କଥାରେ ଅଛି ଦୃଢ ଇଛା ଶକ୍ତି ଥିଲେ ସବୁ କାର୍ଯ୍ୟ କରିବାରେ ସକ୍ଷମ ହୋଇପାରିବେ । ୨ଜଣ ବନ୍ଧୁ ନିଜସ୍ୱ ଉଦ୍ୟମ ବଳରେ ପାଣିପାଗ ସୂଚନା ଯନ୍ତ୍ର ତିଆରି କରିଛନ୍ତି ଯାହାକି ପାଣିପାଗ ପୂର୍ବାନୁମାନର ସୂଚନା ଦେଉଛି । ଏହି ସୂଚନା ପାଇବା ଦ୍ୱାରା ଚାଷୀମାନେ କ୍ଷତିରେ ପଡୁ ନାହାଁନ୍ତି । ଏହି ଯନ୍ତ୍ର ତିଆରି କରି ବିନିକା ଅଞ୍ଚଳରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ୨ଜଣ ବନ୍ଧୁ ।
ଧୀରେ ଧୀରେ ଦ୍ୱିତୀୟ ଲହରୀ ଦୁର୍ବଳ ହେବା ସହ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଆଜି ପୁଣି ରାଜ୍ୟରେ ଦିନକରେ ୬୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୬୯ ଜଣ ।
ଗଂଜାମ ଗାଙ୍ଗପୁର ଥାନା କୁଲାଙ୍ଗି-କାଳିଆଗୁଡ଼ା ରାସ୍ତାରେ ଓଲଟିଛି ନୀଳକଣ୍ଠ ନାମକ ଯାତ୍ରୀବାହୀ ବସ । ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି । ନୀଳକଣ୍ଠ ନାମକ ଘରୋଇ ବସ ଟି ସୋରଡା ରୁ ଭଞ୍ଜନଗର ଅଭିମୁଖେ ଯାତ୍ରା କରୁଥିଲା । ବସ ରେ ୩୦ ରୁ ଅଧିକ ଯାତ୍ରୀ ଥିଲେ ।
ଷଷ୍ଠ ଶ୍ରେଣୀରୁ ଛାତ୍ରୀଙ୍କ ପାଇଁ ମାଗଣା ସାନିଟାରୀ ନାପକିନ୍ । ରାଜ୍ୟ ସରକାର ଆରମ୍ଭ କରିଥିଲେ ଖୁସି ଯୋଜନା । ଲକ୍ଷ୍ୟ ଥିଲା କିଶୋରୀ ମାନଙ୍କ ମଧ୍ୟରେ ସ୍ୱଚ୍ଛତା ସୃଷ୍ଟି କରିବା, ହେଲେ ଏହି ସାନିଟାରୀ ନାପକିନ୍ ଛାତ୍ରୀଙ୍କ ନିକଟରେ ନପହଞ୍ଚି ବର୍ଷ ବର୍ଷ ଧରି ନୋଡାଲ ସେଂଟରର ଗୋଦାମରେ ପଡ଼ିଛି । ବାସୁଦେବପୁରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ସେପଟେ ମୟୂରଭଂଜର ଉଦଳାରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି ।
ଛୋଟ ଝିଅଟିଏ। ଧୂଳି ଖେଳ ଛାଡ଼ିବା ପୂର୍ବରୁ ଆରମ୍ଭ ହୋଇଗଲା ସଂଘର୍ଷ। ଜୀବନ କ’ଣ ଚିହ୍ନିବା ଆଗରୁ ମୁଣ୍ଡ ଉପରୁ ଦୂରେଇ ଗଲା ବାପା-ମା’ଙ୍କ ଆଶୀର୍ବାଦର ହାତ। କେମିତି ବଞ୍ଚିବେ ତାହା ତାଙ୍କ ଭାବନାର ବାହାରେ ଥିଲା।
ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବାରୁ ଅନେକ ସ୍ଥାନରେ ରାସ୍ତା ଉପରେ ପାଣି ଚାଲିଛି । ମଥାନୀ ରାସ୍ତା ବୁ଼ଡିଥିବା ବେଳେ ଶହ ଶହ ହେର ଜମିରେ ପାଣି ଜମି ରହିଛି । ଜଳକା ବନ୍ୟାରେ ୧୨ ପଞ୍ଚାୟତର ୫୦ ଗାଁ ଜଳମଗ୍ନ ହୋଇଛି ।
କମାଣ୍ଡରଙ୍କ କମାଣ୍ଡରେ ପାଦକୁ ପାଦ ମିଶାଇ ପରେଡ ଅଭ୍ୟାସ। ହାତରେ ଏସ୍ଏଲ୍ଆର୍ ରାଇଫଲ୍। କେତେବେଳେ ସଲାମୀ ଶସ୍ତ୍ର ତ ଆଉ କେତେବେଳେ ଫୁଲ୍ ସ୍ପିଡ୍ରେ ବଢ଼ାଉଛନ୍ତି କଦମ।
ରାଜ୍ୟର ବିଭିନ୍ନ ମେଡ଼ିକାଲରେ ନିଯୁକ୍ତ ଫାର୍ମାସିଷ୍ଟ ରୋଗୀ ମାନଙ୍କୁ ଔଷଧ ଦେଇପାରିବେ । ଡାକ୍ତରଙ୍କ ଅନୁପସ୍ଥିତିରେ ସାମାନ୍ୟ ରୋଗ ପାଇଁ ସଂପୃକ୍ତ ଫାର୍ମାସିଷ୍ଟ ମାନେ ଔଷଧ ଦେଇପାରିବେ ବୋଲି ରାଜ୍ୟ ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ନଥିବା ବେଳେ ଚିକିତ୍ସାରେ ଅନେକ ଅସୁବିଧା ଉପୁଜୁଛି ।
ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ମିଆଁମାର ଉପକୂଳ ତତ୍ ସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିପାରେ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
୧୩ଟି ପ୍ରାକୃତିକ ନାଳର ଯେଉଁ ବ୍ୟବସ୍ଥା ହେବା କଥା, ତାହା କାହିଁକି ହୋଇନାହିଁ ? ୨୦୧୯ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥା ପାଇଁ ଘୋଷଣା କରିଥିବା ହଜାରେ କୋଟି ଟଙ୍କା କୁଆଡ଼େ ଗଲା ? ଆଗାମୀ ଦିନରେ ଡ୍ରେନେଜ ବ୍ୟବସ୍ଥାରେ ପୂର୍ଣ୍ଣାଙ୍ଗ ଯୋଜନା ଦରକାର ।
କଟକ ଏସ୍ସିବି ମେଡିକାଲରେ ଇକ୍ମୋ ବ୍ୟବସ୍ଥାରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକ ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ମହିଳା ବୋଲି ସୂଚନା ମିଳିଛି। ପ୍ରଥମ ଇକ୍ମୋ ରୋଗୀ ଭାବେ ସେ ଏସ୍ସିବିରେ ଭର୍ତ୍ତି ହୋଇଥିଲେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ବଲାଙ୍ଗିର ପାଟଣାଗଡ଼ରେ ବିଜେପି ଓ ବିଜେଡିର ଦୁଇ ନାରୀନେତ୍ରୀ ମୁହାଁମୁହିଁ । ସାଂସଦ ସଙ୍ଗୀତା ସିଂଦେଓ ଓ OTDC ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ମୁହାଁମୁହିଁ ହୋଇଥିବା ଦେଖାଯାଇଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ବେଳେ କଥା କଟାକଟି ହୋଇଥିବା ଦେଖାଯାଇଛି ।
ଝାରସୁଗୁଡ଼ା ବ୍ରଜରାଜନଗରରେ ମାଆ ଓ ଦୁଇ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଛି । ସ୍ୱାମୀ ନିଜ ପତ୍ନୀ ଓ ଦୁଇ ଛୁଆଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି ।
ରାଜଧାନୀ ଭୁବନେଶ୍ୱରରେ ୭୫ଟି ସ୍ଥାନରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଡ୍ରେନ୍ ଓ ଜଳବନ୍ଦୀ ସମସ୍ୟା । ଖୋଦ୍ ବିଏମ୍ସି ଏହାକୁ ଚିହ୍ନଟ କରିଛି । ଶତାବ୍ଦୀ ନଗର ଡ୍ରେନ୍ ଟ୍ରାଜେଡି ପରେ ପ୍ରଥମ ଥର ଲାଗି ମୁହଁ ଖୋଲି ବିଏମ୍ସି କମିଶନର କହିଛନ୍ତି ପ୍ରାକୃତିକ ନାଳକୁ ଘୋଡ଼ାଇବା ଲାଗି ସୁପ୍ରିମ୍ କୋର୍ଟ ଓ NGTର କଟକଣା ଥିବା ବେଳେ ଦୁର୍ଘଟଣା ଘଟିବା ଆଶଙ୍କା ଥିବା ସ୍ଥାନକୁ ଦେଖି ପ୍ରତିକାର ବ୍ୟବସ୍ଥା କରାଯାଉଛି ।
ଗାଁ ଦାଣ୍ଡରେ ପାଣି । ଘର ଭିତରେ ପାଣି । ରାସ୍ତା ଉପରେ ବି ପାଣି । ଜଳକାରେ ହଠାତ୍ ପାଣି ମାଡ଼ି ଆସିବା ଫଳରେ ଆଜି ଏମିତି କଲବଲ ବସ୍ତା ବ୍ଲକ୍ର ୧୨ରୁ ଅଧିକ ପଞ୍ଚାୟତର ପ୍ରାୟ ୫୦ ହଜାରରୁ ଅଧିକ ଲୋକେ ।
ରହସ୍ୟମୟୀ ଯୁବତୀର ରୋମାଞ୍ଚିତ ନାଟକ । ପ୍ରତିରକ୍ଷା କ୍ଷେତ୍ରର ଗୁପ୍ତ ତଥ୍ୟ ହାତେଇବାକୁ ନାନା ଫନ୍ଦି ଫିକର । ସୋସିଆଲ୍ ମିଡିଆରେ ଷଡ଼ଯନ୍ତ୍ରର ମାୟାଜାଲ ବିଛାଇ ଥିବା ରହସ୍ୟମୟୀ ଲେଡି କାହାକୁ Hi ଲେଖି ଯୋଡ଼ି ଦେଇଥିଲା ସମ୍ପର୍କ, ତ ଆଉ କାହାକୁ ଶିକାର କରୁଥିଲେ LOVE YOU କହି ।
