Advertisment

କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ

କଟକ: କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର। ଅର୍ଥାତ୍‌ ଏହି ୧୧ ଆକ୍ରାନ୍ତ କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳର। ସିଏମ୍‌ସି ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇଥିବାବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ […]

author-image
Rajalaxmi Sahoo
କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ

corona

କଟକ: କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର। ଅର୍ଥାତ୍‌ ଏହି ୧୧ ଆକ୍ରାନ୍ତ କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳର। ସିଏମ୍‌ସି ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇଥିବାବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି।

ନୂଆ କରି ଚିହ୍ନଟ ହୋଇଥିବା ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସରକାରୀ କ୍ୱାରେଣ୍ଟିନ୍‌ରେ ଥିଲେ। ସେମାନେ ସମସ୍ତେ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ୍‌ର ଆଇସୋଲେସନ୍‌ ୱାର୍ଡରେ ଥିବା ରୋଗୀ ଓ ସେମାନଙ୍କ ଆଟେଣ୍ଡାଣ୍ଟ।

Advertisment

ସେହିପରି ବାକି ୬ ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଓ ୪ ଜଣ ପୁରୁଷ ଅଛନ୍ତି। ଏହି ୬ ଜଣଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ଥିବାବେଳେ ବାକି ୫ଜଣ ଚାଉଳିଆଗଞ୍ଜର ଏକ ଘରୋଇ ନର୍ସିଂହୋମର କର୍ମଚାରୀ।

publive-image

ଆହୁରି ମଧ୍ୟ ପଢ଼ନ୍ତୁ:କଟକ ସହର ସଟ୍‌ଡାଉନ୍

Odisha Corona Updates Corona Update In Odia Corona Cases In Cuttack Cuttack Corona
Advertisment
Advertisment