Advertisment

ଆଉ ୨୨ ଜୀବନ ନେଲା କରୋନା : ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୨୨୭୩ରେ ପହଞ୍ଚିଲା

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪, ଅନୁଗୁଳରୁ ୩ ଆକ୍ରାନ୍ତ ମୃତ କଳାହାଣ୍ଡି, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ମୃତ ବଲାଙ୍ଗିର, ବୌଦ୍ଧ, କଟକ ଓ ଦେବଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ ଗଜପତି, ଗଞ୍ଜାମ ଓ କନ୍ଧମାଳରୁ…

ଅଦ୍ୟତନ ହୋଇଛି
ଆଉ ୨୨ ଜୀବନ ନେଲା କରୋନା : ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୨୨୭୩ରେ ପହଞ୍ଚିଲା

death

Advertisment
  • ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪, ଅନୁଗୁଳରୁ ୩ ଆକ୍ରାନ୍ତ ମୃତ
  • କଳାହାଣ୍ଡି, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ମୃତ
  • ବଲାଙ୍ଗିର, ବୌଦ୍ଧ, କଟକ ଓ ଦେବଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ
  • ଗଜପତି, ଗଞ୍ଜାମ ଓ କନ୍ଧମାଳରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ
Advertisment

ଭୁବନେଶ୍ୱର: ରାଜ୍ୟରେ ପୁଣି ରେକର୍ଡ଼ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ୧୨୩୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ମହାମାରୀରେ ଜୀବନ ହାରିଛନ୍ତି । ଫଳରେ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି ।

ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ କରୋନାରେ ଜୀବନ ହାରିଛନ୍ତି । ସେହିପରି ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ବୌଦ୍ଧ, ଦେବଗଡ, କଟକ, ଗଜପତି, ଗଞ୍ଜାମ, ବଲାଙ୍ଗୀର, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି ।

Advertisment

ସେପଟେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨,୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ଖୋର୍ଦ୍ଧାରୁ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବାପରେ ପ୍ରଶାସନର ଚିନ୍ତା ଆହୁରି ବଢ଼ିଛି। ଖୋର୍ଦ୍ଧା ପରେ ଦ୍ୱିତୀୟ ସ୍ଥାନରେ ସୁନ୍ଦରଗଡ଼ ଓ ତୃତୀୟ ସ୍ଥାନରେ କଟକ ରହିଛି। ଏହି ୨ଟି ସ୍ଥାନରୁ ଯଥାକ୍ରମେ ୮୮୨ ଓ ୭୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨,୩୯୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେନ୍‌ଣ୍ଟାଇନ୍‌ରୁ ୬,୯୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୫,୪୫୨ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୮୮,୬୮୭ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୧,୦୪,୦୧୬ ରହିଛି। ତେବେ ୪,୮୨,୩୪୫ ଜଣ ସୁସ୍ଥ ହୋଇ ସାରିଲେଣି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