92045314_3111362032287054_788538214380994560_n
ଭୁବନେଶ୍ୱର: ରାଜ୍ୟରେ ଆଉ ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୨୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଗତସିଂହପୁରରୁ ୧୩ଜଣ, ଖୋର୍ଦ୍ଧାରୁ ୧୯ଜଣ, ନୟାଗଡ଼ରୁ ୭ଜଣ, କଟକରୁ ୯୨ଜଣ, ଢେଙ୍କାନାଳରୁ ୭ଜଣ, ବାଲେଶ୍ୱରରୁ ୨ଜଣ, ଅନୁଗୁଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ, ଭଦ୍ରକରୁ ୫ଜଣ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ୧୫ଜଣ, ଗଞ୍ଜାମରୁ ୨୦ଜଣ, ପୁରୀରୁ ୧୫ଜଣ, ବଲାଙ୍ଗିରରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, ମୟୂରଭଞ୍ଜରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/post_attachments/wp-content/uploads/2020/06/Capture-15.jpg)
/odishatv-khabar/media/post_attachments/wp-content/uploads/2020/06/Capture-11-1.jpg)
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୩୬ଜଣ ଚିକିତ୍ସାଧୀନ ଥିବାବେଳେ ୨,୪୭୪ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
/odishatv-khabar/media/post_attachments/wp-content/uploads/2020/06/Capture-00.jpg)
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/92045314_3111362032287054_788538214380994560_n-1_1626161511.jpg)