Advertisment

୨୦ ଜିଲ୍ଲାରୁ ଆଉ ୧୮୬ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୧ଜଣ, […]

author-image
Rajalaxmi Sahoo
୨୦ ଜିଲ୍ଲାରୁ ଆଉ ୧୮୬ କରୋନା ଆକ୍ରାନ୍ତ‌ ଚିହ୍ନଟ

EaNSYFqWAAApKws

ଭୁବନେଶ୍ୱର: ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୧ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦୁଝରରୁ ୧୧ଜଣ, ଯାଜପୁରରୁ ୧୨ଜଣ, ମାଲକାନଗିରି, ଅନୁଗୁଳ, ଭଦ୍ରକ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ, କଟକରୁ ୧୨ଜଣ, ଜଗତସିଂହପୁରରୁ ୧୧ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୧୫ଜଣ, ବରଗଡ଼ରୁ ୧୬ଜଣ, କନ୍ଧମାଳରୁ ୨୨ଜଣ, କଳାହାଣ୍ଡିରୁ ୧୬ଜଣ, ଗଞ୍ଜାମରୁ ୪ଜଣ, ପୁରୀରୁ ୭ଜଣ, ସୁନ୍ଦରଗଡ଼ରୁ ୩ଜଣ, ବଲାଙ୍ଗିରରୁ ୨ଜଣ ଓ ମୟୂରଭଞ୍ଜରୁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

publive-image

publive-image

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୦୧ଜଣ ଚିକିତ୍ସାଧୀନ ଥିବାବେଳେ ୨,୫୯୪ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

publive-image

Coronavirus Odisha News Corona Updates In Odisha
Advertisment
Advertisment