ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
କୋଭିଡ୍ ଓ ଲଘୁଚାପ ଜନିତ ବର୍ଷା ଭିତରେ ଯୁକ୍ତ ତିନି ଆଡମିଶନ୍ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ କ୍ୟାମ୍ପସକୁ ଯାଇ ମନ ପସନ୍ଦର କଲେଜରେ ନେଲେ ଆଡମିଶନ। ଆବଶ୍ୟକ ଡକୁମେଣ୍ଟ ଦାଖଲ କରି ନାମ ଲେଖାଉଛନ୍ତି ଛାତ୍ରଛାତ୍ରୀ
ମାଆ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କଟକଣାର ଜୋରଦାର ପ୍ରତିବାଦ। ଆଜି ରାଜରାସ୍ତାକୁ ଓହ୍ଲାଇଛି କଟକ ବିଜେପି। କ଼ଟକ ନଗର ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଲଗାଣ ବର୍ଷାକୁ ଖାତିର ନକରି ରାସ୍ତାରେ ପ୍ରତିବାଦ କରିଥିଲେ ଶତାଧିକ ବିଜେପି କର୍ମୀ
ଅବିଶ୍ରାନ୍ତ ବର୍ଷା। ଅସ୍ତବ୍ୟସ୍ତ ଜନଜୀବନ। ଦୁଇ ଦିନର ଲଗାଣ ବର୍ଷା ପରେ ବେହାଲ ଉପକୂଳ ଓଡ଼ିଶା। ପାଣିପାଗ ବିଭାଗର ସୂଚନା ଅନୁସାରେ ଚଳିତ ଲଘୁଚାପ ବର୍ଷା ସବୁଠୁ ଅଧିକ ବର୍ଷିଛି। ଅସ୍ତରଙ୍ଗରେ ସର୍ବାଧିକ ୫୩୦ ଓ କାକଟପୁରରେ ୫୨୫ ମିଲିମିଟର ରେକର୍ଡ ବର୍ଷା ପରେ ଏ ଅଞ୍ଚଳରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି।
ସ୍ଥଳଭାଗର ସବୁଠାରୁ ବଡ଼ ଜୀବ ହାତୀକୁ ଜଗିବ ଏହା ତୁଳନାରେ ଅତି ଛୋଟ ମହୁମାଛି। ହାତୀ ଉପଦ୍ରବରେ ଅଙ୍କୁଶ ଲଗାଇବାକୁ ମହୁମାଛିଙ୍କୁ ଉପଯୋଗ କରିବ ବନ ବିଭାଗ। ଯେଉଁ ଅଞ୍ଚଳରେ ହାତୀ ଉପଦ୍ରବ ଅଧିକ ରହୁଛି, ସେସବୁ ଜାଗାରେ ରହିବ ମହୁମାଛି ବକ୍ସ। ବକ୍ସଗୁଡ଼ିକ ତାରରେ ସଂଯୋଗ କରାଯିବ। ଯେତେବେଳେ ହାତୀ ସେହି ଅଞ୍ଚଳକୁ ପ୍ରବେଶ କରିବାକୁ ଉଦ୍ୟମ କରିବ, ସେତେବେଳେ ତାର ସଂସ୍ପର୍ଶରେ ଆସିବ। ଆଉ ତାର ଦ୍ୱାରା ବକ୍ସ ଟାଣିହେଲେ ତା’ ଭିତରୁ ମହୁମାଛି ବାହାରିବେ। ମହୁମାଛିଙ୍କୁ ଆକଟ କରିବାରେ ଅକ୍ଷମ ହାତୀ ଏହାଦ୍ୱାରା ସଂପୃକ୍ତ ଅଞ୍ଚଳ ଛାଡ଼ି ଚାଲିଯିବ ବୋଲି ଆଶା ବାନ୍ଧିଛି ବନ ବିଭାଗ।
ରବିବାର ସକାଳ ୮ରୁ ସୋମବାର ସକାଳ ୮ଟା ୨୪ ଘଣ୍ଟାରେ ୬୩ ବର୍ଷର ରେକର୍ଡ ଭାଙ୍ଗି ମୂଷଳ ଧାରା ବର୍ଷାରେ ରାଜଧାନୀ ଭୁବନେଶ୍ୱର ବେହାଲ ହୋଇପଡିଛି। ସହର ଜଳମୟ ହୋଇଯାଇଛି। ରାସ୍ତା, ରେଳଷ୍ଟେସନ୍, ଗଳିକନ୍ଦି ଯେଉଁଠି ଦେଖ ସବୁଠି ପାଣି। ବସ୍ଷ୍ଟାଣ୍ଡ୍ଠୁ ବସ୍ତି, ଆପାର୍ଟମେଣ୍ଟଠୁ ଝୁମ୍ପୁଡ଼ି ସବୁ ସ୍ଥାନ ଜଳମ। କିଏ ଘର ଛାଡି ପଳାଇଲେଣି ତ ଆଉ କିଏ ପଦାକୁ ବାହାରି ପାରୁନି। ପାଣିରେ ଲହଡି ଭାଙ୍ଗୁଛି ସ୍ମାର୍ଟସିଟି। ମହାନଗର ରାସ୍ତାରେ ଗାଡ଼ି ବୁଡ଼ିବାଠୁ ନେଇ, ଗତରାତିରେ ରୋଗୀ ନେଇ ଯାଉଥିବା ଆମ୍ବୁଲାନ୍ସ ଫସିବା ଦୃଶ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
ଟଙ୍କା ଖାଇ ନିଲମ୍ବନ ହୋଇଥିଲେ ଏବେ ଗିରଫ ହେଲେ। କିରାଣୀ ଖାଇଯାଇଥିଲେ ୩୪ ଇନ୍ଦିରା ଆାବାସ ଟଙ୍କା। ୩୪ ଜଣ ଇନ୍ଦିରା ଆବାସ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବାକୁ ଥିବା ୨୦ ଲକ୍ଷ ୨୫ ହଜାର ଟଙ୍କାକୁ ନିଜ ସମ୍ପର୍କୀୟଙ୍କ ଆକାଉଣ୍ଟକୁ ପଠାଇ ଭିଜିଲାନ୍ସ ରେଡରେ ସାମ୍ନା କରିଛନ୍ତି ଭଦ୍ରକ ବାସୁଦେବପୁର ବ୍ଲକର ମୁଖ୍ୟ କିରାଣୀ ପ୍ରଭାକର ପ୍ରଧାନ
ଲଗାଣ ବର୍ଷା ଯୋଗୁଁ ପୁରୀ ସହରରେ ଜୀବନଯାତ୍ରା ବ୍ୟାହତ । ତଳିଆ ଅଞ୍ଚଳରେ ଲୋକଙ୍କ ଘରେ ବର୍ଷା ପାଣି ପଶିବା ସହ ରାସ୍ତାରେ ଚାରିଫୁଟର ପାଣି ଲହଡ଼ି ମାରୁଛି । ଜଳ ନିଷ୍କାସନ ବ୍ୟବସ୍ଥା ନଥିବାରୁ ମାର୍କଣ୍ଡେଶ୍ୱର ସାହିର ଜଗନ୍ନାଥ ବସ୍ତିର ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।
ବିଭିନ୍ନ ପ୍ରକାର ପୋଷାକ ତିଆରି କରି ସାରା ରାଜ୍ୟରେ ନାଁ କମେଇ ଥିଲେ କଟକ ଜିଲ୍ଲା ଗୋବିନ୍ଦପୁର ପଂଚାୟତର କାରିଗର ମାନେ । ପ୍ରତିଟି ପରିବାର କୁଟୀରଶିଳ୍ପ ମାଧ୍ୟମରେ ପୋଷାକ ତିଆରି କରି ସ୍ୱାବଲମ୍ବୀ ହୋଇପାରିଥିଲେ । ହେଲେ ଏବେ ହାତବାନ୍ଧି ବସିଲେଣି କାରିଗର,ଯାହା କିଛି କାମ ଚାଲୁଥିଲା ୨ବର୍ଷ ହେବ ଲକଡାଉନରେ ବେପାର ବନ୍ଦ ହୋଇଥିବାରୁ ବହୁ ସମସ୍ୟା ଦେଇ ଗତି କରୁଛନ୍ତି କାରିଗରଙ୍କ ପରିବାର ।
ମନରେଗା ଏବଂ ପଞ୍ଚାୟତିରାଜ୍ ଓ ପାନୀୟଜଳ ବିଭାଗ ପକ୍ଷରୁ ପୋଖରୀ ଖୋଳା ଏବଂ ପଥର ପ୍ୟାକିଙ୍ଗରେ ଲକ୍ଷଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ନେଇ ଆସିଛି ଅଭିଯୋଗ ।ଆଉ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା କୋରେଇ ବ୍ଲକ ସାଦକପୁର ପଞ୍ଚାୟତରୁ
ଲଗାଣ ବର୍ଷା ଯୋଗୁ କେନ୍ଦ୍ରାପଡ଼ାରେ କାନ୍ଥ ପଡ଼ି ୨ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ପାଟକୁରା ଥାନା ଅଞ୍ଚଳ ବଡ଼ବେତର ଗାଁରେ ରାତିରେ ଶୋଇଥିବା ବେଳେ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା
