Advertisment

ଭୁବନେଶ୍ୱରରୁ ପୁଣି ଚିହ୍ନଟ ହେଲେ ୨ କରୋନା ରୋଗୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ପୁଣି ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଡାକ୍ତରଖାନାରେ ଥିବାବେଳେ ଜଣେ ହୋମ କ୍ୱାରେଣ୍ଟିନ୍‌ରେ ଥିଲେ।  ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଆପୋଲୋ ହସ୍ପିଟାଲ କର୍ମଚାରୀ ଥିବା ବେଳେ ଅନ୍ୟ ଜଣେ ନୟାପଲ୍ଲୀ ଶ୍ରୀରାମ ବିହାର ଆପର୍ଟମେଣ୍ଟର ବୋଲି ଭୁବନେଶ୍ୱର ମହାନଗର ନିଗମ  ସୂଚନା ଦେଇଛି। କରୋନାରେ ଆକ୍ରାନ୍ତ ହୋଇଥିବା ଆପୋଲୋ କର୍ମଚାରୀ ୨୫ ବର୍ଷର ଯୁବକ ଓ ସେ ପୂର୍ବରୁ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର […]

ଭୁବନେଶ୍ୱରରୁ ପୁଣି ଚିହ୍ନଟ ହେଲେ ୨ କରୋନା ରୋଗୀ

bhubaneswar corona update

Advertisment

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ପୁଣି ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଡାକ୍ତରଖାନାରେ ଥିବାବେଳେ ଜଣେ ହୋମ କ୍ୱାରେଣ୍ଟିନ୍‌ରେ ଥିଲେ।  ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଆପୋଲୋ ହସ୍ପିଟାଲ କର୍ମଚାରୀ ଥିବା ବେଳେ ଅନ୍ୟ ଜଣେ ନୟାପଲ୍ଲୀ ଶ୍ରୀରାମ ବିହାର ଆପର୍ଟମେଣ୍ଟର ବୋଲି ଭୁବନେଶ୍ୱର ମହାନଗର ନିଗମ  ସୂଚନା ଦେଇଛି।

Advertisment

କରୋନାରେ ଆକ୍ରାନ୍ତ ହୋଇଥିବା ଆପୋଲୋ କର୍ମଚାରୀ ୨୫ ବର୍ଷର ଯୁବକ ଓ ସେ ପୂର୍ବରୁ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ସୁରତ୍‌ ଲିଙ୍କ୍‌ ଥିବା ଜଣାଯାଇଛି।  ତାଙ୍କ ପରିବାରରୁ ଜଣ ସୁରତ୍‌ ଯାଇଥିଲେ। ଏହି ବ୍ୟକ୍ତି ଜଣକ ତାଙ୍କ ସଂସ୍ପର୍ଶରେ ଆସିଥିବାରୁ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି।

ସେହିପରି ଅନ୍ୟ ଆକ୍ରାନ୍ତ ଜଣକ ନୟାପଲ୍ଲୀ ଶ୍ରୀରାମନଗରର ଜଣେ ୬୭ ବର୍ଷ ବୟସ୍କ ବୃଦ୍ଧ।  ସେ ହୋମ କ୍ୱାରେଣ୍ଟାଇନ୍‌ରେ ଥିଲେ।

Advertisment

ସୂଚନାଥାଉ କି, ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍‌ ୨ ଟି ଲୋକାଲ ଥିବା ଜଣାଯାଇଛି।

ଏମାନଙ୍କ ମଧ୍ୟରୁ କେନ୍ଦୁଝରରୁ ୮ଜଣ, ଝାରସୁଗୁଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୧୭ଜଣ, ଢେଙ୍କାନାଳରୁ ୩ଜଣ, କଟକରୁ ୭ଜଣ, କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨ଜଣ, ଗଜପତିରୁ ୭ଜଣ, କନ୍ଧମାଳରୁ ୧୫ଜଣ, କଳାହାଣ୍ଡିରୁ ୨ଜଣ, ଗଞ୍ଜାମ ଓ ପୁରୀରୁ ୩ଜଣ ଲେଖାଏ, ମୟୂରଭଞ୍ଜରୁ ୯ଜଣ, ସମ୍ବଲପୁରରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ODRAF/ NDRF/Fire Servicesର ୫୪ ଜଣ ଅଛନ୍ତି।

Advertisment

Image

Odisha Corona Update OTV Khabar Odisha Corona News Bhubaneswar Corona Update Corona Update In Odia Coronavirus Latest News In Odia Odisha Corona News In Odia Odisha News In Odia
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