• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । ଏନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା,କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ତେବେ ୟେଲୋ ୱାର୍ଣ୍ଣିଂ ନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ SRC ଚିଠି ଲେଖିଛନ୍ତି । ବଜ୍ରପାତ ଓ ବର୍ଷା ନେଇ ଅଘଟଣ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ସେହି ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

ସେହିପରି ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ।

ଅନ୍ୟପଟେ ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାତାର ଭାବେ ବଢୁଛି ତାପମାତ୍ରା । ଚଳିତ ବର୍ଷ ପ୍ରଥମ ଥର ପାଇଁ ସୋନପୁର ଓ ବଲାଙ୍ଗୀରର ତାପମାତ୍ରା ୪୩ ଡିଗ୍ରୀ ପାର ହୋଇଛି ।