ସକାଳୁ ସକାଳୁ ନୟାଗଡ଼କୁ ନିମନ୍ତ୍ରିତ ହୋଇ ଯାଇଥିଲେ ବଡ଼ ବଡ଼ ନେତାଏ । ବବି ଓ ଅତନୁଙ୍କ ବାଦ୍ ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର ମଧ୍ୟ ଯାଇଥିଲେ । ସମସ୍ତେ ସ୍ପୋର୍ଟିଂ ଡ୍ରେସରେ ବି ଥିଲେ । ବାସ୍ତବରେ ବରକନ୍ୟା ଦେଖିବାକୁ ସେମାନଙ୍କୁ ନୟାଗଡ଼ ଡକେଇ ଆଣିଥିଲେ ଅରୁଣ ସାହୁ । ବର କନିଆଁ କଥା ଶୁଣି ଆପଣ ଟିକେ ଆଶ୍ଚର୍ଯ୍ୟ ହୋଇ ଯାଉଥିବେ । ବାସ୍ତବରେ ବରକନ୍ୟା ହେଉଛି, ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ନିହାଲପ୍ରସାଦ ଗାଁ ନିକଟରେ ବହିଯାଇଥିବା ଏକ ଛଳଛଳ ଝରଣା।
ବିଦ୍ୟୁତ ବିଭାଗରେ ଲାଇନମ୍ୟାନ୍ ଭାବରେ କାମ କରୁଥିଲେ ବାପା । ଦରମା ବି ସେମିତି କିଛି ଖାସ୍ ନଥିଲା । ହେଲେ ଝିଅକୁ ଡାକ୍ତର କରିବାର ନିଶା ତାଙ୍କୁ ପାଗଳ କରିଦେଇଥିଲା । ଦିନରାତି ଏକ କରି ମୁଣ୍ଡ ଝାଳ ତୁଣ୍ଡରେ ମାରି ରୋଜଗାର କରୁଥିଲେ ଟଙ୍କା । ହେଲେ ଭାଗ୍ୟର ବିଡ଼ମ୍ବନା ଆଗରେ ସବୁ ଯେମିତି ଛାରଖାର ହୋଇଯାଇଛି । ବିଜୁଳି ଖୁଣ୍ଟରେ ଜୀବନ ଯିବା ପରେ ବାପାକୁ ଝୁରି ଝୁରି କାନ୍ଦୁଛି ଝିଅ...ଗୁମୁରି ଗୁମୁରି କାନ୍ଦୁଛି ମାଆ ।
ବୟସର ଅପରାହ୍ନରେ ପହଞ୍ଚିଥିବା ଶଙ୍କର ଜେନାଙ୍କ ଦୁଃଖ ଶୁଣିଲେ ଆପଣଙ୍କ ଆଖିରୁ ଝରିଆସିବ ଲୁହ । ବୟସ ୯୨ ପାର ହେଲାଣି... ଘର ନୟାଗଡ଼ ଖଣ୍ଡପଡ଼ା ବ୍ଲକ ରାଣୀପଡ଼ା ଗାଁରେ l ନ୍ୟାୟ ଟିକେ ପାଇବା ପାଇଁ ନୟାଗଡ଼ ଜିଲ୍ଲାପାଳଙ୍କ ଅଫିସକୁ କେତେ ଥର ଯେ ଗଲେଣି ତାହାର କୌଣସି ହିସାବ ନାହିଁ l ନ୍ୟାୟ ପାଇବାକୁ ଆସୁଥିବା ବେଳେ ଅଫିସ ପିଣ୍ଡାରେ ବସି ଯାହାକୁ ଦେଖୁଛନ୍ତି ତାଙ୍କୁ ଗୁହାରି କରୁଛନ୍ତି । ହେଲେ ନ୍ୟାୟ ପାଇନାହାନ୍ତି ।
