Advertisment

୨୪ ଘଣ୍ଟାରେ ଡିପ୍ରେସନରେ ପରିଣତ ହୋଇପାରେ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର, ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ଓ ତତ୍‌ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହୋଇପାରେ।

ଅଦ୍ୟତନ ହୋଇଛି
undefined

Heavy Rain Alert

Advertisment

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଓ ତତ୍‌ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କି.ମି. ରହିପାରେ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

ଏହାର ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୮ ଉପକୂଳବର୍ତ୍ତୀ ଜିଲ୍ଲା ଓ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ଜଗତସିଂହପୁରେ ୧୦୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ବାଲିକୁଦାରେ ୯୬ ମି.ମି., କୁଜଙ୍ଗରେ ୯୧ ମି.ମି. ବର୍ଷା ରେକର୍ଡ କରାଯାଇଛି।   

Advertisment

ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀଙ୍କୁ ଆଜିଠୁ ୧୪ ତାରିଖ ଯାଏ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇପାରେ। ଏହି ବୃଷ୍ଟିପାତ ଚାଷ କାର୍ଯ୍ୟରେ ସହାୟକ ହେବ। ହେଲେ ତଳୁଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Odisha Weather Rain In Odisha Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