Advertisment

ପୁଣି ରାଜ୍ୟରେ ତାତି ଛୁଇଁଲା ୪୫ ଡିଗ୍ରୀ

୭ ତାରିଖରୁ ବଢିବ ବର୍ଷା ବିସ୍ତୃତି। ୭ ଓ ୮ ତାରିଖରେ ଅଧିକ ରହିବ ବର୍ଷାର ପରିମାଣ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।

Heat wave

Heat wave

Advertisment

ରାଜ୍ୟରେ ପୁଣି ତାତି ଛୁଇଁଲା ୪୫ ଡିଗ୍ରୀ। ଆଜି ଟିଟିଲାଗଡରେ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ ହୋଇଛି। ସେପଟେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, କାଲିଠୁ ରାଜ୍ୟରେ ଖସିବ ତାତି। ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା ସମ୍ଭାବନା ରହିଛି।

Advertisment

୭ ତାରିଖରୁ ବଢିବ ବର୍ଷା ବିସ୍ତୃତି। ୭ ଓ ୮ ତାରିଖରେ ଅଧିକ ରହିବ ବର୍ଷାର ପରିମାଣ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। କିଛି ସ୍ଥାନରେ ପବନର ବେଗ ୩୦ରୁ ୪୦ ଓ ବଢି ୫୦ କିଲୋମିଟର ବି ଛୁଇଁପାରେ।

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା। କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ। ତେବେ କାହିଁକି ବଢୁଛି ଗ୍ରୀଷ୍ମପ୍ରବାହ ଦିନ ?

Advertisment

ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି । ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Heat Wave Weather Update Temperature
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