ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୂଆପଡ଼ା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ। ତାଙ୍କ ଗାଡ଼ିରୁ ଜବତ ହୋଇଛି ୨ ଲକ୍ଷ ୭୭ ହଜାର ଟଙ୍କା
ଭୁବନେଶ୍ୱରର ୪ ନମ୍ବର ମାଛ ମାର୍କେଟକୁ ସିଲ୍ କରାଗଲା। ଅନିର୍ଦ୍ଦିଷ୍ଟ କାଳ ଯାଏ ସିଲ୍ ଏହି ମାର୍କେଟକୁ ସିଲ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମରେ ରବିବାର ସଟ୍ ଡାଉନ ଥିବାବେଳେ ଏହି ମାର୍କେଟ ଖୋଲା ଥିଲା।
ଅସୁରକ୍ଷିତ ନଦୀବନ୍ଧକୁ ନେଇ ବଢୁଛି ଚିନ୍ତା । ନା ଅଛି ପଥର ପ୍ୟାକିଂ ନା କରାଯାଉଛି ବିକଳ୍ପ ବ୍ୟବସ୍ଥା । ଅନେକ ସ୍ଥାନରେ ବନ୍ଧ ଫାଟି ଆଁ କରିଛି । ବଡ଼ ବଡ଼ ଗଛଲତା ମାଡି ଯାଇଥିବାରୁ ନଦୀ ଫୁଲିଲେ ବନ୍ଧରେ ଘଳିଆ ସୃଷ୍ଟି ହେବାର ଆଶଙ୍କା କରୁଛନ୍ତି ଲୋକେ
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ପାଖା ପାଖି ଦୁଇମାସରୁ ଅଧିକ ହୋଇ ଯାଇଥିଲେ ମଧ୍ୟ ପର୍ଯ୍ୟନ୍ତ ଜିଲ୍ଲାରେ ଭଲ ବର୍ଷା ହୋଇନାହିଁ । ଯାହା ଆକଳନ କରାଯାଉଥିଲା ସେହି ପରି ବର୍ଷା ହେଉନାହିଁ । ଜୁଲାଇ ଓ ଅଗଷ୍ଟ ମାସରେ କୋରାପୁଟ ଜିଲ୍ଲାର ୧୪ଟି ବ୍ଲକରେ କମ ବର୍ଷା ହୋଇଛି
ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ କମୁଥିବା ଲକ୍ଷ୍ୟ କରାଯାଉଛି। ତଥାପି ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ତଳକୁ ଏଯାଏ ଖସି ନାହିଁ। ରାଜ୍ୟରେ ୨୪ ଘଣ୍ଟାରେ ୧,୨୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର ମଞ୍ଚେଶ୍ୱର ମୁଣ୍ଡାସାହିରେ ଦୁର୍ବୃତ୍ତଙ୍କ ଆତଙ୍କରାଜ୍ ଘଟଣାରେ ୨୧ ଜଣଙ୍କୁ ଗିରଫ କରିଛି ପୋଲିସ। ସିସିଟିଭି ଫୁଟେଜ ଆଧାରରେ ସେମାନଙ୍କୁ ଚିହ୍ନଟ କରି ଗିରଫ କରାଯାଇଛି । ଘଟଣା ପରେ ବସ୍ତିରେ ଚାପା ଉତ୍ତେଜନା ଲାଗି ରହିଛି ।
କରୋନା ମିଟର ପୂରା ଖସି ନ ଥିଲେ ବି ଉଷ୍ମ ହେବାରେ ଲାଗିଛି ରାଜନୈତିକ ବାତାବରଣ। ବିଭିନ୍ନ ପ୍ରସଙ୍ଗ ଉଠାଇବା ହେଉ ବା ନିଜ ଦଳୀୟ ସଂଗଠନ ମଜବୁତ ହେଉ, ସବୁ ଦଳ ପକ୍ଷରୁ ବିଭିନ୍ନ ବାହାନାରେ ତୃଣମୂଳ ସ୍ତରର ଭୋଟରଙ୍କ ନିକଟତର ହେବାକୁ ଚାଲିଛି ପ୍ରୟାସ।
