ଆଜି ଆମେ ଆପଣଙ୍କ ପାଇଁ ଅତି ସହଜ ଓ ସରଳ ଉପାୟରେ ମିଠାର ଏକ ରେସିପି ବିଯୟରେ କହିବାକୁ ଯାଉଛୁ । ବେସନ ଓ ନଡ଼ିଆରେ ଏକ ମିଠାର ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି ନଡ଼ିଆ ବେସନ ବର୍ଫି । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
କଟକ SCBରୁ ଡିସ୍ଚାର୍ଜ ହେଲେ ଓଟିଭି କ୍ୟାମେରାମ୍ୟାନ୍ ପ୍ରଭାତ ସିହ୍ନା। ୩ ଦିନ ଚିକିତ୍ସା ପରେ ସୁସ୍ଥ ହୋଇ ସେ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି। ୨୪ ତାରିଖ ଦିନ ହାତୀ ଉଦ୍ଧାର ବେଳେ କଟକ ମୁଣ୍ଡଳି ବ୍ୟାରେଜ ନିକଟରେ ହୋଇଥିବା ଓଡ୍ରାଫ୍ ବୋଟ୍ ଦୁର୍ଘଟଣାରେ ପ୍ରଭାତ ଆହତ ହୋଇଥିଲେ।
ଜୁନାଡିହି ହତ୍ୟା ଘଟଣାର ଖୋଲିଲା ଗୁମର। ପୁଅର ପରକୀୟା ପ୍ରୀତି ପାଇଁ ବଳି ପଡ଼ିଲେ ବାପାମା। ସଦର ଥାନା ଜୁନାଡ଼ିହି ଗ୍ରାମରେ ଦମ୍ପତିଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାସ ହୋଇଛି।
ଆଦର୍ଶ ବିଦ୍ୟାଳୟ ପାଇଁ ଶିଳାନ୍ୟାସ କରି ଭୁଲିଯାଇଛନ୍ତି ସରକାର । ଏପଟେ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ପାଇଁ ଆଜି ଆଦର୍ଶ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରୁନି ।
ଦୁର୍ବଳ ହୋଇଛି ବାତ୍ୟା ‘ଗୁଲାବ’ । ଗତ ୬ ଘଣ୍ଟାରେ ଏହା ଘଣ୍ଟାକୁ ୧୪ କି.ମି. ବେଗରେ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୬ ଘଣ୍ଟାରେ ଏହା ଆହୁରି ଦୁର୍ବଳ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି।
ଓଡ଼ିଶାରେ କରୋନା ତୃତୀୟ ଲହରର ପ୍ରଭାବ ଏତେ ବେଶି ପଡ଼ିନପାରେ । ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେମିତି ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ ଦେଖିଲେ ଲାଗୁଛି ଆମେ ଭଲ ସ୍ଥିତିରେ ରହିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।
ରାଜ୍ୟର ୧୨ଟି ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସୃଷ୍ଟି ହୋଇଛି ୭୩ ପ୍ରତିଶତ ଆଣ୍ଟିବଡ଼ି। ଅର୍ଥାତ ଏହି ୧୨ ଜିଲ୍ଲାର ପୁରୁଷ ଓ ମହିଳାଙ୍କ କ୍ଷେତ୍ରରେ କୋଭିଡ୍ ଆଣ୍ଟିବଡ଼ି ସୃଷ୍ଟିକୁ ନେଇ ବିଶେଷ ଫରକ୍ ନାହିଁ। RMRC ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି ଏହି ସୂଚନା ଦେଇଛନ୍ତି।
ଭାରତ ବନ୍ଦ ଫଳରେ ହନ୍ତସନ୍ତ ଯାତ୍ରୀ । ଭୁବନେଶ୍ୱର, ବାଲେଶ୍ୱର, ରାଉରକେଲା, କଟକ ଭଳି ବିଭିନ୍ନ ସହରରେ ଆଜି ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ରେଳ ଷ୍ଟେସନରେ ଯାତ୍ରୀ ଓହ୍ଲାଇବା ପରେ ଘରକୁ ଯିବା ପାଇଁ କୌଣସି ଗାଡ଼ି ମିଳିନି । ଫଳରେ ଲୋକେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଛି ।
ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ନ କମୁଥିବା ଲକ୍ଷ୍ୟ କରାଯାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ବାତ୍ୟା ଗୁଲାବର ପ୍ରଭାବରେ କୋରାପୁଟ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଯାଇଛି। ଅନେକ ଘରର ଆଜବେଷ୍ଟସ ଛାତ ଉଡି ଯାଇଛି। ବଡ ବଡ ଗଛ ଉପୁଡ଼ି ରାସ୍ତା ଉପରେ ପଡି ରହିଛି।
ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣାର ହେବ HRPC ଓ ବିଚାରବିଭାଗୀୟ ତଦନ୍ତ। ଏ ନେଇ ବରଗଡ଼ ଏସ୍ପି ରାହୁଲ ଜୈନ ADG HRPCଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।
ବାତ୍ୟା ‘ଗୁଲାବ’ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟାକୁ ୧୪ କି.ମି. ବେଗରେ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୬ ଘଣ୍ଟାରେ ଏହା ଆହୁରି ଦୁର୍ବଳ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଥିଲା। ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି, ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଗୁଲାବ ଲ୍ୟାଣ୍ଡଫଲ୍ କରିଛି। ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି।
ବାତ୍ୟା ଶ୍ରୀକାକୁଲମରୁ କୋରାପୁଟ ଜିଲ୍ଲାକୁ ପଶିବ। ପ୍ରଭାବରେ ରାତିରେ ଗଜପତି, ରାୟଗଡ଼ା, କୋରାପୁଟରେ ବର୍ଷା ବଢ଼ିବ। ଗଜପତି, ରାୟଗଡ଼ା, କୋରାପୁଟରେ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ।
ବାତ୍ୟା ଗୁଲାବକୁ ନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଲ୍ୟାଣ୍ଡଫଲ୍ କରିଛି ଗୁଲାବ । ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି । ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ବିଶେଷ ପ୍ରଭାବ ପଡ଼ିନି ।
ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆସନ୍ତାକାଲି ଦିଆଯାଇଛି ଭାରତ ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଦେଶବ୍ୟାପୀ ଆହ୍ୱାନ ଦେଇଛି କିଷାନ ମୋର୍ଚ୍ଚା ।
ଟଳିଲା ବାତ୍ୟା ଭୟ । ଓଡ଼ିଶାରେ ନାହିଁ ବାତ୍ୟା ପ୍ରଭାବ । ଉପକୂଳ ଅତିକ୍ରମ କଲା ବାତ୍ୟା ଗୁଲାବ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗୁଲାବ ।
ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣା ପରେ ସେଦିନ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ ଫରେଷ୍ଟଗାର୍ଡ ମାନସ ବେହେରା । ବୁଡିଯାଉଥିବା ଓଡ୍ରାଫ କର୍ମଚାରୀଙ୍କୁ ଉଦ୍ଧାର ପାଇଁ ପ୍ରଥମେ ସେ ବ୍ରିଜ୍ ଉପରୁ ଦଉଡି ପକାଇଥିଲେ ଏବଂ ପରେ ଏକ ଦେଶୀ ଡଙ୍ଗା ଜରିଆରେ ଉଦ୍ଧାର ପାଇଁ ନଦୀ ଭିତରକୁ ଯାଇଥିଲେ ।
ବାତ୍ୟା ଗୁଲାବ ଲ୍ୟାଣ୍ଡଫଲ ପୂର୍ବରୁ ଗଜପତି ଜିଲ୍ଲା ଗୁମ୍ମା ବ୍ଳକରେ ରାସ୍ତା ଉପରକୁ ମାଟି ଅତଡ଼ା ଧସିଥିଲା। ଭୂସ୍ଖଳନ ଫଳରେ ନାମନଗଡରୁ ଅଜୟଗଡ଼ ମଧ୍ୟରେ ଯାତାୟାତରେ ସମସ୍ୟା ଉପୁଜିଥିଲା ଜିଲ୍ଲା ପ୍ରଶାସନ ଓ ରେସ୍କ୍ୟୁ ଟିମ୍ ଅପରେସନ୍ ପରେ ସ୍ଥିତି ସ୍ୱାଭାବିକକୁ ଆସିଥିଲା। ସେପଟେ ବାତ୍ୟା ସହ ଭୁସ୍ଖଳନ ବିପଦ ଏଡ଼ାଇବାକୁ ରାଇପାଙ୍କା ଅଞ୍ଚଳର ପାହାଡ଼ ତଳେ ବସବାସ କରୁଥିବା ଲୋକଙ୍କୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି।
ପିପିଲି ଉପନିର୍ବାଚନ ପାଇଁ ସୋମବାର ସନ୍ଧ୍ୟାରେ ସରିବ ପ୍ରଚାର । ଏଥିପାଇଁ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରଚାର ଅଭିଯାନ ଜୋରଦାର ଚଳାଇଛନ୍ତି ।
ବାତ୍ୟା ଗୁଲାବ ପାଇଁ ପୁରୀରେ ୬ ନମ୍ବର, ପାରାଦୀପରେ ୩ ନମ୍ବର ଓ ଧାମରା ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ଗଂଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ବାତ୍ୟା ଗୁଲାବ୍ ଦ୍ୱାରା ବିଶେଷ ପ୍ରଭାବିତ ହେବ। ଏହି ୪ ଜିଲ୍ଲା ଏହି ୪ ଜିଲ୍ଲା ସମେତ ମୋଟ୍ ୧୪ ଜିଲ୍ଲାକୁ ସଜାଗ୍ କରିଛନ୍ତି ରାଜ୍ୟ ସରକାର।
ଆରମ୍ଭ ହେଲା ବାତ୍ୟା ଗୁଲାବ୍ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏହା ୩ ଘଣ୍ଟା ଧରି ଚାଲିବ । ଏନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆଜି ରାତି ୯ଟାରୁ ୯ଟା ୩୦ ମଧ୍ୟରେ ସରିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । କଳିଙ୍ଗପଟ୍ଟନମଠାରୁ ୨୫ କିମି ଦୂରରେ ଟେକାଲି ଓ ମୋରିଗୁଡ଼ା ମଝିରେ ଲ୍ୟାଣ୍ଡଫଲ୍ କରିବ ଗୁଲାବ ।
ସଂଧ୍ୟା ୬ରୁ ବାତ୍ୟା ଗୁଲାବ୍ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ । SRC ପ୍ରଦୀପ ଜେନାଙ୍କ ସୂଚନା । ଗୋପାଳପୁରଠାରୁ ୯୦ କିଲୋମିଟର ଓ କଳିଙ୍ଗପାଟନମଠାରୁ ୮୫ କିଲୋମିଟର ଦୂରରେ ବାତ୍ୟା । ଗତ ୩ ଘଣ୍ଟାରେ ୨୫ କିମି ବେଗରେ ଅଗ୍ରସର ହେଉଛି ।
ବାତ୍ୟା ଲ୍ୟାଣ୍ଡଫଲ୍ ନକରୁଣୁ ଗଜପତି ଜିଲ୍ଲାରେ ଅଘଟଣ । ଗଜପତି ଜିଲ୍ଲା ଗୁମ୍ମା ବ୍ଳକରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଛି । ନାମନଗଡରୁ ଅଜୟଗଡ଼ ମଧ୍ୟରେ ରାସ୍ତାରୁ ମାଟି ଅତଡ଼ା ଧସି ଅବରୋଧ ହୋଇଛି ।