ଆମିଷରେ ମାଛକୁ ନେଇ ଅନେକ ରେସିପି ଆମେ ତିଆରି କରିଥାଉ । ମାଛର ଦେଶୀ ରେସିପି ଗୁଡିକ ଖାଇବାକୁ ବେଶୀ ସୁଆଦିଆ ଲାଗିଥାଏ । ତେବେ ଆମେ ଆପଣ ମାନଙ୍କୁ ମାଛର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ନଡ଼ିଆ କୋରାଦିଆ ମାଛ ଆମ୍ବିଳ’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆଜିଠୁ ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ହେବ ସେରୋ ସର୍ଭେ। ଏହି ସର୍ଭେ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂପୃକ୍ତ ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର।
ଫିଟୁଛି ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କ ଗୋଟିକ ପରେ ଗୋଟିଏ ପଲିଟିକାଲ୍ ଲିଙ୍କ୍ ଅଭିଯୋଗ। ସରକାରୀ ଦଳ ବିଜେଡିରେ ମାନସଙ୍କ ଖୁବ ଦବ୍ଦବା ଥିବା ନେଇ ଏକାଧିକ ଭିଡିଓ ଏବେ ସାମ୍ନାକୁ ଆସିଛି।
ଘଟଣାସ୍ଥଳରେ ଟିଟିଲାଗଡ ଉପଜିଲ୍ଲାପାଳ ଓ ପୋଲିସ ପହଞ୍ଚି ବୁଝାସୁଝା କରୁଛନ୍ତି। ପରୀକ୍ଷାର୍ଥୀଙ୍କୁ ବଲାଙ୍ଗିର ସ୍ଥିତ ପରୀକ୍ଷା କେନ୍ଦ୍ରକୁ ନିଆଯିବ କହିଲେ। ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ବସ୍ରେ ପରୀକ୍ଷାର୍ଥୀଙ୍କୁ ବଲାଙ୍ଗିର ନିଆଯିବ। ଦିନ ୧୨ଟାରୁ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ସୁଯୋଗ ଦିଆଯିବ ବୋଲି ଉପଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।
ଭଡ଼ା ଗାଡ଼ିରେ ଲକ୍ଷାଧିକ ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବିଡିଓ। ବରଗଡ଼ ଜିଲ୍ଲା ବିଜେପୁର ବିଡିଓ ପଦ୍ନନାଭ ସାମନ୍ତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଟଙ୍କାର ହିସାବ ଦେଇ ନ ପାରିବାରୁ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।
ଆବାସ ଯୋଜନାର ଲାଭ ଉଠାଇ ପାରୁ ନାହାନ୍ତି ପ୍ରକୃତ ହିତାଧିକାରୀ। ଦୁଃଖ କଷ୍ଟରେ ବର୍ଷା, ଶୀତରେ ସରକାରୀ ଯୋଜନାରେ ଘର କରିବାକୁ ଦିନ ଗଣୁଛନ୍ତି ଗରିବ ଅସହାୟ ପରିବାର। ହେଲେ ସେମାନଙ୍କ ସ୍ଥାନରେ ବଡ଼ବଡ଼ିଆ ଯୋଜନାରେ ସାମିଲ ହେଉଥିବା ବେଳେ ଗରିବଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।
ରାଜ୍ୟରେ ଏଯାବତ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ହଜାର ୫୦୩କୁ ବୃଦ୍ଧି ପାଇଛି। ଦିନକରେ ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ କହିଛି ସୂଚନା ଓ ଲୋକସମ୍ପର୍କ ବିଭାଗ। ଗତକାଲି ମୋଟ୍ ୬୮, ୬୬୭ ଟେଷ୍ଟିଂ ହୋଇଛି ଓ ପଜିଟିଭିଟି ରେଟ୍ ୧.୨୩ ରହିଛି।
