/odishatv-khabar/media/post_attachments/uploadimage/library/16_9/16_9_0/Weather_1706415606.jpg)
Weather
ରାଜ୍ୟରେ ଜାରି ରହିଛି ଶୀତ ଲହରି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏପଟେ ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି । ଫଳରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି ।
ଗତକାଲି ରାଜ୍ୟର ବହୁ ସ୍ଥାନରେ ଶୀତ ଲହରୀ ଅନୁଭୂତ ହୋଇଛି । ଆସନ୍ତା ୧, ୨ ଆଡ଼କୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧ ରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ସ୍ଥାନରେ ବର୍ଷା ହୋଇପାରେ । ସେହିପରି ଆସନ୍ତା ୨ କୁ ଭଦ୍ରକ, ମୟୂରଭଞ୍ଜର ଅଳ୍ପ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସେହିପରି ବର୍ତ୍ତମାନ ମଧ୍ୟ ରାଜ୍ୟରେ ଜାରି ରହିଛି ଶୀତ ଲହରି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଏପଟେ ଆଜି ସକାଳୁ ରାଜଧାନୀ ସମେତ କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି । ଫଳରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲା ଏବଂ କଟକ, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁରରେ କୁହୁଡ଼ି ଦେଖାଦେଇଛି ।
#ରାଜ୍ୟରେ_ଜାରି_ରହିଛି_ଶୀତ_ଲହରି
ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।..#WeatherUpdate#Odisha#OTVpic.twitter.com/XHObCtjp5H— ଓଟିଭି (@otvkhabar) January 28, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)