Advertisment

ରାଜ୍ୟରେ କରୋନା ମୃତ୍ୟୁ: ଆଖି ବୁଜିଲେ ୨୮ ବର୍ଷର ଯୁବକ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦ୍ୱିତୀୟ ଲହରୀ ଚିନ୍ତା ବଢାଇଛି। ଦୈନିକ ସଂକ୍ରମଣ ରେକର୍ଡ ସଂଖ୍ୟକ ବୃଦ୍ଧି ପାଉଥିବାବେଳେ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏହା ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି। ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ  […]

author-image
Minati Mishra
ରାଜ୍ୟରେ କରୋନା ମୃତ୍ୟୁ: ଆଖି ବୁଜିଲେ ୨୮ ବର୍ଷର ଯୁବକ

corona

ଭୁବନେଶ୍ୱର: ରାଜ୍ୟରେ କରୋନାର ଦ୍ୱିତୀୟ ଲହରୀ ଚିନ୍ତା ବଢାଇଛି। ଦୈନିକ ସଂକ୍ରମଣ ରେକର୍ଡ ସଂଖ୍ୟକ ବୃଦ୍ଧି ପାଉଥିବାବେଳେ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏହା ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି।

Advertisment

ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ  ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି କୁହାଯାଇଛି।

ଦୀର୍ଘଦିନ ପରେ ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ଆସିଛି। ମୃତକ ଜଣକ  ୨୮ ବର୍ଷର ଯୁବକ ଓ ତାଙ୍କ ଘର ପୁରୀ ଜିଲ୍ଲାରେ ବୋଲି ଜଣାପଡ଼ିଛି। ସେ ଡାଇବେଟିସ ରୋଗରେ ଆକ୍ରାନ୍ତ ଥିଲେ।

Advertisment

ସୂଚନାଥାଉ କି, ଏହା ପୂର୍ବରୁ ଅର୍ଥାତ୍‌ ଏପ୍ରିଲ ୪ ତାରିଖରେ ରାଜ୍ୟରେ ଜଣେ ଯୁବତୀଙ୍କର କରୋନା ଜନିତ ମୃତ୍ୟୁ ଘଟିଥିଲା। ଯୁବତୀଙ୍କ ଘର ଖୋର୍ଦ୍ଧା ଜିଲ୍ଲାରେ ଓ ତାଙ୍କ ବୟସ ୨୯ ବର୍ଷ ଥିଲା ।

ସୂଚନାଥାଉ କି, ଦେଶରେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ  ଦେଶରେ ୬୩୦ ଜଣଙ୍କର ମୃତ୍ୟୁ ଘଟିଛି।   ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ୨୪ ଘଣ୍ଟାରେ ଦେଶରେ ଏକ ଲକ୍ଷ ୧୫ ହଜାର ୭୩୬ ଜଣ ସଂକ୍ରମିତ ହୋଇଛନ୍ତି। ତେବେ ଏହି ସମୟ ମଧ୍ୟରେ ଦେଶରେ ୫୯, ୮୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ଟିଭ କେସ ୫୫, ୨୫୦ ଥିବା ଜଣଯାଇଛି।

Corona Cases In Odisha
Advertisment
Advertisment