ଓଡ଼ିଶା-ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡିଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚିଠିରେ ସେ ୪ଟି ପ୍ରସ୍ତାବ ଦେଇଛନ୍ତି । ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଦ୍ୱିପାକ୍ଷିକ ଆଲୋଚନା କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରସ୍ତାବ ଦେବା ସହିତ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ମଧ୍ୟ କହିଛନ୍ତି ।
ଜଳଖିଆ ଦୋକାନୀର ବର୍ବରକାଣ୍ଡ । ଜଳଖିଆ ଦୋକାନୀ ୫ ଦିନରେ ହତ୍ୟା କଲାଣି ୨୦ କୁକୁର । ଶଙ୍କରପୁର ଗାଁରେ କୁକୁରଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ ହୋଇଛି । ଆଜି ସ୍ଥାନୀୟ ଅଞ୍ଚଳରୁ ୧୦ କୁକୁରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧୦ କୁକୁରଙ୍କ ମୃତଦେହ ଉଦ୍ଧାର ପରେ ଥାନାରେ ଲିଖିତ ଅଭିଯୋଗ ମଧ୍ୟ ହୋଇଛି।
ଆନ୍ଧ୍ର-ଓଡିଶା ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଚିଠିରେ ୪ଟି ପ୍ରସ୍ତାବ ରଖିଛନ୍ତି ଧର୍ମେନ୍ଦ୍ର । ଆନ୍ଧ୍ର-ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଲାଗି ସେ ପ୍ରସ୍ତାବ ଦେଇଛନ୍ତି।
ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆଜି ଟିଟିଲାଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପୋଲିସ କବ୍ଜାରେ ଆଞ୍ଜେଲ ପିୟୁ । ଫେସ୍ବୁକ୍ରେ ଜାଲ ବିଛାଇ ଯୁବକଙ୍କ ଘରୁ ଲୁଟ୍ ଘଟଣାରେ ଜଣେ ବଙ୍ଗୀୟ ଯୁବତୀଙ୍କୁ ଗିରଫ କରିଛି ପୋଲିସ । ଭୁବନେଶ୍ୱର ସହିଦ ନଗର ଥାନା ପୋଲିସ୍ ଉକ୍ତ ଯୁବତୀଙ୍କୁ ଗିରଫ କରିଛି ।
ପିପିଲିରେ ଚାଲିଛି ଘମାଘୋଟ ପ୍ରଚାର। ୩୦ ତାରିଖରେ ଭୋଟ୍ ଥିବା ବେଳେ ପ୍ରଚାର ପାଇଁ ହାତଗଣତି କିଛି ଦିନ ଥିବାରୁ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପ୍ରଚାରରେ ଲାଗିପଡିଛନ୍ତି
ବିଦେଶରୁ ଆସୁଛି ଓଡ଼ିଆ ଶ୍ରମିକଙ୍କ ମର ଶରୀର। ଓମାନରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକ ପ୍ରଦୀପ ପାହାନଙ୍କ ମର ଶରୀରକୁ ଏୟାର ଇଣ୍ଡିଆ ବିମାନରେ ଅଣାଯାଉଛି। ବାହାରିନ୍ ପ୍ରବାସୀ ଓଡ଼ିଆ ସମାଜର ପ୍ରତିଷ୍ଠାତା ଅରୁଣ କୁମାର ପ୍ରହରାଜଙ୍କ ପ୍ରୟାସରେ ତାଙ୍କର ମର ଶରୀରକୁ ଓଡ଼ିଶା ଅଣାଯାଉଛି
ପୋଷା କୁକୁର ଚାଲିଯିବା ଦୁଃଖରେ ଏକଦାଶହ କ୍ରିୟା । ଭୋଜି ଭାତର ଆସର । ନିଆରା ସମ୍ପର୍କର ନିଦର୍ଶନ । ମଣିଷ ଭଳି ପଶୁର ହେଲା ଦଶାହ, କ୍ରିୟାକର୍ମ ପରେ ଭୋଜି ଭାତ । ପୋଷା କୁକୁରର ମୃତ୍ୟୁ ପରେ ଗୋଟିଏ ମାଲିକ ଜଣକ ଦୁଃଖରେ ଭାଙ୍ଗିପଡିଛନ୍ତି । କେବଳ ଦୁଃଖରେ ଭାଙ୍ଗି ପଡିନାହାଁନ୍ତି । ମଣିଷ ଭଳି କ୍ରିୟା କର୍ମ ବି ହୋଇଛି ।