ଦୁର୍ବୃତ୍ତମାନେ ତାକୁ ହାଣି ମୁଣ୍ଡ ଓ ଗଣ୍ଡି ଅଲଗା କରିଦେଇଥିଲେ। ରକ୍ତର ହୋଲି ଖେଳିବା ପରେ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ। ମାତ୍ର ହତ୍ୟାକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ଜମିଜମା କିମ୍ୱା ପୂର୍ବଶତ୍ରୁତାରୁ ହାଣିଥିବା ଅନୁମାନ କରାଯାଉଛି। ଖବରପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୁଲିସ।
ଇକମୋ ଚିକିତ୍ସା ଆବଶ୍ୟକ ରୋଗ ଚୟନ ପାଇ ଏକ ଡ଼ାକ୍ତରୀ ଟିମ୍ ଗଠନ କରାଯାଇଛି। ଦିନକ ପୂର୍ବରୁ ଗତ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ଏସସିବି ମେଡିକାଲରେ ୯ଟି ଇକମୋ ମେସିନ୍ରେ ଉଦଘାଟନ କରିଥିଲେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଏହି ବର୍ଷାର ପ୍ରଭାବ ରହିବ। ୩୦ ତାରିଖ ପରେ ବର୍ଷାର ପରିମାଣ ହ୍ରାସ ପାଇବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଏହି ବର୍ଷାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ବିଶେଷ କରି ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା
ପଡୋଶୀ କହିଥିଲେ ଯେ, ‘ବବି ମିଶ୍ର କାହାସହ ଫୋନ୍ରେ କଥା ହେଉଥିବା ମୁଁ ଶୁଣିବାକୁ ପାଇଲି। ଏହି ସମୟରେ ସେ କହିଥିଲେ, ଆଜି ଲୋକ ଡକାଇବି। ତପି ମିଶ୍ରକୁ ମାରିବି ଓ ତା ସ୍ତ୍ରୀକୁ ବାହା ହେବି। ଏପରିକି ବବି ଆସି ଆମ ଘରର ଗ୍ରୀଲକୁ ଗୋଇଠା ମାରିଛନ୍ତି। ଫଳରେ ମୋତେ ଗ୍ରୀଲରେ ଚାବି ଲଗାଇବାକୁ ପଡ଼ିଲା।’
ଟିକା ବ୍ୟବହାର ପୂର୍ବରୁ ଉତ୍ପାଦ ଓ ସପ୍ଲାଇ ଚେନ୍ ପ୍ରତି ସତର୍କ ଦୃଷ୍ଟି ଦେବାକୁ କୁହାଯାଇଛି। ଘରୋଇ ହସ୍ପିଟାଲର ପାଖରେ ଟିକାକରଣ ଅଭିଯାନ ପ୍ରତି ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏମିତି କିଛି ନଜରକୁ ଆସିଲେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ACS ନିର୍ଦ୍ଦେଶ ଦେଇଛନ୍ତି।
ଭାଇରାଲ ହୋଇଥିବା ଏହି ଭିଡିଓରେ ଦେଖାଯାଉଛି ମାନସ ଦାସଙ୍କ ସପକ୍ଷରେ ତାଙ୍କ ଅନୁଗାମୀମାନେ ଏକ ରାଲି କରିଛନ୍ତି। ତାଙ୍କୁ ସ୍ୱାଗତ କରିବା ପାଇଁ ସଙ୍ଗଠନର ସଦସ୍ୟମାନେ ଭିଡ ଜମାଇଛନ୍ତି। ଏପରିକି ସେ ଗାଡିରୁ ଓହ୍ଲାଇବା ପରେ ରାସ୍ତାରେ ଫୁଲ ବିଛାଇ ତାଙ୍କୁ ସ୍ୱାଗତ କରୁଥିବା ଦେଖିବାକୁ ମିଳିଛି।
ରାଜ୍ୟରେ ନକଲି କୋଭିସିଲ୍ଡ ଟିକା ପ୍ରତି ନଜର ରଖିବାକୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ସବୁ ଜିଲ୍ଲାପାଳମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ ଏହି ନିର୍ଦ୍ଦେଶ ଦେଇଛନ୍ତି।
ରାସ୍ତା ମଝିରୁ ଛାତ୍ରୀଙ୍କୁ ଉଠାଇ ନେଇଛନ୍ତି ଦୁର୍ବୃତ୍ତ। ଏକ କାରରେ ତାଙ୍କୁ ଜବରଦସ୍ତ ବସାଇ ନେଇ ଯାଇଛନ୍ତି ଅପହରଣକାରୀ ।