ପ୍ରଫୁଲ କୁମାର ସ୍ୱାଇଁ, ଘର କୋରାପୁଟ ଜିଲ୍ଲା ଝଡଙ୍ଗା ଗାଁରେ । ବର୍ଷବର୍ଷ ଧରି ପ୍ରଫୁଲଙ୍କ ପରିବାର ଚାଷ କରି ପରିବାର ଗୁଜୁରାଣ ମେଣ୍ଟାନ୍ତି । ଜିଲ୍ଲାର କୁନ୍ଦୁରା ଲ୍ୟାମ୍ପସରୁ ଚାଷ ଋଣ ନେଇ ଚାଷ କରିଥାନ୍ତ । ପ୍ରଫୁଲ ଲ୍ୟାମ୍ପସରୁ ୨୦ହଜାର ଟଙ୍କା ଋଣ ନେଇଥିଲେ ସେହି ଟଙ୍କା ବି ସୁଝି ଦେଇଥିବା କହିଛନ୍ତି କିନ୍ତୁ ସେ ତାଙ୍କ ବ୍ୟାଙ୍କ ବା ଲ୍ୟାମ୍ପସ ଖାତା ଦେଖିବାବେଳେ ସେ ୧ଲକ୍ଷ ୨ହଜାର ଟଙ୍କା ଋଣ ନେଇଥିବା ଜମା ଖାତାରେ ରହିଛି ।
ବାଲୁକା କଳା ଜରିଆରେ ପୃଥିବୀର ସୁରକ୍ଷା ଲାଗି ଘଣ୍ଟାଟିଏ ଲାଇଟ୍ ବନ୍ଦ କରିବା ପାଇଁ ସଚେତନତା ବାର୍ତ୍ତା ଦେଇଛନ୍ତି ସୁଦର୍ଶନ।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ ।
ଝିମାଇ କିର୍ଷାନୀ... ଘର ଖଣ୍ଡେ ଲାଗି ବାରମ୍ବାର ଦଉଡ଼ିବା ପରେ ତାଙ୍କୁ ଘର ଖଣ୍ଡିଏ ମିଳିଲା । ପ୍ରଶାସନ ଦୁଇ କିସ୍ତିରେ ତାଙ୍କୁ ଟଙ୍କା ବି ଦେଲା । ହେଲେ ଟଙ୍କା ପାଇଲେନି କି ଘର କରିପାରିଲେନି ଝିମାଇ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ପୂରା ସତ । ଅର୍ଥାତ୍ ଆବାସ ଯୋଜନାରେ ହୋଇଛି ଭୟଙ୍କର କେଳଙ୍କାରୀ । କାରଣ ଟଙ୍କା ତ ଆସିଛି ହେଲେ ୟାଙ୍କ ପାଖରେ ପହଞ୍ଚିନାହିଁ ।
ଜିନିଷ ରହି ନଷ୍ଟ ହେବା ଅପେକ୍ଷା କମ୍ ଦାମରେ ବିକ୍ରି କରିବାକୁ ବାଧ୍ୟ ହେଉଛି ଚାଷୀ । ଗଜପତିର ମୋହନା ସମେତ ଆର.ଉଦୟଗିରି ଓ ନୂଆଗଡ ବ୍ଲକରେ ପ୍ରଚୁର ମାତ୍ରାରେ ଫଳିଛି ପଣସ କଠା । ଆଉ କିଲୋ ପିଛା ମାତ୍ର ୧୫ ଟଙ୍କା ଦରରେ ବାହାର ରାଜ୍ୟର ବେପାରୀଙ୍କୁ ପଣସ ବିକ୍ରି କରୁଛି ଚାଷୀ । ଚାଷୀଙ୍କଠାରୁ ୧୫ ଟଙ୍କାରେ କିଣି ଦୁଇ ତିନିଗୁଣା ଚଢା ଦରରେ ଖାଉଟିଙ୍କୁ ବିକ୍ରି କରୁଛନ୍ତି ଚାଷୀ ।
ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀଙ୍କ ନମୂନା ସଂଗ୍ରହ । ନମୂନାକୁ ପରୀକ୍ଷା ପାଇଁ ପଠାଯାଇଥିବା ସୂଚନା ।
