• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 25 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 3 years ago

ଗଜପତିରେ ଭୂସ୍ଖଳନ ଆଶଙ୍କା: ଗାଁ ଲୋକ, ପ୍ରସୂତି ସ୍ଥାନାନ୍ତରିତ

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ । ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଛି । More

  • Chandan Shishu
  • 3 years ago

ହେପାଜତ ମୃତ୍ୟୁ ଅଭିଯୋଗର ତଦନ୍ତ ହେବ: ଡିଆଇଜି

ପୋଲିସ ମାଡରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ ଆଣି ପରିବାର ଓ ଗ୍ରାମବାସୀ ବରଗଡ ମୁଖ୍ୟ ଚିକିତ୍ସାଳୟରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଏପରିକି ଉତ୍ତେଜିତ ଗ୍ରାମବାସୀ ଏବଂ ପୋଲିସ ଧସ୍ତାଧସ୍ତି ହୋଇଥିଲା। ପରିବାର ଲୋକେ ମୃତଦେହକୁ ଧରି ଆନ୍ଦୋଳନ ବି କରିଥିଲେ। More

  • Chandan Shishu
  • 3 years ago

୮୫ କିମି ବେଗରେ ବହିବ ପବନ: ୩ ନଦୀରେ ବନ୍ୟା ଆଣିବ ଗୁଲାବ !

ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଅତ୍ୟନ୍ତ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ୍ ଓ ବିଜୟନଗରମ୍ ଜିଲ୍ଲାର ଉପକୂଳରେ ଅଧମିଟର ପର୍ଯ୍ୟନ୍ତ ଜୁଆର ଉଠିପାରେ। ତେଣୁ ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି। More

  • Chandan Shishu
  • 3 years ago

ପ୍ରଥମ ଚାନ୍ସରେ UPSC କ୍ଲିୟର: ଦେଶରେ ଟପ୍‌-୪ରେ ୟାଶଙ୍କ ନାଁ

ୟାଶ ବଡ଼ବିଲ ସେଣ୍ଟ ମେରୀ ସ୍କୁଲରେ ପାଠ ପଢୁଥିଲେ। ୨୦୧୨ରେ ସେଠାରୁ ୨ୟ ଟପର ହୋଇ କୃତକାର୍ଯ୍ୟ ହୋଇଥିଲେ। ତାଙ୍କର ଯୁକ୍ତ ୨ ପାଠପଢା ପରେ ସେ ଦିଲ୍ଲୀର କିରୋଡିମଲ୍ଲ କଲେଜରୁ ଗ୍ରାଜୁଏସନ କରି ଦିଲ୍ଲୀ ସ୍କୁଲ ଅପ ଇକୋନୋମିକରୁ ମାଷ୍ଟର ଡିଗ୍ରୀ ହାସଲ କରିଥିଲେ। ସିଭିଲ ସର୍ଭିସ ପରୀକ୍ଷାରେ ସେ ଅର୍ଥଶାସ୍ତ୍ରକୁ ତାଙ୍କର ଅଫସନାଲ ରଖିଥିଲେ। More

  • Chandan Shishu
  • 3 years ago

ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ: କେଉଁଠି କରିବ ଲ୍ୟାଣ୍ଡଫଲ୍‌, ଜାଣନ୍ତୁ

ଏହି ସମୟରେ ପବନର ବେଗ ରହିବ ଘଣ୍ଟାକୁ ୬୫ରୁ ୭୫ କିଲୋମିଟର । ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । More

  • Chandan Shishu
  • 3 years ago

ଥାନା ହାଜତରେ ଯୁବକଙ୍କ ମୃତ୍ୟୁ ! ପୋଲିସ- ପବ୍ଲିକ୍ ମୁହାଁମୁହିଁ

ଖବର ପାଇଁ ପରିବାର ଲୋକ ଏବଂ ଗ୍ରାମବାସୀ ଡାକ୍ତରଖାନାକୁ ପହଞ୍ଚି ବ୍ୟାପକ ଭଙ୍ଗାରୁଜା କରିଥିଲେ। ପରିବାର ଲୋକେ ଅଭିଯୋଗ କରିଥିଲେ ଯେ ପୋଲିସ ଗୋବିନ୍ଦଙ୍କୁ ପିଟି ପିଟି ମାରି ଦେଇଛି ଏବଂ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମ କରିଥିବା ମୃତକଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। More

