new strain of coronavirus
ସେପଟେ, ରାଜ୍ୟରେ କରୋନା ଦୈନିକ ସଂକ୍ରମଣ କମିବାର ନାଁ ଧରୁନି। କିଛି ଦିନ ବ୍ୟବଧାନ ପରେ ଗତକାଲି ଦୈନିକ ସଂକ୍ରମଣ ୧୦,୩୨୧ରେ ସୀମିତ ଥିବାବେଳେ ଆଜି ପୁଣି ୧୧ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧,୦୯୯ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନେର ୬୨୧୪ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟରେ ଅଛନ୍ତି ୪୮୮୫।
ଆଜି ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ। ଖୋର୍ଦ୍ଧା ଜିଲ୍ଲାରୁ ୧୪୬୦ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି ୯୮୩ । ସେହିପରି ଅନଗୁଳରୁ ୫୫୨, ବାଲେଶ୍ୱରରୁ ୪୦୮, ବରଗଡରୁ ୩୩୯, ଭଦ୍ରକରୁ ୪୩୧, ବଲାଙ୍ଗିରରୁ ୨୮୮, ବୌଦ୍ଧରୁ ୨୧୩, କଟକରୁ ୮୬୭, ଦେବଗଡରୁ ୧୦୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ଢେଙ୍କାନାଳରୁ ୧୬୨, ଗଜପତିରୁ ୮୨, ଗଞ୍ଜାମରୁ ୧୯୬, ଜଗତ୍ସିଂହପୁରରୁ ୩୦୨, ଜାଜପୁରରୁ ୩୭୮, ଝାରସୁଗୁଡାରୁ ୩୦୭, କଳାହାଣ୍ଡିରୁ ୨୯୯, କନ୍ଧମାଳରୁ ୮୮, କେନ୍ଦ୍ରାପଡାରୁ ୧୫୬, କେନ୍ଦୁଝରରୁ ୧୬୫, କୋରାପୁଟରୁ ୨୮୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ମାଲକାନଗିରିରୁ ୧୦୨, ମୟୂରଭଞ୍ଜରୁ ୫୦୭, ନବରଙ୍ଗପୁରରୁ ୩୫୧, ନୟାଗଡରୁ ୨୭୭, ନୂଆପଡ଼ାରୁ ୨୩୨, ପୁରୀରୁ ୩୫୬, ରାୟଗଡ଼ାରୁ ୧୭୦, ସମ୍ବଲପୁରରୁ ୫୪୭, ସୋନପୁରରୁ୨୫୨ ଏବଂ ଷ୍ଟେଟ ପୁଲିଂରୁ ୨୪୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/new-strain-of-coronavirus_1626256871.jpg)