/odishatv-khabar/media/post_attachments/uploadimage/library/16_9/16_9_0/IMAGE_1662800682.jpg)
Well-marked low pressure to concentrate into a depression
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପ ଅବପାତରେ ପରିଣତ ହୋଇପାରେ। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହୋଇ ଏହା ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଓଡ଼ିଶାରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆଜି ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୧୨ ତାରିଖ ବେଳକୁ କେବଳ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ବର୍ତ୍ତମାନ ସମୁଦ୍ର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିଛି। ତେଣୁ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।ଅନ୍ୟପକ୍ଷେ, ୧୭/୧୮ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।
ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ...ଜାଣନ୍ତୁ, ଆଗକୁ କେମିତି ରହିବ ପାଣିପାଗ, ଏନେଇ କ’ଣ କହୁଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର#WeatherUpdatepic.twitter.com/7ozonTnOIi
— ଓଟିଭି (@otvkhabar) September 10, 2022
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)