rain warning
ରାଜ୍ୟରେ ଆହୁରି ତିନି ଦିନ ଯାଏଁ ବର୍ଷା ସମ୍ଭାବନା । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଅତିପ୍ରବଳ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସମ୍ଭାବନା ରହିଛି ।
ପ୍ରଭାବରେ ଆଜି ଉପକୂଳ ଓଡ଼ିଶାର ଜଗତସିଂହପୁର ଓ କେନ୍ଦ୍ରପଡ଼ା ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବାକି ୨୮ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । କାଲି କନ୍ଧମାଳ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ ବାକି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
୨୭ ତାରିଖରେ ସାରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି ହୋଇଥିବାବେଳେ ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଅତିପ୍ରବଳ ବର୍ଷା ହୋଇପାରେ ।
ଲଗାଣ ବର୍ଷା ଫଳରେ ସୁବର୍ଣ୍ଣରେଖାରେ ଷଷ୍ଠ ଥର ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ବସ୍ତା, ବାଲିଆପାଳ, ଜଳେଶ୍ୱର ଓ ଭୋଗରାଇ ଅଂଚଳ ପ୍ରଭାବିତ। ବିଭିନ୍ନ ଗାଁ ପାଣି ଘେରରେ ରହିଥିବାବେଳେ ନଦୀ କୂଳିଆ ଗାଁ ଗୁଡ଼ିକରେ ୪ ଫୁଟରୁ ଅଧିକ ଉଚ୍ଚର ପାଣି ପ୍ରବାହିତ ହେଉଛି । ଧାନ ଓ ପନିପରିବା ଚାଷ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1756095171.jpg)