  • Chandan Shishu
  • 3 years ago

ସୀତାରାମଙ୍କୁ ଝୁରୁଛି 'ଡକେଇପାଳ'

ତାଙ୍କର ମୃତ୍ୟୁ ଖବର ଆସିବା ପରଠୁ ଗ୍ରାମରେ ଚୂଲି ବି ଜଳୁନି। ସମସ୍ତେ ସୀତାରାମଙ୍କୁ ଝୁରୁଛନ୍ତି । ସେ ଅତ୍ୟନ୍ତ ଦୁଃସାହସୀ ଥିବାବେଳେ ପାଣି ଭିତରେ ମୃତ୍ୟୁ କଥାକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି l ଡକେଇପାଳ ଗାଁ ଝୁରୁଛି। More

  • Prangyan Parimita
  • 3 years ago

ସୁନାମଧନ୍ୟ ଶିଳ୍ପୀ ! ପ୍ରମୋଦଙ୍କ ହାତ ପରଶରେ ଜୀବନ୍ତ ହୋଇ ଉଠନ୍ତି ମାଟି, ପଥର, କାନଭାସ

ଘସିପୁରା ବ୍ଳକ ଅଳତୀ ଗ୍ରାମର ଶ୍ରୀନିବାସ ବରାଳ ଓ ମାତା ନିର୍ମଳାଙ୍କ ବଡ଼ ପୁଅ ପ୍ରମୋଦ। ତାଙ୍କ ହାତ ପରଶରେ ମାଟି ଓ କାନଭାସରେ ଗଢିଉଠେ ଅନନ୍ୟ ପ୍ରତିମା । କାଠ, ପଥର ,ସିମେଣ୍ଟ ଏବଂ ଫାଇବରରେ ତିଆରି ହୁଏ ଆର୍କଷଣୀୟ କାରୁକାର୍ଯ୍ୟ ଓ ଦେବାଦେବୀ ମୂର୍ତ୍ତୀ । ଗାଁ ସ୍କୁଲରୁ ମାଟ୍ରିକ ପାସ୍‌ ପରେ ସରକାରୀ ମହାବିଦ୍ୟାଳୟ ଖଲିକୋଟରୁ କଳାରେ ଡିଗ୍ରୀ ହାସଲ କରି ନିଜକୁ ଜଣେ ସଫଳ କାରିଗର ଭାବେ ପ୍ରତିଷ୍ଠିତ କରିପାରିଛନ୍ତି । More

  • Chandan Shishu
  • 3 years ago

ଚାନ୍ଦିପୁର ଆସିବାକୁ କହିଥିଲେ ରହସ୍ୟମୟୀ !

ମହିଳା ଜଣକ ୭ଟି ଫେସବୁକ୍ ଆକାଉଣ୍ଟ କରିଥିଲେ। ଭିନ୍ନ ଭିନ୍ନ ପରିଚୟ ଦେଇ ସେ ଏସବୁ ଖୋଲିଥିଲା। ଅଲଗା ଲୋକ ସହ ଯୋଗାଯୋଗ କରିବାକୁ ଅଲଗା ଆକାଉଣ୍ଟ ବ୍ୟବହାର କରୁଥିଲା। ଅଭିଯୁକ୍ତଙ୍କ ସହ କଥା ହେଉଥିବା ୟୁକେ ଫୋନ୍ ନମ୍ବର ସମ୍ପର୍କରେ ଏବେ ଖୋଲତାଡ଼ କରାଯାଉଛି। More

  • Sarbeswar
  • 3 years ago

ମହାନଦୀ ପଠାରୁ ଉଦ୍ଧାର ହେଲା ହାତୀର ମୃତ ଦେହ

କଟକ ମୁଣ୍ଡଳି ବ୍ରୀଜ୍ ଉପରମୁଣ୍ଡରେ ଥିବା ମହାନଦୀ ପଠାରୁ ୪ ମାସର ହାତୀ ଛୁଆର ମୃତଦେହ ଉଦ୍ଧାର କରିଛି ବନବିଭାଗ। ଆଠଗଡ ଡିଏଫଓଙ୍କ ସହ ରେଞ୍ଜର ଓ ପ୍ରାଣୀ ଚିକିତ୍ସକ ଦେଶୀ ଡଙ୍ଗାରେ ନଦୀ ପାର ହୋଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ସେଠାରେ ହାତୀଛୁଆର ଶବ ବ୍ୟବଚ୍ଛେଦ କରାଯାଇ ପୋତାଯାଇଛି। ଗତକାଲି ୧୭ ରୁ ଅଧିକ ହାତୀପଲ ମହାନଦୀ ପାର ହେଉଥିବା ବେଳେ ନଦୀର ସୁଅରେ ଭାସି ଯାଇଥିଲେ। More

  • Sarbeswar
  • 3 years ago

ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟର ୭ଟି ଜିଲ୍ଲାରେ ଅଧିକ ବର୍ଷା ଓ ପବନ ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରିରେ ଅଧିକ ପ୍ରଭାବ ପଡ଼ିବ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। More

  • Sarbeswar
  • 3 years ago

ମିଳିଲା ନିଖୋଜ ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହ

ନିଖୋଜ ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହ ଉଦ୍ଧାର ହୋଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ମୃତଦେହ ଉଦ୍ଧାର ହେଲା। ଭାସି ଯାଉଥିବା ବେଳେ ମୃତଦେହ ଉଦ୍ଧାର କଲେ ସ୍ଥାନୀୟ ଲୋକେ। ଗତକାଲି ମୁଣ୍ଡଳି ବୋଟ୍ ଟ୍ରାଜେଡି ଘଟଣା ପରଠୁ ନିଖୋଜ ଥିଲେ ସୀତାରାମ। More

  • Minati Mishra
  • 3 years ago

ଜୀବନଠାରୁ ବଡ଼ ଖବର କିଛି ନାହିଁ !

ଜୀବନଠାରୁ ବଡ଼ ଷ୍ଟୋରି ବା ଖବର ଆଉ କିଛି ନାହିଁ। ନିଜ ଜୀବନକୁ ବିପନ୍ନ କରି ବା ଅନ୍ୟର ଜୀବନକୁ ବିପଦରେ ପକାଇ ସମାଜକୁ ଖବର ଦେବାର ପରିଣାମ ସବୁବେଳେ ସକାରାତ୍ମକ ହୋଇନଥାଏ। More

  • Prangyan Parimita
  • 3 years ago

ଶରଧାପୁର ଗାଁରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

 ଶରଧାପୁର ଗାଁ ଠାରୁ ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ପ୍ରେମୀଯୁଗଳ ବେକରେ ରଶି ଲଗେଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ମହିଳା ଜଣଙ୍କ ବର୍ଷେ ପୂର୍ବେ ସିନାପାଲି ଅଞ୍ଚଳରେ ବିବାହ କରିଥିଲେ । ତେବେ କିଛି ଦିନ ତଳେ ଉକ୍ତ ଯୁବତୀ ଜଣକ ନିଜ ବାପ ଘର ଶରଧାପୁରକୁ ଆସିଥିଲେ । More

  • Sarbeswar
  • 3 years ago

କାହିଁକି ବାରମ୍ବାର ଓଡ଼ିଶା ମହାଁ ହେଉଛି ସାମୁଦ୍ରିକ ଝଡ଼?

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହା ନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି More

  • Pallipuspa Samal
  • 3 years ago

ଘରେ ପ୍ରସ୍ତୁତ କରନ୍ତୁ ଚଟ୍‌ପଟା ‘ନୁଡୁଲ୍ସ ପକୋଡ଼ା’

କେବେ ଆପଣ ନୁଡୁଲ୍ସର ପକୋଡ଼ା ଖାଇଛନ୍ତି କି? ଆଜି ଆମେ ଆପଣଙ୍କୁ ଏକ ଚଟପଟା ସ୍ନାକ୍ସ ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ନୁଡୁଲ୍ସ ପକୋଡ଼ା’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ । More

