Advertisment

ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: କାଲି ସକାଳ ୮ଟା ୩୦ ଯାଏଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ,…

author-image
Chandan Shishu
ଅଦ୍ୟତନ ହୋଇଛି
ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଆଲର୍ଟ

rain

ଭୁବନେଶ୍ୱର: କାଲି ସକାଳ ୮ଟା ୩୦ ଯାଏଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବରଗଡ଼ ଓ ବାଲେଶ୍ୱର ଜିଲ୍ଲା।

Advertisment

ଗତ ୩ ତାରିଖରେ ମୌସୁମୀ କେରଳ ଛୁଇଁଥିଲା। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଓଡିଶାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ଏ ବର୍ଷ ଭଲ ବର୍ଷା ହେବ। ବିଶେଷ କରି ଜୁନ୍‌ରେ ଓଡିଶାରେ ଆଶା ଠାରୁ ଅଧିକ ପରିମାଣର ବର୍ଷା ହେବ ବୋଲି ଆଇଏମ୍‌ଡି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ।

Weather Alert For Odisha
Advertisment
Advertisment