ପ୍ରିଜାଇଡିଂ ଅଫିସର୍ ଜଣକ ବାହାରକୁ ଆସି ପୋଲିସ୍ ଆଗରେ କେମିତି ହାତ ଯୋଡ଼ି ନେହୁରା ହେଲେ।
ରାଷ୍ଟ୍ରପତିଙ୍କ ପୁରୀ ଗସ୍ତର ଦ୍ୱିତୀୟ ଦିନରେ ଚଳଚଞ୍ଚଳ ହୋଇଯାଇଥିଲା ବଡ଼ଦାଣ୍ଡ। କଡ଼ା ସୁରକ୍ଷା ବଳୟରେ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନ କଲେ ରାଷ୍ଟ୍ରପତି। ସାଙ୍ଗରେ ଥିଲେ ପତ୍ନୀ ତଥା ଦେଶର ପ୍ରଥମ ମହିଳା ସବିତା କୋବିନ୍ଦ ଓ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ।
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ତୃତୀୟ ପର୍ଯ୍ୟାୟ ମତଦାନ ସରିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ କିଛି ସ୍ଥାନରେ ହିଂସା ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି ।
ଗତ ୧୮ ତାରିଖରେ ବୌଦ୍ଧ ଜିଲ୍ଲା ରକ୍ସା ପଂଚାୟତ ଚଉଁରିଆପଦରରେ ମତଦାନ ବେଳେ ବୁଥ କ୍ୟାପଚରିଂ ଅଭିଯୋଗ ହୋଇଥିଲା । ଏଣୁ ଆସନ୍ତା ୨୩ ତାରିଖରେ ସେହି ବୁଥରେ ସାନି ମତଦାନ କରିବାକୁ ପ୍ରଶାସନ ତରଫରୁ ନିର୍ଦ୍ଦେଶ ଜାରି କରାଯାଇଛି ।
ଭୋଟଗ୍ରହଣ କେନ୍ଦ୍ରରେ ଉତ୍ତେଜନା ପରେ ଲୋକଙ୍କୁ ବୁଝାସୁଝା ପରେ ଉତ୍ତେଜନା ଥମିଥିଲା । ବାଲାଟ ପେପର ଭିଜିଥିଲେ ପୁଣିଥରେ ଭୋଟ କରିବାକୁ ପ୍ରତିଶ୍ରୁତି ପରେ ଉତ୍ତେଜନା ହ୍ରାସ ପାଇଥିଲା । ପରିସ୍ଥିତି ଶାନ୍ତ ହେବା ପରେ ପୁଣି ଧାଡ଼ିରେ ଆସି ଭୋଟ ଦେଇଥିଲେ ଲୋକେ ।
ଶାସକ ଦଳ ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ।
ଉତ୍କଳ ବିଶ୍ୱବିଦ୍ୟାଳୟର ରସାୟନ ବିଜ୍ଞାନର ପିଜି ବିଭାଗ ଫେବୃଆରୀ ୨୧ରେ ଜଣେ ପ୍ରୋଜେକ୍ଟ ଫେଲୋ ନିଯୁକ୍ତି ନେଇ ୱାକ୍-ଇନ୍-ଇଣ୍ଟରଭ୍ୟୁ କରିବ। ବିଭାଗ ଫେବୃଆରୀ ୨୮ ସକାଳ ୧୧ଟାରେ ଆଉ ଏକ ୱାକ୍-ଇନ୍-ଇଣ୍ଟର୍ଭ୍ୟୁ କରିବ।
ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଳକରେ ମତଦାନ ବେଳେ ବୁଥ୍ ଜବରଦଖଲ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ବୁଥ୍ ଭିତରେ ପଶି ଜଣକ ପରେ ଜଣଙ୍କ ଭୋଟ୍ ଦେଉଥିବା ଦେଖିବାକୁ ମିଳିଛି।
ସବୁ ସୀମା ପାର୍ କଲା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ହିଂସାକାଣ୍ଡ। ବୁଥ୍ ରିଗିଂ, ଭୋଟ୍ ବାକ୍ସ ଲୁଟ୍, ବିଡିଓଙ୍କୁ ଆକ୍ରମଣ, ସାମ୍ବାଦିକଙ୍କୁ ମାଡ଼...ଆଉ ଏବେ ପୋଲିସ୍କୁ ମାଡ଼।
କଲ୍ୟାଣସିଂହପୁର ଶୂନଖଣ୍ଡ ପଞ୍ଚାୟତରେ ରାଇଲିମା ଗାଁ ୧୪ ନଂ ବୁଥରୁ ଭୋଟ ବାକ୍ସ ଉଠାଇ ନେଇଯାଇଛନ୍ତି ଡଙ୍ଗରିଆ କନ୍ଧ ।
ଜଣେ ସରପଞ୍ଚ ପାର୍ଥୀ ରାତିରେ ଟଙ୍କା ବାଣ୍ଟୁଥିବା ନେଇ ଗାଁ ଲୋକେ ସନ୍ଦେହ କରିଥିଲେ। ଏହାପରେ ଗାଁ ଲୋକେ ରାତି ତମାମ ସରପଞ୍ଚ ପ୍ରାର୍ଥୀଙ୍କୁ ବାନ୍ଧି ଗାଁରେ ଅଟକ ରଖିଥିଲେ।
ସ୍ୱାମୀ ପାଲଟିଲା ସଇତାନ୍ । ନିଜ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଆଇଁଲାଛାଟ ଗାଁରେ ଏଭଳି ଏକ ଅଭାବନିୟ ଘଟଣା ଦେଖିବାକୁ ମିଳିଛି । ଆଇଁଲାଛାଟ ଗାଁ ଶଙ୍କର ଦେହେରି ନାମଙ୍କ ବ୍ୟକ୍ତି ତାଙ୍କ ପତ୍ନୀ ମମତା ଦେହୁରୀଙ୍କୁ ଏଭଳି ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ କରାଯାଇଛି ।