  • Prangyan Parimita
  • 3 years ago

ଢେଙ୍କାନାଳ ବାରୁଆଁରେ ସମିତି ସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳି କରି ହତ୍ୟା ଅଭିଯୋଗ : ସକାଳୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ଢେଙ୍କାନାଳ ତୁମୁସିଙ୍ଗା ଥାନା ଅଧିନ ବାରୁଆଁ ସମିତି ସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ଗତ ରାତିରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଗୁଳିମାଡ କରି ଦୁର୍ବୃତ୍ତ ଫେରାର ଅଛି । ଆଜି ସକାଳୁ ଜାମୁଝରା ପାଖରେ ଦୀପକଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ । More

  • Prangyan Parimita
  • 3 years ago

ଆଜି ସଂଧ୍ୟାରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା : ଆଇଏମଡି ଡିଜି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବାପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ଗଭୀର ଅବପାତଦକ୍ଷିଣ ଓଡ଼ିଶାର ଗୋପାଳପୁର ଠାରୁ ୪୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି । More

  • Sarbeswar
  • 3 years ago

ବସ୍‌ଷ୍ଟାଣ୍ଡରେ ଦୁଇ ପିଲାଙ୍କୁ ଛାଡ଼ି ଦେଇ ଚମ୍ପଟ ମାରିଲା ବାପା....

ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଅସହାୟ ଅବସ୍ଥାରେ ଭାଇଭଉଣୀ ଉଦ୍ଧାର ହୋଇଛନ୍ତି। ୮ ବର୍ଷର ଭଉଣୀ ସହ ୫ ବର୍ଷର ଭାଇକୁ ଭରତପୁର ପୋଲିସ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶିଶୁ ଦୁଇଜଣ ଗଞ୍ଜାମ ଜିଲ୍ଲା କୋଦଳା ଅଞ୍ଚଳର ବୋଲି ସୂଚନା ମିଳିଛି More

  • Prangyan Parimita
  • 3 years ago

ଆଶ୍ରିତ ପଟ୍ଟନାୟକଙ୍କ ଲାଗି ନିର୍ବାଚନ ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ

ପିପିଲିରେ ଜମିଲାଣି ନିର୍ବାଚନୀ ଉଷ୍ମତା ।  ଭାରତୀୟ ଜନତା ପାର୍ଟର ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଲାଗି ନିର୍ବାଚନ ପ୍ରଚାରରେ ସାମିଲ ହେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।   ଏହି ପ୍ରଚାରରେ ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ସହିତ ଅନେକ ବରିଷ୍ଠ ବିଜେପି ନେତା ସାମିଲ ହୋଇଛନ୍ତି  । ଗାଁ କୁ ଗାଁ ବୁଲି ଲୋକମାନଙ୍କୁ ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଲାଗି ଭୋଟ ଭିକ୍ଷା କରୁଛନ୍ତି  । 
 

  • Prangyan Parimita
  • 3 years ago

ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରୁ ଅସହାୟ ଅବସ୍ଥାରେ ଭାଇଭଉଣୀ ଉଦ୍ଧାର

ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରୁ ଅସହାୟ ଅବସ୍ଥାରେ ଭାଇଭଉଣୀ ଉଦ୍ଧାର । ୮ ବର୍ଷର ଭଉଣୀ ସହ ୫ ବର୍ଷର ଭାଇକୁ ଭରତପୁର ପୋଲିସ ଉଦ୍ଧାର କରିଛି । ଉଦ୍ଧାର ହୋଇଥିବା ଶିଶୁ ଦୁଇଜଣ ଗଞ୍ଜାମ ଜିଲ୍ଲା କୋଦଳା ଅଞ୍ଚଳର ବୋଲି ସୂଚନା ମିଳିଛି । ଉଭୟଙ୍କର ମାଆ ୪ ବର୍ଷ ତଳେ ପ୍ରାଣ ହରାଇଛନ୍ତି । ତେବେ ଦୁହେଁ ବଡ଼ ମାଆଙ୍କୁ ଦେଖା କରିବା ଲାଗି ବାପାଙ୍କ ସହ ଭୁବନେଶ୍ୱର ଆସିଥିଲେ । ବସଷ୍ଟାଣ୍ଡରେ ଦେଇ ବାପା କୁଆଡେ ଚାଲିଯିବାରୁ ୨ ଶିଶୁ ଏଠାରେ ବସି କାନ୍ଦୁଥିଲେ । ଉଭୟଙ୍କୁ ଉଦ୍ଧାର କରି ସିଡବ୍ଲୁସିରେ ହାଜର କରିଛି ଭରତପୁର ପୋଲିସ । 
 

