Yellow Warning for Heat and Sultry Weather
ମୌସୁମୀ ଓଡିଶାରେ ପହଞ୍ଚି ସାରିଥିଲେ ମଧ୍ୟ ଗରମ ଓ ଗୁଳୁଗୁଳିରୁ ନିସ୍ତାର ନାହିଁ । ଆଗାମୀ ୩ ଦିନ ଯାଏ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ଭୀଷଣ ଗରମ ସାଙ୍ଗକୁ ଗୁଳୁଗୁଳି ହେବ । ଏ ନେଇ ଆଲର୍ଟ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଅନେକ ସ୍ଥାନରେ ଉଷ୍ମ ଓ ଆର୍ଦ୍ର ପରିବେଶ ଯୋଗୁଁ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୨ ଦିନରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ। ଏହା ପରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ।
ଅଧିକ ପଢ଼ନ୍ତୁ: ମୌସୁମୀରେ ବିରାମ ! ବଢିଲା ଗ୍ରୀଷ୍ମର ପ୍ରକୋପ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ରାଜ୍ୟର କିଛି କିଛି ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ମଧ୍ୟ ରହିଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1749279223.jpg)