ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ବାରୋ ପଞ୍ଚାୟତ ଦହପାଣିଆ ଗାଁର ଅଲେଖ ଚନ୍ଦ୍ର ମଳିକଙ୍କ ପୁଅ କରୁଣାକର ମଳିକ । ବୟସ ମାତ୍ର ୩୩ । ପ୍ରାୟ ୭ ବର୍ଷ ହେଲା ନାଗପୁର ନଗରଧନସ୍ଥିତ ସୂର୍ଯ୍ୟଲକ୍ଷ୍ମୀ ସୂତା କଳରେ କାମ କରନ୍ତି । ରକ୍ତଚାପ ଜନିତ ରୋଗ ପାଇଁ ଅସୁସ୍ଥ ହେବାପରେ ଗତ ୩୦ତାରିଖରେ ତାଙ୍କୁ ବ୍ରେନ୍ ଷ୍ଟ୍ରୋକ୍ ହୋଇଥିଲା ।
ରାଜ୍ୟରେ କୋଭିଡ ୨ୟ ଲହର ପ୍ରଭାବ କମୁଥିବାବେଳେ ମାଡି ଆସୁଛି ୩ୟ ଲହରର ଭୟ। ତୃତୀୟ ଲହର ଆସିବା ପୂର୍ବରୁ ରାଜ୍ୟରେ ଇକ୍ମୋ ମେସିନ ବସାଇବାର ବ୍ୟବସ୍ଥା କରୁଛନ୍ତି ସରକାର।
ଓଡିଶୀ ନୃତ୍ୟରେ ନାଁ କମେଇଛନ୍ତି ସୁନାମଧନ୍ୟ ଓଡିଶୀ ନୃତ୍ୟ ଗୁରୁ ଲିମା ଦାସ । ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜ ସୁନାଖଳାର କିଶୋର ଚନ୍ଦ୍ର ଦାସଙ୍କ ତିନି କନ୍ୟାଙ୍କ ମଧ୍ୟରୁ ମଝିଆଁ ଝିଅ । ଲିମାଙ୍କ ଦ୍ଵାରା ପ୍ରଦର୍ଶିତ ଓଡିଶୀ ନୃତ୍ୟର ନିର୍ଭୁଲ ଏବଂ ନିଖୁଣ ମୁଦ୍ରା ତାଙ୍କୁ ଦେଇଛି ନିଆରା ସ୍ୱତନ୍ତ୍ରତା ଏବଂ ପରିଚୟ । ଦେଶ ବିଦେଶରେ ନୃତ୍ୟ ପ୍ରଦର୍ଶନ କରି ଲିମା ପାଇଛନ୍ତି ଅନେକ ସଫଳତା । ଦୁର୍ଗା ତାଣ୍ଡବ, ଦଶାବତାର ଆଦି ଅନେକ କ୍ଳିଷ୍ଟ ନୃତ୍ୟକୁ ଅତି ଚମତ୍କାର ଭାବେ ପ୍ରଦର୍ଶନ କରି ବେଶ ପ୍ରଶଂସିତ ହୋଇଛନ୍ତି ଲିମା
ଉତ୍ତରାଧିକାରୀ ପାଇଁ ଆରମ୍ଭ ହୋଇଥିବା ଲଢେଇରେ ଚାଲିଯାଇଛି ଗୋଟେ ମା’ ସହିତ ଗୋଟେ ନିରୀହ ନିଷ୍ପାପ ଶିଶୁର ଜୀବନ। ଦୁନିଆର ଆଲୋକ ଦେଖିବା ଆଗରୁ ତାକୁ ମା’ ଗର୍ଭରେ ମାରିଦିଆଯାଇଛି। ହେଲେ କଥା ଏଇଠି ଅଟକି ଯାଇନି। ସେହି ଉତ୍ତରାଧିକାରୀ ପରମ୍ପରାକୁ ଉଠେଇବା ପାଇଁ କେତେ ଯେ ହୋଇଛି ସଂଘର୍ଷ ଆଉ ବାଜିରେ ଲାଗିଯାଇଛି କେତେ ଯେ ଜୀବନ। ସମ୍ପର୍କର ମୂଲ୍ୟବୋଧ ପାଇଁ ଲଢେଇ କରିଚାଲିଛି ରାଧିକା, ଆଉ ଶେଷରେ ତା’ ମାତୃତ୍ୱର ପରୀକ୍ଷା ଦେଇ ନିଜ ସନ୍ତାନକୁ ବଞ୍ଚେଇବା ନେଇ ଜୀବନକୁ ଦେଇଛି ଜଳାଞ୍ଜଳି
ସୁନ୍ଦରଗଡ଼ରେ ରାଜ୍ୟର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ତେଜିଛି। କଂଗ୍ରେସ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ସହରରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।