  • Sarbeswar
  • 3 years ago

ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ରାଜ୍ୟ ସରକାର

ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରାଯାଇଛି । ୪ ଲକ୍ଷ ଟଙ୍କା ସହାୟତା ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ୱାର୍କିଂ ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ୪ ଲକ୍ଷ ମଂଜୁର କରାଯାଇଥିବା ନେଇ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସହାୟତା ମଂଜୁରୀ ନେଇ ମାନସ ମଙ୍ଗରାଜ ଟୁଇଟ୍ କରି ଜଣାଇଛନ୍ତି। More

  • Prangyan Parimita
  • 3 years ago

ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା ! ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କିମି ବହିବା ସମ୍ଭାବନା

ଆସନ୍ତା କିଛି ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସଦ୍ୟତମ ସୂଚନା ଅନୁସାରେ ଏହା ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବ ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି । More

  • Prangyan Parimita
  • 3 years ago

କୁଆଡ଼େ ଗଲା ମୁଣ୍ଡଳିରେ ଫସି ରହିଥିବା ହାତୀ ? ଖୋଜାଖୋଜି ପରେ ବି ପତ୍ତା ମିଳୁନି

ମୁଣ୍ଡଳିରେ ଫସି ରହିଥିବା ହାତୀର ପତ୍ତା ମିଳୁନି । ଜୀବନ ବଞ୍ଚାଇବା ପାଇଁ ଘଣ୍ଟା ଘଣ୍ଟା ଧରି ସଂଘର୍ଷ କରୁଥିବା ହାତୀ ଛୁଆର କୌଣସି ଖୋଜ ଖବର ନାହିଁ । ଗତକାଲି ଦିନ ତମାମ ହାତୀଟି ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ବେଳେ ରାତିରେ ବନବିଭାଗ ନିଆଁ ହୁଳା ଦେଖାଇ ହାତୀକୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଥିଲେ । More

  • Minati Mishra
  • 3 years ago

ରାଜ୍ୟରେ ଚିହ୍ନଟ ୬୦୨ ପଜିଟିଭଙ୍କ ମଧ୍ୟରୁ ୭୯ ଜଣ ୧୮ ବର୍ଷରୁ କମ୍ ବର୍ଗର

ଜ୍ୟରେ ଆଜି ପୁଣି ୬୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି।   ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯ ଆକ୍ରାନ୍ତ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। More

  • Prangyan Parimita
  • 3 years ago

ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କତା ଜାରି : ଗଜପତି ଜିଲ୍ଲାରେ ଛୁଟି ବାତିଲ,ଜିଲ୍ଲାବାସୀଙ୍କୁ ସତର୍କ କରାଇଲେ ଗଞ୍ଜାମ ଜିଲ୍ଲାପାଳ

ବାତ୍ୟା ପାଇଁ ଗଜପତି ଜିଲ୍ଲାରେ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଜରୁରୀ ପରିସ୍ଥିତିର ସାମ୍ନା କରିବା ପାଇଁ ଅଫିସରଙ୍କୁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ବିନା ଅନୁମତିରେ କେହି ହେଡକ୍ୱାଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି । ବାତ୍ୟା ପ୍ରଭବରେ ୨୫ରୁ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି । More

  • Prangyan Parimita
  • 3 years ago

ଆସୁଛି ବାତ୍ୟା : ଗୋପାଳପୁର- ବିଶାଖାପାଟଣା ମଝି କଳିଙ୍ଗପଟ୍ଟନମରେ ଲ୍ୟାଣ୍ଡଫଲ୍ କରିବ ସାମୁଦ୍ରିକ ଝଡ଼ !