ଲଗାଣ ବର୍ଷା ପାଇଁ ବନ୍ୟ ପ୍ରାଣୀଙ୍କ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବର୍ଷା ଯୋଗୁଁ ବନ୍ୟ ଜନ୍ତୁଙ୍କର ଯେପରି କ୍ଷତି ନ ହୁଏ, ସେଥିଲାଗି ପ୍ରସ୍ତୁତ ରହିବା ପାଇଁ ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଡିଏଫ୍ଓଙ୍କୁ କୁହାଯାଇଛି
ଲଗାଣ ବର୍ଷାରେ ଭୁବନେଶ୍ୱର ଜଳବନ୍ଦୀ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷ଼ଡଙ୍ଗୀ । ୨୧ ବର୍ଷର ଶାସନ ପରେ ରାଜଧାନୀର ସମସ୍ୟା ସମାଧାନ ହେଉନି। ଏନେଇ କଂପ୍ରେହେନସିଭ୍ ମାଷ୍ଟର ପ୍ଲାନ ପାଇଁ ସଂସଦୀୟ ଷ୍ଟାଣ୍ଡିଂ କମିଟି କହିଥିଲା। ଏମିତିକି ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଗତବର୍ଷ ଅପରାଜିତା ଚିଠି କରିଥିବା କହିଛନ୍ତି ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇବ ବୋଲି ଜଣାପଡ଼ିଛି
ନିପଟ ମଫସଲରେ ଘର । ସ୍ୱାମୀ ଅଟୋ ଚଲାନ୍ତି । । ଘରେ ଗାଈ-କୁକୁଡା ରଖି ସ୍ତ୍ରୀ ସନ୍ଧ୍ୟାରାଣୀ ସ୍ୱାବଲମ୍ୱୀ ହୋଇପାରିଛନ୍ତି । ଗୋପାଲନ ଓ କୁକୁଡ଼ା ଚାଷ ଦେଖାଇଛି ବଞ୍ଚିବାର ରାହା । କେବଳ ସରକାରୀ ଚାକିରୀ କିମ୍ବା ବଡ ବ୍ୟବସାୟ ଯେ ଜଣକର ଜୀବନଶୈଳୀ ବଦଳାଇ ପାରେ ତା ନୁହେଁ ଗୋପାଳନ ଓ କୁକୁଡ଼ା ଚାଷରୁ ମଧ୍ୟ ଲକ୍ଷାଧିକ ଟଙ୍କା
ଏସବୁ ଭିତରେ ଚିନ୍ତା ବଢାଇଛି ଆଇଏମଡି ଡିଜିଙ୍କ ପୂର୍ବାନୁମାନ। ତାଙ୍କର ଆକଳନ ଅନୁସାରେ, ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ। ଏହାର ପ୍ରଭାବରେ ୧୭ରୁ ଉପକୂଳ ଓଡ଼ିଶାରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି।
କେନାଲରୁ ବାହାରିବାକୁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ପାଣି ସୁଅରେ ସେ ଭାସି ଯାଇଥିଲେ। କମ୍ବେଶ୍ୱର ୬ମାସ ପୂର୍ବରୁ ବିବାହ କରିଥିଲେ। ତାଙ୍କ ଅକାଳ ମୃତ୍ୟୁରେ ଗାଁ ରେ ଶୋକର ଛାୟା ଖେଳିଯାଇଛି। କମ୍ବେଶ୍ୱରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ କସିଛନ୍ତି।
ହେଲେ ଏହାରି ଭିତରେ ବିଧାତା ରବିଙ୍କ ପରିବାର ଉପରେ ସତେ ଯେପରି ଦାଉ ସାଜିଲା । ସେ କିଡନୀ ରୋଗରେ ଆକ୍ରାନ୍ତ ହେଲେ । ଆଜକୁ ୪ ବର୍ଷ ଧରି କଟକ ବଡ଼ ମେଡ଼ିକାଲକୁ ଯାଇ ଯାଇ ସବୁ କିଛି ହରେଇ ସାରିଲେଣି, ତଥାପି ରୋଗ ଭଲ ହେଉନି । ଅର୍ଥାଭାବରୁ ବର୍ଷେ ହେବ ମେଡ଼ିକାଲ ଯାଇପାରୁ ନାହାନ୍ତି , କେବଳ ଭଗବାନଙ୍କ ଭରଷାରେ ଘରେ ପଡ଼ି ରହିଛନ୍ତି ।
