ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ। ଚାହୁଁ ଚାହୁଁ ଜଳିଗଲା ପୁରା ବିଲ୍ଡିଂ। ଗୁଜରାଟ ଆନନ୍ଦ ସହରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଏକ ହୋଲସେଲ୍ ବାଣ ଦୋକାନରେ ଅଗ୍ନିକାଣ୍ଡ ପରେ ଏହା ଭୟଙ୍କର ରୂପ ନେଇଥିଲା। ନିଆଁର ପ୍ରକୋପ ଏତେ ଥିଲା ଯେ ଏହା ଆଖପାଖ ବିଲ୍ଡିଂକୁ ମଧ୍ୟ ବ୍ୟାପିଯାଇଥିଲା। ଆନନ୍ଦ ସହରର ରେଡକ୍ରସ୍ ବ୍ଲଡ୍ ବ୍ୟାଙ୍କ ନିକଟସ୍ଥ ବିଲ୍ଡିଂରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ବାଣ ପୋଡ଼ିିଯିବା ସହ ୭ଟି ବାଇକ୍ ଓ ଏକ କାର୍ ଜଳିଯାଇଛି। ନିଆଁ ଲିଭାଇବା ବେଳେ ଅଗ୍ନିଶମ ବାହିନୀର ଜଣେ କର୍ମଚାରୀ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ନିଆଁ ଲାଗିବା ପରେ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଖିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବହୁ କସରତ ପରେ ନିଆଁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡ କିଭଳି ଘଟିଲା ତାହା ଜଣାପଡ଼ିନାହିଁ।
ଆଜି ଉଜ୍ଜ୍ୱଳା ଯୋଜନା ୨.୦ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶ ମହୋବାରେ ହିତାଧିକାରୀଙ୍କୁ ଏଲପିଜି ସିଲିଣ୍ଡର ବଣ୍ଟନ ସହ ଭିଡିଓ କନ୍ଫରେନ୍ସିଂରେ ପ୍ରଧାନମନ୍ତ୍ରୀ ଏହାର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି। ଦିନ ସାଢ଼େ ୧୨ଟାରେ ଯୋଜନାର ଶୁଭାରମ୍ଭ କରିବା ସହ ହିତାଧିକାରୀଙ୍କ ସହ କଥା ହେବେ ଏବଂ ଏହି ଅବସରରେ ଦେଶବାସୀଙ୍କୁ ମଧ୍ୟ ସମ୍ବୋଧନ କରିବେ ପିଏମ୍। ଗତ ୨୦୧୬ ମସିହାରେ ଉଜ୍ଜ୍ୱଳା ଯୋଜନାର ଶୁଭାରମ୍ଭ ବେଳେ ବିପିଏଲ୍ ପରିବାରର ପ୍ରାୟ ୫ କୋଟି ମହିଳାଙ୍କୁ ଏଲପିଜି ସିଲିଣ୍ଡର ଯୋଗାଇଦେବା ପାଇଁ ଲକ୍ଷ୍ୟ ରଖାଯାଇଥିଲା। ପରେ ୨୦୧୮ରେ ଅନ୍ୟ ୭ଟି ବର୍ଗର ମହିଳାଙ୍କୁ ଏଥିରେ ସାମିଲ କରାଯାଇଥିଲା। ପରେ ଏହି ଟାର୍ଗେଟ୍ ୮ କୋଟିକୁ ବୃଦ୍ଧି ପାଇଥିଲା।
ଇନଡୋର ଷ୍ଟାଡିୟମରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଭାରୋତ୍ତୋଳନ ସହ ଯୋଗାଭ୍ୟାସ, ବ୍ୟାୟାମଶାଳା ରହିବ ପ୍ରାକୃତିକ ବିପର୍ଯ୍ୟୟ ବେଳେ ଷ୍ଟାଡିୟମକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବା ସହ ମହାମାରୀ ବେଳେ ଡାକ୍ତରଖାନା ଭାବେ ମଧ୍ୟ ବ୍ୟବହାର କରାଯାଇ ପାରିବ। More
ଏବେ ପ୍ରଶ୍ନ ଉଠୁଛି, କୋଭିଡ୍ ଦ୍ୱିତୀୟ ଲହରରେ ପ୍ରକୃତରେ ରାଜ୍ୟର କେତେ ଲୋକଙ୍କ ଜୀବନ ଯାଇଛି? କଣ ପାଇଁ ସରୁନି ମୃତକଙ୍କ ଗଣତି? ଡେଥ୍ ଅଡିଟ୍ ଲାଗି ଆଉ କେତେ ଦିନ ଲାଗିବ? ସେନେଇ ବି କାହିଁକି କୌଣସି ସ୍ପଷ୍ଟ ଉତ୍ତର ରଖୁନାହାନ୍ତି ସରକାର। More
ରାଜ୍ୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ଆଦି ସାମାଜିକ କାର୍ଯ୍ୟରେ ୨୦ରୁ ୨୫ ଜଣଙ୍କୁ ଅନୁମତି ମିଳୁଛି। ଏପରି ସ୍ଥଳେ ଲୋକେ ବାଧ୍ୟହୋଇ ନିରାଡମ୍ବର ଆୟୋଜନ କରୁଥିବାରୁ ସେମାନଙ୍କର କୌଣସି ଆବଶ୍ୟକତା ପଡୁନି। ତେଣୁ ସେମାନଙ୍କ ବ୍ୟବସାୟ ଠପ୍ ସାଙ୍ଗକୁ ସାଜ ସରଞ୍ଜାମରେ କଳଙ୍କି ଲାଗିଲାଣି। More
ସେପଟେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ସରକାର ସଜାଗ ଅଛନ୍ତି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ଏବେ ବି ବର୍ଷା ହେବାର ସମୟ ଅଛି। ଜିଲ୍ଲାପାଳମାନେ ପ୍ରାକୃତିକ ବିପର୍ଯ୍ୟୟ କମିଟିକୁ ଦୈନିକ ବର୍ଷାର ରିପୋର୍ଟ ଦିଅନ୍ତି। ସରକାର ସବୁ ସମୟରେ ଚାଷୀଙ୍କ ସହ ଅଛନ୍ତି ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି। More
କରୋନାକୁ ହରେଇବାକୁ ହେଲେ ଏହାର ବ୍ରହ୍ମାସ୍ତ୍ର ହେଲା ଟିକାକରଣ। ଏହି ଟିକାକରଣ କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହେବା କଥା ଓ ସମସ୍ତ ନିୟମକୁ ମାନିବା ଆବଶ୍ୟକ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ ସୂଚନା ଦେଇଛନ୍ତି। ଝାରସୁଗୁଡାରେ ଏକ ଟିକାକରଣ କେନ୍ଦ୍ର ପରିଦର୍ଶନରେ ଯାଇ ସ୍ୱାସ୍ଥ୍ୟମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତି। More