/odishatv-khabar/media/post_attachments/uploadimage/library/16_9/16_9_0/Dense_Fog_1640865220.jpg)
Dense Fog
ଆସନ୍ତାକାଲି ଘନ କୁହୁଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି।
ଅନ୍ୟପକ୍ଷେ, ଗତ ୨ ଦିନ ଧରି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଅଦିିନିଆ ବର୍ଷା ଯୋଗୁ ପରିବା ଚାଷ ପ୍ରଭାବିତ ହେବାର ଆଶଙ୍କା ଅଛି। କେବଳ ବର୍ଷା ନୁହେଁ କୁହୁଡ଼ି ପାଇଁ ମଧ୍ୟ ସ୍ୱତନ୍ତ୍ର ରିଲିଫ କମିଶନର(SRC) ପକ୍ଷରୁ ସତର୍କ ରହିବାକୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖା ଯାଇଛି। ୟ
ଅଦିନିଆ ବର୍ଷାରେ ଭିଜୁଛି ମଣ୍ଡିରେ ପଡ଼ି ରହିଥିବା ଧାନ । ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ରାତିରୁ ପ୍ରବଳ ବର୍ଷା ହେଉଛି। କିଛି ସମୟ ବନ୍ଦ ରହିବା ପରେ ପୁଣି ବର୍ଷା ଏହି ବର୍ଷାରେ ମଣ୍ଡିରେ ଖୋଲା ଆକାଶ ତଳେ ପଡ଼ି ରହିଥିବା ଲକ୍ଷ ଲକ୍ଷ ବସ୍ତା ଧାନ ଭିଜି ଗଲାଣି। ଧାନକୁ ଏବେ ମିଲରମାନେ ନେବେ କି ନାହିଁ, ନେଲେ କେତେ କଟନି ଛଟନି କରିବେ ? ଏହି ଭୟରେ ଚାଷୀମାନେ ଚିନ୍ତିତ ଅଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)