ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍ଡେଟ୍ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍ର ମଜାଦାର ତଥ୍ୟ ।
ଓଡ଼ିଶା ଆନ୍ଧ୍ର ସୀମାରେ ଥିବା କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତ ଅନ୍ତର୍ଗତ ନେରେଡିବାଲସାରେ କାଲିଠୁ ଆରମ୍ଭ ହୋଇଛି ଓଡ଼ିଆ ସ୍କୁଲ। ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ଏହିସବୁ ସ୍କୁଲରେ ପାଠପଢା ଆରମ୍ଭ ହୋଇଛି। ତା ସହ ପଟାଙ୍ଗି ବିଡିଓଙ୍କ ଉପସ୍ଥିତିରେ କାଲି ନେରେଜଡ଼ିବାଲସା ଓ ଆଖପାଖ ଗାଁରେ ଓଡ଼ିଆରେ ନାମ ଫଳକ ଲଗାଯାଇଛି। ସେପଟେ ନେରେଡ଼ିବାସରେ ଓଡ଼ିଆ ସ୍କୁଲ ଖୋଲିବା ପରେ ଆନ୍ଧ୍ର ପୋଲିସ ପଇଁତରା ମାରୁଥିବା ଦେଖିବାକୁ ମିଳିଥିଲା। ଅନ୍ୟପଟେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ନେରେଡିବାଲସାରେ ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନ କରାଯାଇଛି।
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହି ସ୍ୱତନ୍ତ୍ର ନୀତି ପାଇଁ ପ୍ରାୟ ୪ ଘଣ୍ଟା ଧରି ଚାଲିବ। ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।
ଭଦ୍ରକରୁ ପୁଣି ଜବତ ହୋଇଛି ବ୍ରାଉନସୁଗର। ଭଦ୍ରକ ରାନ୍ଦିଆ ପାୱାର ପ୍ଲାଣ୍ଟ ଛକରେ ଚେକିଂ ବେଳେ ୧ କେଜି ୩୦ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି। ଜବତ ବ୍ରାଉନସୁଗରର ମୂଲ୍ୟ ପ୍ରାୟ ୧ କୋଟି ୩ ଲକ୍ଷ ଟଙ୍କା ବୋଲି ଭଦ୍ରକ ଏସ୍ପି ସୂଚନା ଦେଇଛନ୍ତି। ବ୍ରାଉନସୁଗର ଚାଲାଣ କରୁଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ଗୋଟିଏ ବାଇକ ଓ ୩ଟି ମୋବାଇଲ ଜବତ କରାଯାଇଛି। ଅଭିଯୁକ୍ତମାନେ ଏତେ ପରିମାଣର ବ୍ରାଉନସୁଗର କେଉଁଠୁ ଆାଣିଥିଲେ ଓ କେଉଁ ସ୍ଥାନକୁ ନେଉଥିଲେ ସେ ନେଇ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ତଦନ୍ତ କରୁଛି।
ହସ୍ପିଟାଲରେ ହେଲା ମୃତ୍ୟୁ। କିନ୍ତୁ ମୃତଦେହ ନେବା ପାଇଁ ନା ମିଳିଲା ମହାପ୍ରୟାଣ ଗାଡ଼ି ନା ଆମ୍ବୁଲାନ୍ସ। ଶେଷରେ ଉପାୟ ଶୂନ୍ୟ ହୋଇ ପରିବାର ଲୋକେ ବାଇକ୍ରେ ମୃତଦେହ ବୋହିକି ନେଇଥିଲେ। More
ବିନା ଦର୍ଶକରେ ହେବ ପୁରୁଷ ଜୁନିୟର ହକି ବିଶ୍ୱକପ୍। ନଭେମ୍ବର ୨୪ ତାରିଖରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱକପ୍ ବିନା ଦର୍ଶକରେ ଖେଳା ଯିବାକୁ ନିଷ୍ପତ୍ତି ନିଆଯାଇଛି। More
ନଭେମ୍ବର ୧ରୁ ପ୍ରଥମ ବର୍ଷ UG କ୍ଲାସ୍ ଆରମ୍ଭ ହେବାକୁ ଥିବାବେଳେ ନଭେମ୍ବର ୧୫ରୁ ପ୍ରଥମ ବର୍ଷ PG କ୍ଲାସ୍ ଆରମ୍ଭ ହେବ। ନୂଆକରି ନାମ ଲେଖାଇଥିବା ଛାତ୍ରଛାତ୍ରୀ ଶ୍ରେଣୀ ଗୃହରେ ପଢ଼ିବେ। More
କାନ୍ଧରେ ବ୍ୟାଗ୍, ଆଉ ବ୍ୟାଗରେ ଲାଗିଛି ତ୍ରିରଙ୍ଗା । ପଦଯାତ୍ରା କରି ସୀମା ବିବାଦର ସମାଧାନ କରିବାକୁ ପ୍ରୟାସ । ଓଡିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଥିବା ଭାଷା ବିଭେଦ ଦୂର କରିବାକୁ ଓଡ଼ିଆ ଯୁବକ ନିଆରା ଉଦ୍ୟମ କରିଛନ୍ତି । More
ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍ ଘଟଣା ଏବେ ସାମ୍ନାକୁ ଆସିଛି। ଚାନ୍ଦିପୁର ମାମଲାରେ ସମ୍ପୃକ୍ତ ରହସ୍ୟମୟୀ ମହିଳା ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ କର୍ମଚାରୀଙ୍କୁ ହନିଟ୍ରାପ୍ କରିଥିବା ସୂଚନା ମିଳିଛି। More
ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଛାତ୍ରୀଙ୍କ ହାତରେ କଟା ଦାଗ ଥିବାବେଳେ, ବ୍ୟାଣ୍ଡେଜ୍ ଲଗା ଯାଇଥିବା ଦେଖିବାକୁ ମିଳିଛି। ଶବ ନିକଟରୁ ଏକ ସୁଇସାଇଡ୍ ନୋଟ୍ ମିଳିଥିବା ଜଣାପଡ଼ିଛି। More
କିଡନୀ ରୋଗର ସଠିକ କାରଣ ଜଣା ପଡୁ ନଥିଲେ ମଧ୍ୟ ପାଣି ପାଇଁ ଏସବୁ ହେଉଛି ବୋଲି ଗାଁ ଲୋକେ ଅନୁମାନ କରୁଛନ୍ତି । ଗତ ଦୁଇ ତିନି ବର୍ଷ ଭିତରେ କିଡନୀ ରୋଗରେ ଗଲାଣି ଅନେକ ଜୀବନ । More
୨୦୨୧ ମସିହା, ଅକ୍ଟୋବର ମାସ ୨୭ ତାରିଖ, ବୁଧବାର, ତୁଳା୧୧ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୁନର୍ବସୁ ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ... More
୨୧ ବର୍ଷ ଧରି ଓଡ଼ିଶାକୁ ଶାସନ କରୁଥିବା ବିଜେଡି ଏଥର ନିଜର ମନ୍ତ୍ରୀଙ୍କୁ ନେଇ ଅଡୁଆରେ ପଡ଼ିପାରେ। ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ଏହି ପ୍ରସଙ୍ଗ ଦଳର ଗୋଡ଼ ଟାଣିପାରେ। ପୂର୍ବରୁ ମଧ୍ୟ ଏହାର ଉଦାହରଣ ରହିଛି। More
ଉପାନ୍ତ ଅଞ୍ଚଳରେ ଅପହଞ୍ଚ ବିକାଶ। ଗାଁରେ ପହଞ୍ଚି ପାରୁନି ସରକାରୀ ଯୋଜନା। ରାସ୍ତା ନଥିବାରୁ କେଉଁଠି ଲୋକଙ୍କୁ ନଦୀ ପାର୍ ହେବାକୁ ପଡୁଛି ତ ଆଉ କେଉଁଠି ନାଳ ଓ ଘାଟି ରାସ୍ତା ପାର୍ ହେବାକୁ ପଡୁଛି। More
ବେଆଇନ୍ ଭାବେ ଚାଲିଥିଲା ଡ୍ୟାନ୍ସ। ଆଉ ଜମୁଥିଲା ନାଚଗୀତର ଆସର। ଖାଲି ଏତିକି ନୁହେଁ ବାର୍ରେ ବହୁ ନକଲି ଟଙ୍କା ମଧ୍ୟ ଫିଙ୍ଗା ଯାଉଥିଲା। ଖବର ପାଇ ପହଞ୍ଚିଗଲା ପୋଲିସ୍। ଫିକା ପଡ଼ିଗଲା ସବୁକିଛି। More
ବଲାଙ୍ଗିର ପୋଲିସ ଓ ମମିତା ହତ୍ୟା ଅଭିଯୁକ୍ତ ଗୋବିନ୍ଦ ମଧ୍ୟରେ ରହିଛି ମଧୂଚନ୍ଦ୍ରିକା । ମମିତାଙ୍କ ପରିବାରକୁ ବିଜେପିର ୧୫ ଜଣିଆ ପ୍ରତିନିଧି ଦଳ ଭେଟିବା ପରେ ସାମ୍ବାଦିକ ସମ୍ମିଳନୀରେ ଏକଥା କହିଛନ୍ତି ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର । More
ଦାବି ପୂରଣ କର, ନହେଲେ ୧୬ରୁ ବସ୍ ବନ୍ଦ । ଆଜି ରାଜ୍ୟ ସରକାରଙ୍କୁ ଏମିତି ଚରମବାଣୀ ଶୁଣାଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । More
ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ । ଆଉ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଗଲା କିଛି ଦିନ ଧରି ଏ ଦାବି ନେଇ ବିରୋଧୀ ରଣହୁଙ୍କାର ଦେଇ ଆସୁଥିବା ବେଳେ ଆଜି ରାଜ୍ୟବ୍ୟାପୀ ଆନ୍ଦୋଳନ ଓ ପ୍ରତିବାଦକୁ ଆହୁରି ଜୋରଦାର କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି । More
ବିଶିଷ୍ଟ କଥାକାର ପାରମିତା ଶତପଥୀ ପାଇଲେ ମର୍ଯ୍ୟାଦାଜନକ ଶାରଳା ପୁରସ୍କାର । ଇମ୍ଫା କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଥିବା ୪୨ତମ ଶାରଳା ପୁରସ୍କାର ଉତ୍ସବରେ ତାଙ୍କୁ ସମାନ୍ନୀତ କରାଯାଇଛି । More
ପୁଣି ଥରେ ନିଜ ସଂପାଦକୀୟ ଲେଖାରେ ବିଜେଡି ଓ ରାଜ୍ୟ ସରକାରକୁ ନିଶାନା କରିଛନ୍ତି ବରିଷ୍ଠ ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ଶାସନ ପଦ୍ଧତିକୁ ନେଇ ଏଥର ପ୍ରଶ୍ନ ଉଠାଇଛନ୍ତି ସୌମ୍ୟ More