/odishatv-khabar/media/post_attachments/uploadimage/library/16_9/16_9_0/IMAGE_1688782081.jpg)
yellow warning
ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର । ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)