ଅଗଷ୍ଟ ୬ର ରିପୋର୍ଟ ଅନୁସାରେ, ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୬୩୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୫୯ ରହିଛି।
ଗୋଷ୍ଠୀ ସଂଘର୍ଷରେ ପ୍ରାୟ ୬ ଜଣ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅପରପକ୍ଷେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆଉ ଏକ ଗୋଷ୍ଠୀ ପଳାଶୁଣିରେ ଏନ୍ଏଚ୍ ଅବରୋଧ କରିଥିଲେ। ଦୀର୍ଘ ସମୟ ପରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା।
ମ୍ୟାଚ ହାରିବା ପରେ ନିରାଶ ହୋଇପଡିଥିଲେ ଭାରତୀୟ ଖେଳାଳି। ସେମାନଙ୍କ ମୁହଁରେ ହତାଶାର ଭାବ ସ୍ପଷ୍ଟ ବାରି ହୋଇପଡୁଥିଲା। ମେଡାଲ ଜିତିବାରୁ ସୁଯୋଗ ଅଳ୍ପକେ ହାତଛଡ଼ା ହେବା ପରେ ଖେଳାଲିମାନେ ମ୍ରିୟମାଣ ହୋଇପଡିଥିଲେ। ବ୍ରିଟିଶ ଖେଳାଳି ମଧ୍ୟ ଆସି ଏମାନଙ୍କୁ ସାନ୍ତ୍ୱନା ଦେଇଥିଲେ।
ପ୍ରାୟ ୪ କୋଟିର ଆୟବହିର୍ଭୂତ ସଂପତ୍ତିର ଉତ୍ସ, ବେଆଇନ ନିବେଶ ଏବଂ ଦୁର୍ନୀତିର ବ୍ଲୁ ପ୍ରିଣ୍ଟ ଆଦି ଦିଗକୁ ନେଇ ଖୋଳତାଡ଼ କରୁ କରୁ ଏବେ କୁବେର ବିରଞ୍ଚିଙ୍କ ଖୋଲୁଛି ଭାନୁମତି ପେଡ଼ି। ତାହେଲେ ଚାକିରି ପାଇବାକୁ ହେଲେ ପଲିସି କରିବାକୁ ପଡ଼ିବ ବୋଲି ପ୍ରବର୍ତ୍ତାଉଥିଲେ କି ବିରଞ୍ଚି ?
ସରିଲା ରିମାଣ୍ଡ । କଣ ନୂଆ ତଥ୍ୟ ପାଇଲା ଭିଜିଲାନ୍ସ ? ଏଭଳି ପ୍ରଶ୍ନ ଏବେ ସମସ୍ତଙ୍କ ମନରେ । କାରଣ OSSC ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହେବା ପରେ ଏବେ ସମସ୍ତଙ୍କ ନଜର ପିଏସ୍ ବିରଞ୍ଚି ସାହୁଙ୍କ ଉପରେ ।
ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଡବଲ୍ ଡୋଜ୍ ପରେ ସଂକ୍ରମିତ ହୋଇଥିବା ଲୋକଙ୍କ ମଧ୍ୟରୁ ୭ ହଜାର ୯୨୪ ଜଣ ଦ୍ୱିତୀୟ ଡୋଜ୍ ନେବାର ୧୪ ଦିନ ପରେ ପଜିଟିଭ ବାହାରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ଡିଏମ୍ଇଟିଙ୍କ କହିବା କଥା- ଟିକା ଶତ ପ୍ରତିଶତ ସୁରକ୍ଷା ଦେଇପାରିବନି କିନ୍ତୁ ଟିକା ନେବା ପରେ ସଂକ୍ରମିତ ହେଉଥିବା ଲୋକଙ୍କ ସଂଖ୍ୟା ନଗଣ୍ୟ ଓ ଖୁବ୍ କମ୍ ରୋଗୀ ଗୁରୁତର ହେଉଛନ୍ତି।