ଅପରପକ୍ଷେ ଯୁକ୍ତ ତିନି ଆଡମିଶନ୍ କ୍ଷେତ୍ରରେ ବି ପାଖାପାଖି ସମାନ ଅବସ୍ଥା। ୟା ଭିତରେ କଳା ଓ ଧନ୍ଦାମୂଳକ ଶିକ୍ଷାକୁ ଛାଡ଼ି ଦେଲେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇସାରିଲାଣି। ଏ ଦୁଇ ଷ୍ଟ୍ରିମ୍ରେ ବି ରେକର୍ଡ ସଂଖ୍ୟକ ପିଲା ପାସ୍ କରିଛନ୍ତି। ଏଥିସହ ସିବିଏସ୍ଇ ଓ ଆଇସିଏସ୍ଇ ବୋର୍ଡରୁ ମଧ୍ୟ ପିଲା ଆସିବେ।
ଅଲିମ୍ପିକ ସ୍ୱର୍ଣ୍ଣ ବିଜୟୀ ନୀରଜ ଚୋପ୍ରାଙ୍କ ରହିଛି ଭୁବନେଶ୍ୱର ଲିଙ୍କ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରିଥିଲେ ନୀରଜ । ନୀରଜଙ୍କ ସହ ପୂରା ଜାଭେଲିନ୍ ଟିମ୍ କଳିଙ୍ଗ ଷ୍ଟାଡିୟମରେ ଥିଲେ ।
ଏହି ପୋଷ୍ଟ ପରେ ଅନେକ ଶୁଭେଚ୍ଛୁ ଓ ପ୍ରଶଂସକ ଶୁଭେଚ୍ଛା କରିଥିଲେ ବି ସମାଲୋଚନା କରିଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି ଯେ ବର୍ଷାଙ୍କୁ ସକାଳେ ୱିସ୍ ନକରି ଅପରାହ୍ନରେ କାହିଁକି କଲେ। ସେହି ପରି ଅନ୍ୟ ଜଣେ ଯୁଜର୍ସ ଲେଖିଛନ୍ତି ଯେ,ଏମିତି ଜଣେ ଦାୟିତ୍ଵବାନ ଏବଂ ଯତ୍ନବାନ ସ୍ୱାମୀ ପାଇବା ଭାଗ୍ୟରେ ଥିଲେ ମିଳେ। ଯିଏ କି ଏତେ ସବୁ ହେଲା ପରେ ବି ତାଙ୍କ କର୍ତ୍ତବ୍ୟ ଭୁଲି ନାହାଁନ୍ତି।
ରାଜ୍ୟରେ ଏବେ ପାଖାପାଖି ହଜାରେ ଡେଙ୍ଗୁ ରୋଗୀ ରହିଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ତେବେ ହଜାରେ ଭିତରୁ କେବଳ ଭୁବନେଶ୍ୱର ମହାନଗର ନିଗମରୁ ୭୧୪ କେସ୍ ରହିଛି ।
ଯାଜପୁର ଜିଲ୍ଲା କୋରାଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତ ମିର୍ଜାପୁର ଗାଁର ସେହି ଅବହେଳିତ ନିଷ୍ପେସିତ ପରିବାରର । ଭିନ୍ନକ୍ଷମ ଯୁବକ ଅଦୈତ ମଳିକଙ୍କ ଘର । ବାପା ମାଙ୍କ ଏକମାତ୍ର ପୁଅ ହେଲେ ଅଦୈତ୍ୟ, ବୟସ ୩୨ । ଭେଣ୍ଡିଆ ବୟସରେ ଭିନ୍ନକ୍ଷମ ହୋଇ ବେସାହାରା ହୋଇପଡିଛନ୍ତି । ପରିବାର ବୋଝ ମୁଣ୍ଡାଇବା ପରିବର୍ତ୍ତେ ନିଜେ ପରିବାର ବୋଝ ପାଲିଟି ଯାଇଛନ୍ତି
କିଛି ଦିନ ତଳେ ପାରଳାଖେମୁଣ୍ଡିର ACF ସୌମ୍ୟରଂଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସଂପର୍କୀୟ ଭାଇ ପରୋକ୍ଷରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଆଡ଼କୁ ଅଙ୍ଗୁଳି ଉଠାଇବା, ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସ୍ମାରକ ପତ୍ର ଦେବା ଏବଂ ଏସବୁ ଭିତରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଅତର୍କିତ ବଦଳି, ଏହା ଭିତରେ କୌଣସି ଲିଙ୍କ୍ ନାହିଁ ତ?