୧୬ ଶହ ମିଟର ଦୌଡ଼ରେ ଅଚେତ, ପରେ ମୃୃତ୍ୟୁ । ପ୍ରାଥମିକ ତଦନ୍ତ ଅନୁସାରେ ହାର୍ଟ ଆଟାକ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନୂଆ SRC ଭାବେ ଅତିରିକ୍ତ ଦାୟିତ୍ୱ ସତ୍ୟବ୍ରତ ସାହୁଙ୍କୁ ଦିଆଯାଇଛି । ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହୋଇଛନ୍ତି ସତ୍ୟବ୍ରତ ସାହୁ । ଓଡ଼ିଆ ଭାଷା, ସାହିତ୍ୟ, ବିଭଗର ACS ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।
ରେଡ୍ ବେଳେ ଘଟଣାସ୍ଥଳରୁ ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ୧୦ ହଜାର ଠିପି, ୪୫୨ ବୋତଲ, ୪୫୦ ଲିଟର ସ୍ପିରିଟ୍, ବ୍ଲେଣ୍ଡେଡ୍ ସ୍ପିରିଟ୍ ଭଳି ସାମଗ୍ରୀ ସହ ଗୋଟିଏ ପଂଚିଂ ମେସିନ୍ ଓ ଓଡ଼ିଶା ଅବକାରୀ ବିଭାଗର ଡୁପ୍ଲିକେଟ୍ ଆଡେସିଭ୍ ଲେବୁଲ ବି ଜବତ କରିଛି ।
ପ୍ରଥମେ ମମତା–ଅଖିଳେଶ । ଗତକାଲି ମମତା-ନବୀନ । ଆଉ ଆଜି ମମତା- ଏଚ୍ ଡି କୁମାର ସ୍ୱାମୀ । ସପ୍ତାହକ ଭିତରେ ଜଣଙ୍କ ପରେ ଜଣେ ତିନିଟି ଦଳର ମୁଖିଆଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀଙ୍କ ଭେଟଘାଟକୁ ନେଇ ସରଗରମ ରାଜନୀତି ।
ହଲ୍ ମାର୍କିଂ ବିଶେଷଜ୍ଞଙ୍କ ମତରେ, ନୂଆ ବ୍ୟବସ୍ଥାରେ ବିକ୍ରି ହେବାକୁ ଥିବା ପ୍ରତି ସୁନା ଗହଣାରେ ରହିବ ୩ଟି ମାର୍କ । ଗୋଟିଏ ବିଆଇଏସ୍ ଲୋଗୋ, ସୁନା ଗହଣା ଶୁଦ୍ଧତାର ଚିହ୍ନ ଓ HUID । HUIDରେ ୬ଟି ଆଲ୍ଫାନ୍ୟୁମେରିକ୍ ନମ୍ବର ବିଶିଷ୍ଟ କୋଡ୍ ରହିବ । ଏହି କୋଡ୍ ମାଧ୍ୟମରେ BIS CARE ଆପ୍ ଜରିଆରେ ସୁନା ଗହଣାର ଶୁଦ୍ଧତା, ଏହାର ନିର୍ମାତା ଓ ହଲ୍ ମାର୍କିଂ କରିଥିବା ସଂସ୍ଥା ଓ ବିକ୍ରି କରିଥିବା ଗହଣା ପ୍ରତିଷ୍ଠାନ ସମ୍ପର୍କରେ ସବୁ ଜାଣିପାରିବେ ଗ୍ରାହକ ।
ନକଲି ସାର୍ଟିଫିକେଟରେ ଅସଲି ଚାକିରୀ । ଡାକଘରେ ଡୁପ୍ଲିକେଟ୍ କର୍ମଚାରୀ । ଧରାପଡ଼ିଛନ୍ତି ଏକାଧିକ ୪୨୦ ପୋଷ୍ଟରମାଷ୍ଟର । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ପୋଷ୍ଟଅଫିସର ପୋଷ୍ଟ ମାଷ୍ଟର ହେଉଛନ୍ତି ଜଗନ୍ନାଥ ପୋଢ଼ । ସାମ୍ନାକୁ ଆସିଛି ବାବୁଙ୍କ ଜାଲିଆତି । ପାଟଣାଗଡ ମରୁଆଁ ପୋଷ୍ଟ ଅଫିସର ସହକାରୀ ପୋଷ୍ଟମାଷ୍ଟର କୋକିଳ ମେହେରଙ୍କ ବି ଦେଖାନାହିଁ ।
