/odishatv-khabar/media/post_attachments/uploadimage/library/16_9/16_9_0/IMAGE_1712803972.jpg)
Yellow Alert
ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ପାଣିପାଗ ବିଭାଗର ସୂଚନା ଅନୁସାରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, ଅନୁଗୁଳ, ଦେବଗଡ଼ ଜିଲ୍ଲାର ଅନେକ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଭୁବନେଶ୍ୱର କଟକରେ ମଧ୍ୟ ହାଲୁକା ବର୍ଷା ସହିତ ମେଘୁଆ ପାଗ ରହିଛି । ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ମାରୁଥିବାରୁ ଆସନ୍ତା କିଛି ଘଣ୍ଟା ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
Advertisment
ସେପଟେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼କୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)