Advertisment

ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ […]

author-image
Rajalaxmi Sahoo
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

coronavirus-odisha

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି।

Advertisment

ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ ମହିଳାଙ୍କ ଘର ବାଲେଶ୍ୱର ଜିଲ୍ଲାରେ।

publive-image

ଅନ୍ୟପକ୍ଷରେ ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୯୦ଜଣ ଚିକିତ୍ସାଧୀନ ଥିବାବେଳେ ୫,୯୩୪ଜଣ ସୁସ୍ଥ ହୋଇଛନ୍ତି। ୩୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

Advertisment

publive-image

Odisha Corona Deaths Latest Corona News In Odisha Corona Cases In Odisha Corona Updates In Odisha Corona Updates Odisha Odisha Corona Updates Odisha Corona Death Updates
Advertisment
Advertisment