ମାଡ଼ି ଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇସାରିଛି । ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ । ଶେଷ ୬ ଘଣ୍ଟାରେ ୧୨ କିମି ବେଗରେ ଉପକୂଳକୁ ମୁହାଁଉଛି ବାତ୍ୟା । More

  • Prangyan Parimita
  • 3 years ago

ମୁଣ୍ଡଳି ବୋଟ୍ ଟ୍ରାଜେଡି : ନିଖୋଜ ଯବାନଙ୍କ ମୃତଦେହ ଉଦ୍ଧାର

ମୁଣ୍ଡଳି ବୋଟ୍ ଟ୍ରାଜେଡି ଘଟଣାରେ ନିଖୋଜ ଯବାନଙ୍କ ମୃତଦେହ ଉଦ୍ଧାର । ମୃତଦେହ ଉଦ୍ଧାର ହୋଇଥିବା ଯବାନ ଜଣଙ୍କ ନିଖୋଜ ସୀତାରାମ ମୁର୍ମୁ ବୋଲି ଟ୍ୱିଟ୍ କରି ସୂଚନା ଦେଲେ SRC ପ୍ରଦୀପ ଜେନା । More

  • Minati Mishra
  • 3 years ago

DRDO ତଥ୍ୟ ଚୋରି ମାମଲା; ବିବାହର ପ୍ରତିଶ୍ରୁତି ଦେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ନେଇଗଲା ରହସ୍ୟମୟୀ ସୁନ୍ଦରୀ

DRDO ତଥ୍ୟ ଚୋରି ଘଟଣାରେ ଦିନକୁ ଦିନ ସାମ୍ନାକୁ ଆସିଛି ବହୁ ଗୁରୁତ୍ୱପୂର୍ଣ୍ଣ ସୂଚନା। କର୍ମଚାରୀଙ୍କୁ ହନି ଟ୍ରାପ୍‌ରେ ପକାଇଥିବା ସୁନ୍ଦରୀ ବିଷୟରେ ଅନେକ କଥା ଜାଣିବାକୁ ମିଳିଛି ତଦନ୍ତକାରୀ ଟିମ୍‌କୁ।  More

  • Prangyan Parimita
  • 3 years ago

ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏନ୍.ଭି. ରମନ୍ନା 

 ଗତକାଲି ନିର୍ଦ୍ଧାରିତ ସମୟରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଏନ୍.ଭି. ରମନ୍ନା ପୁରୀରେ ପହଞ୍ଚିଥିଲେ। ରାତି ୯ଟା ୨୦ ମିନିଟରେ ମୁଖ୍ୟ ବିଚାରପତି ପୁରୀ ମେଫେୟାର ହୋଟେଲରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ୱାଗତ କରାଯାଇଥିଲା । ପୁରୀ ସାଂସଦ ପିନାକୀ ମିଶ୍ର, ଫାଇଭ ଟି ସଚିବ ଭିକେ ପଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦି ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ତା’ ପରେ ପ୍ରାୟ ରାତ୍ର ୧୧ଟା ୧୦ ମିନିଟ୍ ସମୟରେ ଶ୍ରୀମନ୍ଦିର ସମ୍ମୁଖକୁ ଆସି ଅନୁଧ୍ୟାନ କରିଥିଲେ। More

  • Minati Mishra
  • 3 years ago

୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର

ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି।  ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି  । More

  • Minati Mishra
  • 3 years ago

ଅରିନ୍ଦମଙ୍କ ବିୟୋଗରେ ସାରା ଓଡ଼ିଶା ସ୍ତବ୍ଧ, ସବୁ ବର୍ଗର ଲୋକ ମର୍ମାହତ

ଅରିନ୍ଦମଙ୍କ ପରି ଯୁବ ସାମ୍ବାଦିକଙ୍କୁ ହରାଇ ସାରା ଓଡ଼ିଶା ସ୍ତବ୍ଧ  । ସବୁ ବର୍ଗର ଲୋକ ମର୍ମାହତ । tସବୁଠି କାଣ୍ଡେଲ ଶୋଭାଯାତ୍ରା, ଶୋକସଭା More