ଗତକାଲି ରାଜ୍ୟରେ ୫ ହଜାର ୬୪୭ ଜଣଙ୍କର କୋଭିଡ ପରୀକ୍ଷା ହୋଇଥିଲା। ଟେଷ୍ଟିଂ ବଢ଼ିଥିବାରୁ ପଜିଟିଭ ସଂଖ୍ୟା ସାମାନ୍ୟ ବଢ଼ିଛି । ତେବେ ଚିନ୍ତାଜନକ ନଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।
୨୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାସହ ପୁରୀ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ନିକଟ ନେନ୍ଦୁପଲ ଗାଁରେ ଏଭଳି ଚର୍ଚ୍ଚା ଜୋର୍ ଧରିଛି । ଗାଁର ଜାଭେଦ ନାମକ ଜଣେ ବ୍ୟକ୍ତି ମାସେ ତଳେ ନିଜ ଚାଷ ଜମିରେ ଗଭୀର ନଳକୂପ ଖୋଲିଥିଲେ ।
୨୨ କ୍ୟାରେଟ୍ ସୁନାର ମୂଲ୍ୟ ୫୫ ହଜାର ଟଙ୍କା ରହିଛି ।
ଫଗୁଣ ମାସ ଆଗମନ ପୂର୍ବରୁ ଚଳଚଞ୍ଚଳ ହୋଇପଡ଼ନ୍ତି ଆଦିବାସୀ । ବଣ ଜଙ୍ଗଲ ମୂଲକରେ ଜୀବନ ସାଉଁଟୁ ଥିବା ଏହି ସଂପ୍ରଦାୟର ଲୋକେ ଲାଗିପଡ଼ନ୍ତି ମହୁଲ ସଂଗ୍ରହରେ । ହାଡ ଭଙ୍ଗା ପରିଶ୍ରମ କରି ସଂଗ୍ରହ କରୁଥିବା ଏହି ଲଘୁ ବନଜାତ ଦ୍ରବ୍ୟର ବିକ୍ରିବଟା ପାଇଁ ଉଚିତ୍ ବ୍ୟବସ୍ଥା କରାଯାଉ ନଥିବାରୁ ଶୋଷଣର ଶିକାର ହେଉଥିବା ସବୁବେଳେ ଅଭିଯୋଗ ହେଉଛି..
ଲଙ୍କା ଚାଷ କରି ଲକ୍ଷପତି । ଦୃଢ଼ ଇଛାଶକ୍ତି ବଳରେ ନିଜେ ଲକ୍ଷ ପତି ହେବା ସହ ଅନ୍ୟ ପରିବାରଙ୍କୁ ଦେଖାଇଛନ୍ତି ରୋଜଗାର ପନ୍ଥା..
ଡିଜେ ଆଜେକ୍ସ ମୃତ୍ୟୁ ଘଟଣାରେ ରୋଚକ ସୁରାକ ମିଳିଛି। ଜଣେ ନୁହେଁ, ତିନି ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇଥିଲେ ଆଜେକ୍ସ।
ପୋଖରୀରେ ବିଷ ପକାଇ ମାରିଦେଲେ ମାଛ। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଋଣ ଆଣି ମାଛ ଚାଷ କରିଥିଲେ।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି, ବର୍ଷା ଏବଂ ଝଡ଼ ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି।