Advertisment

ତାତିରୁ ମିଳିପାରେ ଆଶ୍ବସ୍ତି,ଆଗାମୀ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା

ତାତିରୁ ମିଳିପାରେ ଆଶ୍ବସ୍ତି। ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Weather update

Weather update

Advertisment

ତାତିରୁ ମିଳିପାରେ ଆଶ୍ବସ୍ତି। ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ବର୍ଷା ଫଳରେ ଦିନରେ ଖରା ଯେଉଁ ତାଉ ଦେଖାଉଥିଲା ସେଥିରୁ କିଛି ଟା ଆଶ୍ବସ୍ତି ମିଳିପାରେ। ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନ ତାପମାତ୍ରା। ଆସନ୍ତାକାଲିଠାରୁ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Advertisment

ସେହିପରି ୭ ଏବଂ ୮ ତାରିଖରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ଏଥିଲାଗି ୬ରୁ ୮ ତାରିଖ ମଧ୍ୟରେ ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ୭ ତାରିଖରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା । କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ । ତେବେ କାହିଁକି ବଢୁଛି ଗ୍ରୀଷ୍ମପ୍ରବାହ ଦିନ ?

Advertisment

ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି । ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Odisha Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