  • Minati Mishra
  • 3 years ago

ଜନ୍ମମାଟି ରାଇକଳାରେ ପହଞ୍ଚିଲା ଅରିନ୍ଦମଙ୍କ ମୃତଦେହ, କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଯୁବ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ମୃତଦେହ ତାଙ୍କର ପୈତୃକ ଗାଁ କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳାରେ ପହଞ୍ଚିଛି । ଆଜି ଭୋର ୪ଟା ୨୦ ମିନିଟରେ ରାଇକଳା ଗାଁରେ ମୃତଦେହ ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡିଥିଲା ପୂରା ଗାଁ । ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ ।  More

  • Chandan Shishu
  • 3 years ago

ଆସୁଛି ବାତ୍ୟା ! ୧୨ ଘଣ୍ଟାରେ ଗଭୀର ଅବପାତ

ଆସନ୍ତା ୧୨ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖରୁ ୨୮ ତାରିଖରେ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ।  More

  • Chandan Shishu
  • 3 years ago

୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ

ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖ ଓ ୨୮ ତାରିଖରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କେତେକ ସ୍ଥାନରେ ୨୬ ଓ ୨୭ ତାରିଖ ଦିନ ପ୍ରବଳରୁ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଏହା ଦ୍ୱାରା ତଳିଆ ଅଞ୍ଚଳରେ ପାଣି ଜମା ହେବାର ଆଶଙ୍କା ପ୍ରକାଶ କରାଯାଇଛି।  More

  • Chandan Shishu
  • 3 years ago

ଅରିନ୍ଦମଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲା ଓଟିଭି

ଆଉ ଜଣେ ଅରିନ୍ଦମ କେବେ ବି ସୃଷ୍ଟି ହୋଇପାରିବେ ନାହିଁ, କୌଣସି ଆର୍ଥିକ ସହାୟତା ଏ ଅପୂରଣୟ କ୍ଷତି ଭରଣା କରିପାରିବନି। ଅରିନ୍ଦମଙ୍କ ପରିବାର ଏବେ ଆମ ପରିବାର ତାଙ୍କ ପରିବାରର ସମସ୍ତ ଦାୟିତ୍ୱ ଏବେ ଆମର ବୋଲି କହିଛନ୍ତି ଓଟିଭି ଏମ୍‌ଡି ଜଗି ମଙ୍ଗତ। More

  • Chandan Shishu
  • 3 years ago

'ଅରିନ୍ଦମ'ଙ୍କୁ ହରାଇ ସାରା ଓଡ଼ିଶା ସ୍ତବ୍ଧ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ

ଅସମୟରେ ତାଙ୍କର ପରଲୋକ ସମସ୍ତଙ୍କୁ ମର୍ମାହତ କରିଛି। କେବଳ ସାମ୍ବାଦିକ ଜଗତ ନୁହେଁ, ସାଧାରଣ ଜୀବନରେ ମଧ୍ୟ ତାଙ୍କର ସରଳ ଅମାୟିକ ବ୍ୟବହାର, ହସମିଜାଜର ଚେହେରାକୁ ଏବେ ସମସ୍ତେ ଝୁରି ହେଉଛନ୍ତି।  More

  • Sarbeswar
  • 3 years ago

ପୁଣି ସାମ୍ନାକୁ ଆସିଲା କଙ୍ଗାରୁ କୋର୍ଟ ମାମଲା: ଗାଁ ଦାଣ୍ଡରେ ନାବାଳିକାଙ୍କୁ ଘୋଷାରି ପିଟିଥିବା ଅଭିଯୋଗ

ଗାଁ ଦାଣ୍ଡରେ ମାଡ଼ ଖାଇ ନାବାଳିକା ଥାନାକୁ ଯିବାରୁ ଗାଁ ରେ ବସିଲା କଙ୍ଗାରୁ କୋର୍ଟ l ନିଆଁ ପାଣି ବାସନ୍ଦ ସହ ଘର ସାମ୍ନାରେ କଣ୍ଟା ପକାଇ କଲେ ଗୃହ ବନ୍ଦୀ l ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଫତେଗଡ଼ ଥାନା ଗୋପାଳ ପ୍ରସାଦ ଗାଁରେ More