• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଆଜି ରାତି, ଓ କାଲି ସକାଳେ ଦେଖାଦେଇପାରେ ଘନକୁହୁଡି

ଭୁବନେଶ୍ୱର : ଆସନ୍ତାକାଲି ସକାଳେ ରାଜ୍ୟର ୧୧ଟି ଜିଲ୍ଲାରେ ଘନ କୁହୁଡି ଦେଖାଦେଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକ ଲାଗି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ । ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ଏହି ଜିଲ୍ଲା ଗୁଡିକର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା କୁହୁଡି ଅନୁଭୂତ ହୋଇପାରେ । ସେହିପରି ପଶ୍ଚିମ ଦିଗରୁ ଆସୁଥିବା ୱେଷ୍ଟର୍ଣ୍ଣ ଡିଷ୍ଟବାର୍ଣ୍ଣସ୍ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି ।

ବଙ୍ଗୋପ ସାଗରରୁ ଆସୁଥିବା ଉଷ୍ଣ ଜଳୀୟ ବାଷ୍ପ ଯୁକ୍ତ ବାୟୁ ଯୋଗୁଁ ରାଜ୍ୟରେ ଶୀତର ପ୍ରକୋପ୍ ସାମାନ୍ୟ ହ୍ରାସ ପାଇଛି । ବିଶେଷ କରି ରାତିର ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ପାଇଛି । ଆସନ୍ତା କିଛି ଦିନ ଯାଏ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।