁଠି ଗରମରେ କଲବଲ ହେଉଛନ୍ତି ରାଜ୍ୟବାସୀ ।
Advertisment
ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୫ ଡିଗ୍ରୀ ବଢ଼ିଥିବା ବେଳେ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୭ ଡିଗ୍ରୀ ଅଧିକ ରେକର୍ଡ ହୋଇଛି । ଆହୁରି ୨ ଦିନ ଯାଏଁ ଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେପଟେ ଆଗାମୀ ଦୁଇ ଦିନ କୁହୁଡି ପାଇଁ କିଛି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ତେବେ ଆସନ୍ତା ୧୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)