ପୋଲିସ୍ ବାବୁଙ୍କୁ ମହଙ୍ଗା ପଡ଼ିଲା ରାତିରେ ଘରେ ପଶି ମହିଳାଙ୍କୁ ଦୁର୍ବ୍ୟବହାର କରିବା। ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ତାଳଚେର ପୋଲିସ୍ ଜଣେ ସବ୍-ଇନ୍ସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ପୋଲିସ୍ ବାବୁ ଜଣକ ହେଲେ ବଅଁରପାଳ ଥାନାର ସବ୍-ଇନସପେକ୍ଟର ନୀଳମଣି ମହାନ୍ତି।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୧୬ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୬ ଜଣ ଆକ୍ରାନ୍ତ ଅଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୪୭୫ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୩୪୧ଜଣ ଅଛନ୍ତି ।
ଅନ୍ଲାଇନ୍ ଆପ୍ରେ ଟ୍ରେଡିଂ ନାଁରେ କୋଟି କୋଟି ଟଙ୍କା ଠକେଇ। କମ୍ ଟଙ୍କା ବ୍ୟୟରେ ପ୍ରତିଦିନ ଇନ୍କମ୍ର ପ୍ରତିଶ୍ରୁତି, ଆଉ ଏଥିରେ ଯିଏ ବିଶ୍ୱାସ କରିଗଲା ସେ ଠକାମୀର ଶିକାର ହେଲେ। ଏଭଳି ଅଭିନବ ଉପାୟରେ ଆପ୍ ମାଧ୍ୟମରେ ଟଙ୍କା ଅର୍ଜନ କରିବାର ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକି ନେଇଛି ଏକ କମ୍ପାନୀ।
ବିଜେଡି ନେତାଙ୍କ ରାତ୍ରୀଭୋଜନ ଚାଲି ଥିବାବେଳେ ବିଜେପି କର୍ମୀ ଧସେଇ ପଶିବାକୁ ଉଦ୍ୟମ କରିଥିବା ଜଣାପଡ଼ିଛି। ଏହି ସମୟରେ ପୋଲିସ୍ ସହ ଧସ୍ତାଧସ୍ତି ପରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ନେଇ ବିଧାନସଭାରେ ଆସିବ ଆମେଣ୍ଡମେଣ୍ଟ । ଏନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ।
ଆଷାଢ଼ ଗଲା, ଶ୍ରାବଣ ଗଲା, ଭାଦ୍ରବ ବି ଆରମ୍ଭ ହେଲାଣି । ତଥାପି ମୂଷଳଧାରା ବର୍ଷା ନାହିଁ । ଇନ୍ଦ୍ରଦେବଙ୍କ କୋପରେ ଜମି କଥା ଛାଡ଼ନ୍ତୁ, ଜଳଭଣ୍ଡାରରେ ଜଳଜଳ ଦେଖାଯାଉଛି ଜଳସଙ୍କଟର ଉତ୍କଟ ଚିତ୍ର ।
କେରଳ ଆଡୁ ମାଡି ଆସୁଛି କି କରୋନାର ତୃତୀୟ ଲହର ? ଗଲା ୨୪ ଘଣ୍ଟାରେ ଦେଶରେ ଯେତେ କରୋନା କେସ୍ ଚିହ୍ନଟ ହୋଇଛନ୍ତି, ତାର ୬୮ ପ୍ରତିଶତ କେବଳ ଏହି ରାଜ୍ୟରୁ ଆସିଛି ।
ନିର୍ବାଚନ ବର୍ଷର ବିଜ୍ଞାପନ ଖର୍ଚ୍ଚରେ ଦେଶରେ ଏକ୍ ନମ୍ବର କେଜ୍ରିଓ୍ୱାଲ୍ ସରକାର, ଦୁଇ ନମ୍ବର ବିଜେଡି ସରକାର। ପୂର୍ବ ବର୍ଷ ତୁଳନାରେ ୨୦୧୯ରେ ବିଜ୍ଞାପନ ଓ ପ୍ରଚାର ପ୍ରସାର ବାବଦରେ ବିଜେଡି ସରକାରର ବ୍ୟୟ ବଢ଼ିଥିଲା ୨୪୯ ପ୍ରତିଶତ। ଏସ୍ବିଆଇ ଇକୋରାପ୍ ରିପୋର୍ଟର ତଥ୍ୟରେ ଏହା ସାମ୍ନାକୁ ଆସିବାପରେ ତେଜିଛି ରାଜନୀତି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ
ଶ୍ରୀମନ୍ଦିର ମରାମତି, ରକ୍ଷଣାବେକ୍ଷଣ ଓ ସଂରକ୍ଷଣ ପାଇଁ ଏକ ୫ ବର୍ଷିଆ ଯୋଜନା କରିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ଏଏସ୍ଆଇକୁ ଅନୁରୋଧ କରିବ। ଏଥିପାଇଁ ଅଧିକ ଅର୍ଥ ଆବଶ୍ୟକ ହେଲେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ତାହା ଯୋଗାଇ ଦେବେ।
ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହେବ +୨ ସିଲାବସ୍ରେ ପରିବର୍ତ୍ତନ । ପାଖାପାଖି ୩୦% ସିଲାବସ୍ ହ୍ରାସ କରାଯିବ । ଏଭଳି ଏକ ବଡ଼ ନିଷ୍ପତି ନେଇଛି ଉଚ୍ଚଶିକ୍ଷା ବିଭାଗ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ଓବିସିଙ୍କ ପ୍ରତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅବିଚାର କରିଛନ୍ତି କହି ସମାଲୋଚନା କରିଛନ୍ତି କଂଗ୍ରେସ ଓପିସିସି ମିଡିଆ ସେଲ୍ ଅଧକ୍ଷ ଗଣେଶ୍ୱର ବେହେରା ।
ରାଜ୍ୟରେ ଟିକାକରଣ ପାଇଁ ଶିକ୍ଷକଙ୍କୁ ଦିଆଯିବ ଅଗ୍ରାଧିକାର । ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷକ ଓ ଶିକ୍ଷା ଅନୁଷ୍ଠାନର ଅନ୍ୟ କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିଠି କରାଯିବା ପରେ ପ୍ରକ୍ରିୟା ଆରମ୍ଭ କରିଛି ସ୍ୱାସ୍ଥ୍ୟ ବିଭାଗ ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରୋଟେଷ୍ଟ ପିଟିସନ ଆଧାରରେ ନିର୍ଦ୍ଦେଶ ଦେଇଛନ୍ତି JMFC କୋର୍ଟ
ପ୍ରଥମେ ଏହି ଘରର କାନ୍ଥ ଓ ଛାତକୁ ଏଏସ୍ଆଇ ଏବଂ କୋର କମିଟି ସଦସ୍ୟଙ୍କ ସହ ହାଇକୋର୍ଟଙ୍କ ପ୍ରତିନିଧି ଲାଇଟ୍ ପକାଇ ଅନୁଧ୍ୟାନ କରିଥିଲେ। ଅଳନ୍ଧୁ ସଫା କରାଯିବା ପରେ କାନ୍ଥ ଓ ଛାତରେ ଥିବା ଫାଟ ପରିଷ୍କାର ଦେଖା ଯାଇଥିଲା। କାନ୍ଥର କେତେକ ସ୍ଥାନ ଓଦାଳିଆ ମଧ୍ୟ ରହିଥିଲା।
ଏଥିପାଇଁ ଯାହା ବ୍ୟବସ୍ଥା ଦରକାର ତାହା ବିଧାନସଭାରେ କରାଯିବ। ଏଥର ନିର୍ବାଚନରେ ପଞ୍ଚାୟତ ପୁନର୍ଗଠନ ହେବନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ।ଏହାର ଜବାବରେ ବିଜେପିର ଭୃଗୁ ବକ୍ସିପାତ୍ର କହିଛନ୍ତି, ପଞ୍ଚାୟତ ନିର୍ବାଚନ ତ ତା' ସମୟରେ ହେବ।
କାହିଁକି ଝଡ଼େ କେଶ ? ସୁସ୍ଥ ଏବଂ ମଜବୁତ କେଶ ପାଇଁ କ’ଣ ଡାଏଟ୍ ଜରୁରୀ ?
