• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ହଠାତ କାହିଁକି ଦୁର୍ବଳ ହୋଇଗଲା ବାତ୍ୟା ଦାନା ? କାହିଁକି ବିଳମ୍ବ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଭୀଷଣ ବାତ୍ୟାରୁ ଦାନା କେବଳ ବାତ୍ୟା ସ୍ଥିତିକୁ ଆସିବାପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଦୁଇଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ପାଇଁ ବିଳମ୍ବ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ ପ୍ରକ୍ରିୟା ।

ସୂଚନା ଅନୁସାରେ ବାତ୍ୟା ‘ଦାନା’ ଉପକୂଳ ମୁହାଁ ହେଉଥିବା ବେଳେ ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଥିଲା । ଉଭୟ ପୂର୍ବ ଓ ପଶ୍ଚିମ ଦିଗରୁ ଦୁଇଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଥିଲା । ଏଥିପାଇଁ ବାତ୍ୟାର ଗତି ସାମାନ୍ୟ ମନ୍ଥର ହୋଇଯାଇଥିଲା ବୋଲି କହିଛନ୍ତି , ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଲ୍ୟାଣ୍ଡଫଲ ପ୍ରକ୍ରିୟା ସାଧାରଣତଃ ୫ରୁ ୬ ଘଣ୍ଟା ଲାଗିଥାଏ । ହେଲେ ବାତ୍ୟା ଦାନାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଟିକେ ବିଳମ୍ବ ହୋଇଥିଲା ।

 

OTV is now on Whatsapp

Join and get latest news update delivered to you via whatsapp

Join Now