/odishatv-khabar/media/post_attachments/uploadimage/library/16_9/16_9_0/Rainfall_1756524595.jpg)
Rainfall
ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତା କାଲିଠୁ ପୁଣି ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ, ଉତ୍ତର ଓ ପଶ୍ଚିମ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । ସକାଳୁ ସକାଳୁ ଟୁଇନ ସିଟି କଟକ-ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି ।
Advertisment
ସେପଟେ କାଲି ପ୍ରବଳ ବର୍ଷା ହେବା ନେଇ ସାରା ରାଜ୍ୟକୁ ଜାରି ହୋଇଛି ୟେଲୋ ଆଲର୍ଟ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିଭଳି ସେପ୍ଟେମ୍ବର ୧ ତାରିଖରେ ବି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି ।
୨ ତାରିଖରେ ବି ସବୁ ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ଆଲର୍ଟ । ଏହିପରି ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)