ରାଜ୍ୟରେ ହଜାର ହଜାର ପରିବାର ଲୁଗା ବୁଣି ଗୁଜୁରାଣ ମେଣ୍ଟାଇଥାନ୍ତି । ବାନ୍ଧ କଳା ଓ ସମ୍ବଲପୁରୀ ଶାଢ଼ୀ ରାଜ୍ଯର ଏକ ସ୍ୱତନ୍ତ୍ର ପରିଚୟ । ଦେଶ ବିଦେଶରେ ଏହି ସମ୍ବଲପୁରୀ ଶାଢ଼ୀର ବହୁତ ଚାହିଦା ରହିଛି । ତେବେ ବର୍ତ୍ତମାନ ସମ୍ବଲପୁରୀ ଶାଢ଼ୀ ବୁଣୁଥିବା ପରିବାରଙ୍କ ଅବସ୍ଥା କହିଲେ ନସରେ ।
ମାଟ୍ରିକ ଅଫ୍ଲାଇନ୍ ପରୀକ୍ଷା ସରି ଥିବାବେଳ ଆସନ୍ତା ୧୨ରୁ ଖାତା ଦେଖା ହେବ। ୨୦ ତାରିଖ ସୁଦ୍ଧା ମାଟ୍ରିକ୍ ଅଫ୍ଲାଇନ୍ ରେଜଲ୍ଟ ପ୍ରକାଶ କରିବା ପାଇଁ ବୋର୍ଡ ପ୍ରକ୍ରିୟା ଆରମ୍ଭ କରିଛି।
ନିତିଦିନିଆ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଆମେ ଦେଶୀ ଘିଅର ବ୍ୟବହାର କରିଥାଉ । ଆୟୁର୍ବେଦ ଅନୁସାରେ ଦେଶୀ ଘିଅ ଖାଇବା ଦ୍ୱାରା ଶରୀରର ଅନେକ ଲାଭ ମିଳିଥାଏ l
ଓଡିଆ ରୋଷଶାଳାରେ ଚିଙ୍ଗୁଡିକୁ ନେଇ ଅନେକ ରେସିପି ରହିଛି । ଆମେ ଆପଣଙ୍କୁ ଚିଙ୍ଗୁଡିର ଏକ ଦେଶୀ ଓ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ। ଏହି ରେସିପିର ନା ହେଉଛି ‘ନଡିଆ ରସଦିଆ ପୋଇ ଚିଙ୍ଗୁଡି ଛେଞ୍ଚଡ଼ା’।
ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ପୋଲିସ୍ ଟିମ୍ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମବାସୀ ପୋଲିସ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ଠେଙ୍ଗାରେ ପିଟିଥିବା ଅଭିଯୋଗ ହୋଇଛି।
ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ବାରୋ ପଞ୍ଚାୟତ ଦହପାଣିଆ ଗାଁର ଅଲେଖ ଚନ୍ଦ୍ର ମଳିକଙ୍କ ପୁଅ କରୁଣାକର ମଳିକ । ବୟସ ମାତ୍ର ୩୩ । ପ୍ରାୟ ୭ ବର୍ଷ ହେଲା ନାଗପୁର ନଗରଧନସ୍ଥିତ ସୂର୍ଯ୍ୟଲକ୍ଷ୍ମୀ ସୂତା କଳରେ କାମ କରନ୍ତି । ରକ୍ତଚାପ ଜନିତ ରୋଗ ପାଇଁ ଅସୁସ୍ଥ ହେବାପରେ ଗତ ୩୦ତାରିଖରେ ତାଙ୍କୁ ବ୍ରେନ୍ ଷ୍ଟ୍ରୋକ୍ ହୋଇଥିଲା ।
