• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଆଗାମୀ ୫ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପାଇଁ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ ।

୨୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାସହ ପୁରୀ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

ଗତ କିଛିଦିନ ହେଲା ରାଜ୍ୟରେ ପଶ୍ଚିମା ଝଡ଼ ଲାଗି ରହିଛି । ଫଳରେ ପଶ୍ଚିମା ଝଡ଼ ପ୍ରଭାବରେ ପ୍ରବଳ ବର୍ଷା ହେବା ସହ ବିଭିନ୍ନ ସ୍ଥାନରେ କୁଆପଥର ମାଡ଼ ହୋଇଛି । କେତେକ ସ୍ଥାନରେ ଚାଷ ଉପରେ ବିଶେଷ ପ୍ରଭାବ ପକାଇଛି ପଶ୍ଚିମାଝଡ଼ । ବ୍ୟାପକ ପନିପରିବା ଚାଷ ନଷ୍ଟ କରିଛି ।