‘କୋଟିଆ ଭିତରେ ପଶିଲେ ପିଟିବୁ’ । ଏଭଳି ଚେତାବନୀ ଦେଇଛନ୍ତି ପଟାଙ୍ଗି ବିଧାୟକ । ଆନ୍ଧ୍ର ଯଦି ଓଡ଼ିଶା ଭିତରେ ପଶି କୋଟିଆ ଉପରେ ନଜର ପକାଏ ତେବେ ସେମାନଙ୍କୁ ଉଚିତ୍ ସାସ୍ତି ସହ ପିଟିବେ ବୋଲି ଧମକ ଦେଇଛନ୍ତି ବିଧାୟକ ।
ଆଶ୍ଚର୍ଯ୍ୟର କଥା, ଜୟଦେବଙ୍କ ପତ୍ନୀ ପୁଷ୍ପଲତା ନାଁରେ ଅଛି ତିନି ତିନିଟି ଦାମୀ କାର ଏସବୁ ପରେ ବି ତାଙ୍କ ନାଁରେ ରହିଛି ଜବକାର୍ଡ। ସେହିଭଳି ସରପଞ୍ଚ ପୁଷ୍ପଲତା ପରିଡ଼ାଙ୍କ ସ୍ୱାମୀ ଯୁବ ବିଜେଡିର ବ୍ଲକ୍ ସଭାପତି ଥିଲେ ମଧ୍ୟ ମନରେଗା କାମର ଭେଣ୍ଡର ଭାବେ କାମ ବି କରୁଛନ୍ତି। ତା ସତ୍ତ୍ୱେ ଶ୍ରମିକ ତାଲିକାରୁ ତାଙ୍କ ନାଁ ବାଦ୍ ପଡିନି।
କେନ୍ଦୁଝର ବାଂଶପାଳ ବ୍ଳକ ଶୁଆକାଟୀ ସ୍ଥିତ ଓ ଏମସି ଖଣିରେ ଖଣି ଖନନ ଓ ଡମ୍ପିଙ୍ଗି ୟାର୍ଡ ହାତେଇବା ପାଇଁ ଗ୍ରାମସଭାରେ ବଡ ବଡ ସ୍ଵପ୍ନ ଦେଖାଇଥିଲା ଓଏମସି । ସ୍ଥାନୀୟ ଲୋକଙ୍କୁ ସେଠାରେ ନିଯୁକ୍ତି ଦେବାତ ଦୂରର କଥା । ନିଜର ଡମ୍ପିଙ୍ଗୟାର୍ଡ ପାଇଁ ଜୋର ଜବରଦସ୍ତ ହାତେଇ ନେଇଛି ଉପର କଇଁସାରୀ ଗ୍ରାମର ଗରିବ ଆଦିବାସୀଙ୍କ ଜମିକୁ । ଡାକ୍ତର ମୁଣ୍ଡା ଓ ଚରଣ ସିଂ ମୁଣ୍ଡାଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି
ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଘରୋଇକରଣ ଯୋଜନାକୁ କଂଗ୍ରେସର ବିରୋଧ । ଓଡିଶା ଯୁବ କଂଗ୍ରେସର ପକ୍ଷରୁ ଏହାକୁ ବିରୋଧ କରି ଧାରଣା ଦିଆଯାଇଛି ।
ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା । ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଧନକଉଡ଼ା ବ୍ଲକ୍ କୁଦଗୁଣ୍ଡେରପୁର ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।
ଏମିତି ଘଟଣା ଘଟିଛି, ଯାଜପୁର ଜିଲ୍ଲା କୋରାଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତ ମିର୍ଜାପୁର ଗାଁରେ। ଭିନ୍ନକ୍ଷମ ଯୁବକ ଅଦୈତ ମଳିକଙ୍କ ଘର ଓ ପରିବାରର କରୁଣଭରା କାହାଣୀର ଚିତ୍ର ଯିଏ ଦେଖିବ ତା ଆଖିରେ ବି ଲୁହ ଆସିଯିବ। ବାପା ମାଙ୍କ ଏକମାତ୍ର ପୁଅ ଅଦୈତ କିନ୍ତୁ ସେ ଭିନ୍ନକ୍ଷମ। ଭେଣ୍ଡିଆ ବୟସରେ ଭିନ୍ନକ୍ଷମ ସାଜି ବେସାହାରା ହୋଇପଡିଛନ୍ତି ଅଦୈତ୍ୟ । ଏହି ବୟସରେ ସେ ପରିବାର ବୋଝ ମୁଣ୍ଡାଇବା ପରିବର୍ତ୍ତେ ନିଜେ ପାଲିଟିଯାଇଛନ୍ତି ପରିବାର ପାଇଁ ବୋଝ
ଚିତ୍ରକୋଣ୍ଡା ବ୍ଲକ ଅଂଚଳରେ ଇଣ୍ଟରନେଟ ଶିକ୍ଷା ଫେଲ ମାରିବାର ଦୁଇଟି ମୁଖ୍ୟ କାରଣ ରହିଛି। ପ୍ରଥମ ହେଉଛି ମୋବାଇଲ ସେବାଠାରୁ ଆରମ୍ଭ କରି ଇଣ୍ଟରନେଟ ସେବା ଏଠାରେ ପୂରା ବିଫଳ ରହିଛି । ଦ୍ୱିତୀୟଟି ହେଉଛି ଏହି ଅଂଚଳଟି ୮୦ଭାଗରୁ ଅଧିକ ଲୋକ ଗରିବ ଶ୍ରେଣୀର ଆଦିବାସୀ। ପରିବାର ଚଳାଇବା ପାଇଁ ପାଖରେ ଟଙ୍କା ନାହିଁ, ସେମାନେ ମୋବାଇଲ ବା ଆଣିବା କେଉଁଠୁ?
ଭାରତୀୟ ମହିଳା ହକି ଟିମ୍ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍ଫରେନସିଂ ଜରିଆରେ କଥା ହେଲେ ଓ ଅଭିନନ୍ଦନ ଜଣାଇଲେ ।
ରାଜଧାନୀ ଗାନ୍ଧୀମାର୍ଗରେ ଆଶାୟୀ ଶିକ୍ଷକଙ୍କ ଅଭିନବ ପ୍ରତିବାଦ । ରାସ୍ତାଉପରେ କାନଧରି ଆଣ୍ଠେଇ ବସିଲେ ଆଶାୟୀ ଶିକ୍ଷକ । ଏହାସହ ସରକାରଙ୍କ ବିରୋଧରେ ନାରାବାଜି ମଧ୍ୟ କଲେ ।
ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲାଯାଇଥିବା ବେଳେ ଆସନ୍ତା ସୋମବାରକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଧର୍ମାନୁଷ୍ଠାନ ଖୋଲାଯିବ ।
ଖୁବ୍ ଶୀଘ୍ର ଜୟପୁର ଓ ରଙ୍ଗେଇଲୁଣ୍ଡାରୁ ଉଡ଼ିବ ବିମାନ। ଏ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।
କେବଳ ଏତିକି ନୁହେଁ ବରଂ ବିନା ଟିକା ପ୍ରମାଣପତ୍ରରେ ଶ୍ରୀମନ୍ଦିରରେ ଦର୍ଶନ କରିପାରିବେ ଭକ୍ତ। କିନ୍ତୁ ଶ୍ରୀମନ୍ଦିରର ପରିସରରେ ଧୂପ, ଦୀପ ଜଳାଇବା ବାରଣ କରାଯାଇଛି। ଏହାସହ ଆନନ୍ଦ ବଜାରରେ ଶ୍ରଦ୍ଧାଳୁମାନେ ବସି ପ୍ରସାଦ ସେବନ ମଧ୍ୟ କରିପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ଧାନ ବିକ୍ରି ସମସ୍ୟା ଓ ଚାଷ କ୍ଷତିକୁ ନେଇ ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଧନକଉଡ଼ା କୁଦଗୁଣ୍ଡେରପୁର ଗାଁର କୈବଲ୍ୟ ରୋହିଦାସ।