Advertisment

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ।  ଗତକାଲି ୨ ଚିହ୍ନଟ ହୋଇଥିଲେ, ଆଜି ଆଉ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ପଦ୍ମିନୀ ଦିଆନ ଓ ଜ୍ୟୋତି ପାଣିଗ୍ରାହୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ବିଧାୟକ ଅଶୋକ ବଳ, ବିଷ୍ଣୁବ୍ରତ ରାଉତରାୟ, ଭାଗିରଥୀ ସେଠୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁଶାନ୍ତ ବେହେରା, ଉମାକାନ୍ତ ସାମନ୍ତରାୟ, ନାଉରୀ […]

author-image
Chandan Shishu
ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

coronaea

ଭୁବନେଶ୍ୱର: ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ।  ଗତକାଲି ୨ ଚିହ୍ନଟ ହୋଇଥିଲେ, ଆଜି ଆଉ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।

Advertisment

ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ପଦ୍ମିନୀ ଦିଆନ ଓ ଜ୍ୟୋତି ପାଣିଗ୍ରାହୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ବିଧାୟକ ଅଶୋକ ବଳ, ବିଷ୍ଣୁବ୍ରତ ରାଉତରାୟ, ଭାଗିରଥୀ ସେଠୀ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୁଶାନ୍ତ ବେହେରା, ଉମାକାନ୍ତ ସାମନ୍ତରାୟ, ନାଉରୀ ନାଏକ, ପ୍ରଶାନ୍ତ ଜଗଦ୍ଦେବ ଓ ସୁକାନ୍ତ ନାୟକ ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ତେବେ ଆଜି ୧୨ ମନ୍ତ୍ରୀ, ବିଧାୟକ ପଜିଟିଭ ଚିହ୍ନଟ ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଗତକାଲି ପ୍ରମିଳା ମଲ୍ଲିକ ଓ ଦେବୀ ମିଶ୍ର ପଜିଟିଭ ଚିହ୍ନଟ ହୋଇଥିଲେ।

୨୯ ତାରିଖ ଦିନ ୧୧ଟାରେ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନ ପ୍ରଥମାର୍ଦ୍ଧରେ ଶୋକ ପ୍ରସ୍ତାବ ପାରିତ ହେବା ପରେ ଗୃହ ମୁଲତବୀ ହେବ। ସେହିଦିନ ଅପରାହ୍ଣ ୩ଟାରୁ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇ ୫ଟାରେ ଶେଷ ହେବ।

ଅନ୍ୟଦିନ ମାନଙ୍କରେ ଗୃହ କାର୍ଯ୍ୟ ଦିନ ୧୦ଟା ୩୦ରୁ ଆରମ୍ଭ ହୋଇ ଦିନ ୧ଟା ଓ ଦ୍ୱିତୀୟାର୍ଦ୍ଧରେ ଅପରାହ୍ଣ ୩ଟାରୁ ଆରମ୍ଭ ହୋଇ ୫ଟା ଯାଏଁ ଚାଲିବ। କାଲି ସକାଳ ୮ଟାରୁ ଆରମ୍ଭ ହେବ କୋଭିଡ୍ ପରୀକ୍ଷା ବୋଲି ବାଚସ୍ପତି ସୂଚନା ଦେଇଛନ୍ତି।

ତେବେ ରବିବାର ବି ଗୃହକାର୍ଯ୍ୟ ବି ଚାଲିବ। ୧୪୫ ବିଧାୟକ ବସିବା ପାଇଁ ବ୍ୟବସ୍ଥା ହୋଇଛି। ତଳମହଲା, ବାଚସ୍ପତି ଗ୍ୟାଲେରୀ, ଦର୍ଶକ ଗ୍ୟାଲେରୀରେ ବିଧାୟକ ବସିବେ। ବିଧାୟକମାନେ ବସିକି ପ୍ରଶ୍ନ ପଚାରିବେ।  ମନ୍ତ୍ରୀ ମଧ୍ୟ ବସିକି ଉତ୍ତର ଦେବେ। ପ୍ରଶ୍ନକାଳ ସମୟରେ କଣ ଆଲୋଚନା ହେବ ସେନେଇ ଗୃହରେ ଆଲୋଚନା ହେବ।

Advertisment
Advertisment