Advertisment

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଦୁଇ ଗୁରୁତର

ରାୟପୁର: ଛତିଶଗଡ଼ ବିଜାପୁର ଜିଲ୍ଲା ବାସାଗୁଡ଼ା ଥାନା ଠାରୁ ୨ କିଲୋମିଟର ଦୂର ରାଜକୋଟ ପାଖରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ଗୋଟିଏ ବୋଲେରୋ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। ଏଥିରେ ଡ୍ରାଇଭରଙ୍କ ସହ ଅନ୍ୟ ଜଣେ ଆହତ ହୋଇଛନ୍ତି। ଦୁଇ ଗୁରୁତରଙ୍କୁ ନିକଟରେ ଥିବା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଦୁଇ ଜଣ ହେଲେ ବଳରାମ ପ୍ରଧାନ ଓ ମହମ୍ମଦ ଇକବାଲ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ ଲ୍ୟାଣ୍ଡମାଇନ ବିଛାଇଥିବା ସନ୍ଦେହ କରାଯାଉଛି। ଡ୍ରାଇଭର […]

author-image
Dibakar Sahoo
ଅଦ୍ୟତନ ହୋଇଛି
ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଦୁଇ ଗୁରୁତର

6

ରାୟପୁର: ଛତିଶଗଡ଼ ବିଜାପୁର ଜିଲ୍ଲା ବାସାଗୁଡ଼ା ଥାନା ଠାରୁ ୨ କିଲୋମିଟର ଦୂର ରାଜକୋଟ ପାଖରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ଗୋଟିଏ ବୋଲେରୋ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି।

Advertisment

ଏଥିରେ ଡ୍ରାଇଭରଙ୍କ ସହ ଅନ୍ୟ ଜଣେ ଆହତ ହୋଇଛନ୍ତି। ଦୁଇ ଗୁରୁତରଙ୍କୁ ନିକଟରେ ଥିବା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଦୁଇ ଜଣ ହେଲେ ବଳରାମ ପ୍ରଧାନ ଓ ମହମ୍ମଦ ଇକବାଲ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ ଲ୍ୟାଣ୍ଡମାଇନ ବିଛାଇଥିବା ସନ୍ଦେହ କରାଯାଉଛି।

ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତି ବୋଲେରୋରେ ବାସାଗୁଡ଼ା ଆସୁଥିବାବେଳେ ଏହି ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି।

Advertisment
Advertisment
Advertisment