Advertisment

୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଦ୍ୟତନ ହୋଇଛି
yellow warning

yellow warning

Advertisment

ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର । ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

Advertisment
Yellow Warning Rainfall
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