ରାଜ୍ୟରେ କୋଭିଡ ୨ୟ ଲହର ପ୍ରଭାବ କମୁଥିବାବେଳେ ମାଡି ଆସୁଛି ୩ୟ ଲହରର ଭୟ। ତୃତୀୟ ଲହର ଆସିବା ପୂର୍ବରୁ ରାଜ୍ୟରେ ଇକ୍ମୋ ମେସିନ ବସାଇବାର ବ୍ୟବସ୍ଥା କରୁଛନ୍ତି ସରକାର।
ଓଡିଶୀ ନୃତ୍ୟରେ ନାଁ କମେଇଛନ୍ତି ସୁନାମଧନ୍ୟ ଓଡିଶୀ ନୃତ୍ୟ ଗୁରୁ ଲିମା ଦାସ । ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜ ସୁନାଖଳାର କିଶୋର ଚନ୍ଦ୍ର ଦାସଙ୍କ ତିନି କନ୍ୟାଙ୍କ ମଧ୍ୟରୁ ମଝିଆଁ ଝିଅ । ଲିମାଙ୍କ ଦ୍ଵାରା ପ୍ରଦର୍ଶିତ ଓଡିଶୀ ନୃତ୍ୟର ନିର୍ଭୁଲ ଏବଂ ନିଖୁଣ ମୁଦ୍ରା ତାଙ୍କୁ ଦେଇଛି ନିଆରା ସ୍ୱତନ୍ତ୍ରତା ଏବଂ ପରିଚୟ । ଦେଶ ବିଦେଶରେ ନୃତ୍ୟ ପ୍ରଦର୍ଶନ କରି ଲିମା ପାଇଛନ୍ତି ଅନେକ ସଫଳତା । ଦୁର୍ଗା ତାଣ୍ଡବ, ଦଶାବତାର ଆଦି ଅନେକ କ୍ଳିଷ୍ଟ ନୃତ୍ୟକୁ ଅତି ଚମତ୍କାର ଭାବେ ପ୍ରଦର୍ଶନ କରି ବେଶ ପ୍ରଶଂସିତ ହୋଇଛନ୍ତି ଲିମା
ଉତ୍ତରାଧିକାରୀ ପାଇଁ ଆରମ୍ଭ ହୋଇଥିବା ଲଢେଇରେ ଚାଲିଯାଇଛି ଗୋଟେ ମା’ ସହିତ ଗୋଟେ ନିରୀହ ନିଷ୍ପାପ ଶିଶୁର ଜୀବନ। ଦୁନିଆର ଆଲୋକ ଦେଖିବା ଆଗରୁ ତାକୁ ମା’ ଗର୍ଭରେ ମାରିଦିଆଯାଇଛି। ହେଲେ କଥା ଏଇଠି ଅଟକି ଯାଇନି। ସେହି ଉତ୍ତରାଧିକାରୀ ପରମ୍ପରାକୁ ଉଠେଇବା ପାଇଁ କେତେ ଯେ ହୋଇଛି ସଂଘର୍ଷ ଆଉ ବାଜିରେ ଲାଗିଯାଇଛି କେତେ ଯେ ଜୀବନ। ସମ୍ପର୍କର ମୂଲ୍ୟବୋଧ ପାଇଁ ଲଢେଇ କରିଚାଲିଛି ରାଧିକା, ଆଉ ଶେଷରେ ତା’ ମାତୃତ୍ୱର ପରୀକ୍ଷା ଦେଇ ନିଜ ସନ୍ତାନକୁ ବଞ୍ଚେଇବା ନେଇ ଜୀବନକୁ ଦେଇଛି ଜଳାଞ୍ଜଳି
ସୁନ୍ଦରଗଡ଼ରେ ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ତେଜିଛି। କଂଗ୍ରେସ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ସହରରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।
ଅଗଷ୍ଟ ୬ର ରିପୋର୍ଟ ଅନୁସାରେ, ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୬୩୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୫୯ ରହିଛି।