Advertisment

କାଲି କମିଥିଲା, ଆଜି ପୁଣି ବଢ଼ିଲା; ଦିନକରେ ଖୋର୍ଦ୍ଧାରୁ ହଜାରେ ଉପରେ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୬ ହଜାର ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୬ ହଜାର ଉପରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬,୦୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଅଦ୍ୟତନ ହୋଇଛି
କାଲି କମିଥିଲା, ଆଜି ପୁଣି ବଢ଼ିଲା; ଦିନକରେ ଖୋର୍ଦ୍ଧାରୁ ହଜାରେ ଉପରେ କରୋନା ସଂକ୍ରମିତ ଚିହ୍ନଟ

corona testing

Advertisment

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୬ ହଜାର ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୬ ହଜାର ଉପରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬,୦୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୩,୪୪୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ଟସ୍‌ ୨,୬୫୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧,୦୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ଖୋର୍ଦ୍ଧାରୁ ୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Advertisment

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ଼, କଟକ, ଝାରସୁଗୁଡ଼ାରୁ ୪ ଜଣ ଲେଖାଏ, କଳାହାଣ୍ଡି, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ, ବଲାଙ୍ଗିର, ବୌଦ୍ଧ, ମୟୂରଭଞ୍ଜରୁ ୨ ଜଣ ଲେଖାଏ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୧୬୭ରେ ପହଞ୍ଚିଛି। ଗତକାଲି ୪୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା।

Advertisment

Advertisment

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୩୭,୨୨୬ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୬୯,୩୩୩ ରହିଛି। ୭,୬୪,୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଗତକାଲି ରାଜ୍ୟରେ ୬୦୧୯ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ୩୩୯୭ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟ ୨୬୨୨ ଥିଲା । ଏ ନେଇ ସୂଚନା ଦେଇଥିଲେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

Corona Cases In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