୭ ତାରିଖ ଠାରୁ ରାଜ୍ୟରେ ପୁଣି ଲାଗି ରହିବ ବର୍ଷା। ବର୍ଷା ସଂପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି, ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ। ଏହାର ପ୍ରଭାବରେ ୧୭ରୁ ଉପକୂଳ ଓଡ଼ିଶାରେ ପୁଣି ବର୍ଷା ହେବ।
ଏବର୍ଷ ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍ଟ ପ୍ରକାଶ ପାଇଥିଲା। ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ବିଜ୍ଞାନରେ ୮୯ ହଜାର ୯୫୧ ପିଲା ପାସ୍ କରିଥିଲେ। ସେଥିରୁ ୫୫୪୬୮ ପିଲା ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬୯୪୩ ଓ ତୃତୀୟ ଶ୍ରେଣୀରେ ୧୪୬୩୧ ଉତ୍ତୀର୍ଣ୍ଣ ହୋଇଥିଲେ।
ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳ ସ୍ତର ବଢ଼ୁଛି। ମହାନଦୀର କେତେକ ଶାଖା ନଦୀର ଜଳ ସ୍ତର ବଢ଼ୁଛି। ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଜଳକା, ବୁଢ଼ାବଳଙ୍ଗ, ବଂଶଧରା, ରୁଷିକୁଲ୍ୟାରେ ଜଳସ୍ତର ବଢୁଛି। ଜଳ ସ୍ତର ବଢ଼ୁଥିଲେ ବି ବିପଦ ସଂକେତ ତଳେ ପ୍ରବାହିତ ହେଉଛି।
କ’ଣ ରହିଛି ଆପଣଙ୍କର ଆଜିର ଭାଗ୍ୟଫଳ ? କେଉଁ ରାଶି ପାଇଁ କ’ଣ ଶୁଭ ରହିଛି ଆସନ୍ତୁ ଜାଣିବା।
ମହାମାରୀ କରୋନା ଲୋକଙ୍କ ଜୀବନଶୈଳୀ, କାର୍ଯ୍ୟ ପ୍ରଣାଳୀକୁ ଅଧିକ ପ୍ରଭାବିତ କରୁଛି । ଅନଲାଇନ୍ ଶିକ୍ଷା ଏବଂ ୱର୍କ ଫ୍ରମ୍ ହୋମ୍ ଏକ ଟ୍ରେଣ୍ଡରେ ପରିଣତ ହୋଇସାରିଲାଣି । ହେଲେ ବର୍ତ୍ତମାନ କିଛି ଲୋକ ଏପରି ଅଛନ୍ତି, ଯେଉଁମାନଙ୍କୁ ପାଇଁ ୱର୍କ ଫ୍ରମ୍ ହୋମ୍ ଟ୍ରେଣ୍ଡ ବିରକ୍ତ ଲାଗିଲାଣି । ସୋସିଆଲ ମିଡିଆରେ ଏପରି ଏକ ମଜାଦାର ଚିଠି ଭାଇରାଲ ହେବାରେ ଲାଗିଛି ।
ରାଜ୍ୟରେ ଦୀର୍ଘ ଦିନ ପରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆହୁରି ଆଶ୍ୱସ୍ତିର ଖବର ଯେ, ୧୮ ବର୍ଷରୁ କମ୍ ବୟସର ୫୭ ଜଣ ଚିହ୍ନଟ ହୋଇଛନ୍ତି।
ଗଭୀର ଅବପାତ ଯୋଗୁ ଦିନ ତମାମ ବର୍ଷିବ। ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ଼ ବର୍ଷା ଲାଗି ରହିବ। ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶା ବି ପ୍ରଭାବିତ ହେବ। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବରଗଡ଼ରେ ପ୍ରବଳ ବର୍ଷିବ। ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଅବପାତ ସ୍ଥିତିକୁ ଆସିବ।