ଏଣିକି ଶ୍ରୀମନ୍ଦିର ମରାମତି ପାଇଁ ୫ ବର୍ଷୀୟା ଯୋଜନା ହେବ। ୫ ବର୍ଷୀୟା ସଂରକ୍ଷଣ ନେଇ ASI ଠାରୁ ପ୍ଲାନ ଆହ୍ୱାନ କରାଯିବ। ସଂରକ୍ଷଣ ପ୍ରସଙ୍ଗରେ ASI- ମନ୍ଦିର ପ୍ରଶାସନ ମିଳିତ ନିଷ୍ପତ୍ତି ନେବେ। ସଂରକ୍ଷଣ ପାଇଁ ଅଧିକ ଅର୍ଥ ଦରକାର ପଡ଼ିଲେ ସରକାର ବହନ କରିବେ।
ପନିର ଓ ମକାରେ ତିଆରି ଏକ ସହଜ ଓ ଚଟପଟା ସ୍ନାକ୍ସ ବିଷୟରେ ଜାଣନ୍ତୁ। ରେସିପିର ନାଁ ହେଉଛି ‘ପନିର କର୍ଣ୍ଣ କଟଲେଟ୍’’।
ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ସାଂସଦ ଅନୁଭବ ମହାନ୍ତି ଆବେଦନ କରିଥିଲେ। ମାତ୍ର ଅନୁଭବଙ୍କ ଏହି ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ।
ଏଥିପାଇଁ ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରସ୍ତୁତ ରହିବାକୁ ଚିଠିରେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଏମର୍ଜେନ୍ସି କୋଭିଡ୍ ରେସ୍ପନ୍ସ ପ୍ଲାନ୍ ୨୦୨୧-୨୨ ଅନୁସାରେ କୋଭିଡ୍ ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ କୁହାଯାଇଛି।୨୪୫ଟି ସିଏସ୍ସି ୫୫୧ଟି ପିଏଚ୍ସିରେ କୋଭିଡ୍ କେୟାର ସେଣ୍ଟର ପାଇଁ ୧୩୯ କୋଟି ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖାଯାଇଛି।
ଏରସମାରେ ଥିବା ଶିଆଳି ବେଳାଭୂମି ଏବେ ବିପଦରେ। ୨୦୧୬ରେ ରାଜ୍ୟ ସରକାରଙ୍କ ଦ୍ୱାରା ଏହା ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିଲେ ବି ଏହାପ୍ରତି ସତେ ଯେମିତି ସରକାରଙ୍କ ନିଘା ନାହିଁ।
ପ୍ରାଣୀ ଡାକ୍ତର ଟିମ ଛେଳି, ମେଣ୍ଢା, ଗାଇ, ବଳଦଙ୍କୁ ଚିକିତ୍ସା କରୁଛନ୍ତି। ବର୍ଷା ଦିନରେ କିପରି ଗୃହପାଳିତ ପଶୁଙ୍କୁ ସୁରକ୍ଷା ଦିଆଯାଇପାରିବ। ସେଥିପାଇଁ ପ୍ରାଣୀ ଚିକିତ୍ସା ଶିବିର ବି ଆୟୋଜନ କରାଯାଉଛି। ୪ଶହ ପଶୁଙ୍କ ଔଷଧ ଦିଆଯାଇଥିବା ବେଳେ ୩ଶହ ଗାଇଙ୍କୁ ଟୀକାକରଣ କରାଯାଇଛି।
ଆଇନା ସବୁ ବେଳେ ସତ କଥା କୁହେ, ଆଉ ଏବେ ସବୁ କଥା ବି ମାନିବ। ଶୁଣିବାକୁ ଅଜବ ଲାଗିଲେ ବି କଥାଟା ସତ। କଟକ ବୋଷ ଇଞ୍ଜିନିୟରିଂ ସ୍କୁଲର ଛାତ୍ର ସ୍ୱାଧୀନ ଦାସ ଏପରି ଏକ ଆଇନା ତିଆରି କରିଛନ୍ତି, ଯାହା ସାମ୍ନାରେ ଛିଡ଼ା ହୋଇ ଆପଣ ଯାହା ନିର୍ଦ୍ଦେଶ ଦେବେ ତାହା ହେବ।
ଗଛରେ କାର୍ ପିଟି ହେବା ଯୋଗୁ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି।ଝାଡ଼ଖଣ୍ଡ ଖୁଣ୍ଟି ନିକଟ ତରପା ଚୁର୍ଗି ନଦୀ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।