ବ୍ୟାଟେରୀ ଗାଡ଼ି କିଣିଲେ ମିଳିବ ରିହାତି। ଇ- ଯାନ ଉପରେ ରାଜ୍ୟ ସରକାର ରିହାତି ଘୋଷଣା କରିଛନ୍ତି। ଦୁଇ ଚକିଆ ଯାନ କିଣିଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ରିହାତି ମିଳିବ। ୩ ଚକିଆ ଯାନ କିଣିଲେ ୧୦ ହଜାର ଏବଂ ୪ ଚକିଆରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ରିହାତି ମିଳିବ।
ଖୋର୍ଦ୍ଧା ଜିଲ୍ଲା କଡ଼ବ ଗାଁରେ ବାପ ପୁଅଙ୍କୁ ଆକ୍ରମଣ ଘଟଣାରେ ପୋଲିସର ତନାଘନା । ଘଟଣା ବିଷୟରେ ପଚାରି ବୁଝିବା ସହ ତାଙ୍କୁ ପଚରାଉଚରା କରିଛନ୍ତି ଖୋର୍ଦ୍ଧା ଏସପି । ପୋଲିସର ଏକ ଟିମ୍ କଡବ ଗାଁକୁ ଯାଇ ପୀଡ଼ିତଙ୍କୁ ଥାନାକୁ ଆଣି ଖୋଳତାଡ଼ ଚଳାଇଛି । ଗତକାଲି ଉଭୟ ବାପପୁଅଙ୍କୁ ମାଡ଼ ମାରିଥିବା ଭିଡିଓ ଭାଇରାଲ ହୋଇଥିଲା
ପ୍ଲମ୍ ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ । ପ୍ଲମ୍ ରେ ଥିବା ଭିଟାମିନ-ସି ଆମ ଶରୀରକୁ ସୁସ୍ଥ ରଖିବା ସହ ମାଂସପେଶୀରେ ରକ୍ତ ଗଠନ କରିବାରେ ସାହାଯ୍ୟ କରେ । ତେବେ, ଚାଲନ୍ତୁ ଜାଣିବା ପ୍ଲମ୍ ଶରୀରର ପାଇଁ କେତେ ଲାଭଦାୟକ ।
ଆଜି ଆମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୬ ଭୋଗରୁ ଏକ ଭୋଗ ବିଷୟରେ କହିବାକୁ ଯାଉଛୁ । ଏହି ମିଠା ରେସିପିର ନାଁ ହେଉଛି ‘ତାଡ଼ିଆ’। ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଖଟରେ ପଡ଼ି ପଡ଼ି ହାଡ଼ ଗଣି ହୋଇ ଗଲାଣି । ଉପରେ କେବଳ ଚର୍ମର ପରଦା ପଡ଼ିଛି । ନାହିଁନଥିବା ଯନ୍ତ୍ରଣା ଭୋଗୁଛନ୍ତି ମୁକୁନ୍ଦ ଭୋଇ । ପରିବାର ଚଳାଇବା ପାଇଁ ପର ଘରେ ମୂଲ ଲାଗୁଛି ଝିଅ
ଥାନାରେ ପହଞ୍ଚିଲା ଓଲିଉଡ୍ ଷ୍ଟାରଙ୍କ କଳି। ସାମାନ୍ୟ ଗାଡ଼ି ପାର୍କିଂକୁ ନେଇ ଓଡ଼ିଆ ଅଭିନେତା ବବି ମିଶ୍ର ଓ ତାଙ୍କ ପଡ଼ୋଶୀ ତଥା ଅଭିନେତା ତପି ମିଶ୍ରଙ୍କ ମଧ୍ୟରେ ଝଗଡ଼ା ହୋଇଥିବା ଜଣାପଡ଼ିଛି। ଯାହାକୁ ସମାଧାନ କରିବାକୁ ଯାଇ ଉଭୟ ବବି ଓ ତପି ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ପହଞ୍ଚିଛନ୍ତି।
ଚଳିତ ବର୍ଷ ଜନ୍ମାଷ୍ଟମୀ ତିଥିରେ ଅଦ୍ଭୁତ ଯୋଗ ରହିଛି। କ’ଣ ସେହି ଅଦ୍ଭୁତ ଯୋଗ ? କ’ଣ ଶୁଭ ଫଳ ମିଳିବ ଜାଣନ୍ତୁ।
ଧୀରେ ଧୀରେ ରାଜ୍ୟରେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୭୯ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୫ ଆକ୍ରାନ୍ତ ହୋଇଛନ୍ତି ।
ଦାଦାବଟି ପାଇଁ ବ୍ୟବସାୟୀଙ୍କୁ ପ୍ରଥମେ ଅପହରଣ ଓ ପରେ ଅକଥନୀୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଏହି ଘଟଣା ଘଟିଛି। ବ୍ୟବସାୟୀଙ୍କୁ ଅପହରଣ ଅଭିଯୋଗରେ ଏକ ୱେବ୍ ଚ୍ୟାନେଲର ଜଣେ ମହିଳା ସାମ୍ବାଦିକାଙ୍କ ସମେତ ୪ ଜଣଙ୍କୁ ପୋଲିସ ଗିରଫ କରିଛି।