• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଖସିବ ପାରଦ। ବଢ଼ିବ ଜାଡ଼ । ଆଜିଠୁ ରାଜ୍ୟରେ ରାତିର ତାପମାତ୍ରା ହ୍ରାସ ପାଇବ । ସର୍ବନିମ୍ନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ଖସିବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ୍ ତଳକୁ ହ୍ରାସ ପାଇବ । ୯ ତାରିଖରୁ ରାତି ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ଦୁଇଦିନ ମଧ୍ୟରେ ଜଗତ୍‌ସିଂହପୁର, କଳାହାଣ୍ତି, ସୁନ୍ଦରଗଡ଼, କନ୍ଧମାଳ, ଯାଜପୁର ଆଦି ସ୍ଥାନରେ ତାପମାତ୍ରା କମିବା ସହ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୩ ଦିନରେ ପୁଣି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆସନ୍ତା ୯ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ମଧ୍ୟ ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ: ଆକାଶରୁ ଖସୁଛି ମୃତ୍ୟୁ! ଯମ ଦୂତ ସାଜିଛି ବଜ୍ରପାତ! ଘଡ଼ଘଡ଼ି ପଡ଼ି ଗଲାଣି ୧୦୫୭ ଜୀବନ

ସେପଟେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ରେକର୍ଡ କରାଯାଇଛି । ଘୁ.ଉଦୟଗିରିରେ ମଧ୍ୟ ତାପମାତ୍ରା କମ୍ ରହିଛି । ଏହା ବାଦ୍ ଅନ୍ୟ ସମସ୍ତ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ଏହା ସହ ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଆସନ୍ତା ୧୨ରେ ଉପକୂଳ ଛୁଇଁବ ବୋଲି ଜଣାପଡ଼ିଛି ।

ପରେ ଡିସେମ୍ବର ଦ୍ୱିତୀୟ ସପ୍ତାହକୁ ଅବପାତରେ ପରିଣତ ହୋଇପାରେ । ଆଜିଠାରୁ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପାଗ ଆଶିଂକ ମେଘୁଆ ରହିପାରେ । ୯ ପରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୧୦ରୁ ରାତ୍ରି ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି ।

ଅଧିକ ପଢ଼ନ୍ତୁ: ମାଡ଼ି ଆସୁଛି ବର୍ଷା; କ୍ଷେତରେ ପଡ଼ିଛି ଧାନ, ଚିନ୍ତାରେ ଚାଷୀକୁଳ

OTV is now on Whatsapp

Join and get latest news update delivered to you via whatsapp

Join Now