ତ୍ରିସ୍ତରୀୟ ପଞ୍ଚାୟତ ର୍ନିବାଚନର ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ବେଳେ ରାୟଗଡ଼ା ପୋଲିସକୁ ସଫଳତା ମିଳିଛି। ନିୟମଗିରି ପାହାଡ଼ ତଳ ଏକ ପୋଲ ପାଖରୁ ଟିଫିନ ବୋମା ଜବତ ହୋଇଛି।
ବିଞ୍ଝାରପୁର ବ୍ଲକ ଜରି ପଞ୍ଚାୟତ ୧୪ ନମ୍ବର ବୁଥ୍ ଆଗରେ ଏହି ଆକ୍ରମଣ ହୋଇଛି । ବୁଥ୍ ରିଗିଂ ଉଦ୍ୟମକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରେ ଉତ୍ତେଜନା ଦେଖାଦେଇଥିଲା । ତେବେ ଉପସ୍ଥିତ ପୋଲିସ ଅଟକାଇବାରୁ ଟେକାପଥର ମାଡ଼ କରିଛନ୍ତି ଦୁର୍ବୃତ୍ତ ।
ଖବର ସଂଗ୍ରହ ବେଳେ ୩ ଜଣ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଯାଜପୁର ଜିଲ୍ଲା ବିଞ୍ଝାରପୁର ବାଛଳ ପଞ୍ଚାୟତର ୨ ନଂ ବୁଥ୍ ନିକଟରେ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଛି।
ଯାଜପୁର ଜିଲ୍ଲା କୋରେଇ ବ୍ଲକ୍ ଅନ୍ତର୍ଗତ ଗୋଳେଇପୁର ପଞ୍ଚାୟତରେ ମତଦାନ ବେଳେ ଉତ୍ତେଜନା ପ୍ରକାଶ ପାଇଛି। ମତଦାନ ଚାଲିଥିବା ବେଳେ ବୁଥ୍କୁ ଜବରଦଖଲ କରିବା ପାଇଁ ଦୁର୍ବୃତ୍ତମାନେ ଚେଷ୍ଟା କରିଥିଲେ।
ବୁଥ୍ରୁ ଭୋଟ୍ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ । ଯାଜପୁର ବିଞ୍ଝାରପୁର ବ୍ଲକ ବାଛଳ ପଞ୍ଚାୟତ ୪ ନମ୍ବର ବୁଥ୍ରୁ ୪ଜଣ ଦୁର୍ବୃତ୍ତ ଭୋଟ୍ ବାକ୍ସ ଉଠାଇ ନେଇଥିବା ଅଭିଯୋଗ ହୋଇଛି।
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ୟୁନାଇଟେଡ ନେସନ ୱାର୍ଲଡ଼ ଫୁଡ କାର୍ଯ୍ୟକ୍ରମର କଣ୍ଟ୍ରି ଡାଇରେକ୍ଟର ବିଶ୍ୱ ପାରାଜୁଲି । ରାଜ୍ୟରେ ଖାଦ୍ୟକୁ ନେଇ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଛି ।
ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ଦହଣା ଗାଁରେ ଗୁଳିକାଣ୍ଡ। ଏକ ବୋଲେରୋରେ କିଛି ଦୁର୍ବୃତ୍ତ ଆସି ୩ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରିଥିବା ବେଳେ ଗୋଟିଏ ଜୀବନ୍ତ ଗୁଳି ଜବତ ହୋଇଛି।
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ତୃତୀୟ ପର୍ଯ୍ୟାୟ ମତଦାନ। ତୃତୀୟ ପର୍ଯ୍ୟାୟରେ ୬୩ ବ୍ଳକ୍ର ୧୭୧ ଜିଲ୍ଲା ପରିଷଦ ଜୋନ୍ ଅନ୍ତର୍ଗତ ୧୩୮୨ ପଞ୍ଚାୟତରେ ଭୋଟ୍ ପଡ଼ିବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସଚ୍ଚୋଟପଣିଆକୁ ପ୍ରଶଂସା କରି ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ବ୍ୟାଘ୍ର ବଂଶ ବୃଦ୍ଧି ନାଁ ଭିଟାମାଟି ଛାଡ଼ିଲେ। ହେଲେ ହରାଇଲେ ଭୋଟ୍ ଦାନ ଅଧିକାର। ଯେଉଁଥିପାଇଁ ବର୍ତ୍ତମାନ ଚାଲିଥିବା ପଞ୍ଚାୟତ ନିର୍ବାଚନରେ ଭାଗ ନେଇ ପାରୁନାହାନ୍ତି ଖଡ଼ିଆ ସମ୍ପ୍ରଦାୟର ୧୧୪ ପରିବାର।
ଅପରାଧ ପଛରେ କଣ କେବଳ ତାର ମୁଣ୍ଡ ଥିଲା ନାଁ ଏହା ପଛରେ ଆଉ କେହି ତାକୁ ସହଯୋଗ କରୁଥିଲେ?
ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ଭୋଟ୍ । ବୁଥ୍ରେ ପହଞ୍ଚିଲେଣି ପୋଲିଂ ପାର୍ଟି । କାଲି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ।