ସ୍ମାର୍ଟଫୋନ ଓ ସୋସିଆଲ ମିଡିଆ ଆପ୍ ପ୍ରତି ବଢୁଛି କୋମଳମତି ଶିଶୁଙ୍କ ଆସକ୍ତି । ଫେସ୍ବୁକ୍ ଓ ଇନ୍ଷ୍ଟାଗ୍ରାମ ଭଳି ସୋସିଆଲ ମିଡିଆ ଆପ୍ ବ୍ୟବହାର କରିବାକୁ ୮ରୁ ୧୮ ବର୍ଷ ବର୍ଗର ୫୨.୯ ପିଲା ସ୍ମାର୍ଟଫୋନ ରଖିଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ କରିଥିବା ସର୍ଭେରୁ ଜଣାପଡିଛି ।
କରୋନାରେ ସାରା ଦେଶରେ ଯେତିକି ପିଲା ବାପା ମାଆ ଛେଉଣ୍ଡ ହୋଇଛନ୍ତି, ସେଥି ମଧ୍ୟରୁ ଦ୍ୱିତୀୟ ସର୍ବାଧିକ ପିଲା ଓଡ଼ିଶାର। ଦେଶରେ ସର୍ବମୋଟ ୭୫ ହଜାର ୩୨୦ ପିଲା ବାପା, ମାଆଙ୍କୁ ହରାଇଥିବା ବେଳେ ଓଡ଼ିଶାରେ ସେଭଳି ପିଲାଙ୍କ ସଂଖ୍ୟା ୬ ହଜାର ୫୬୨ ବୋଲି ସୁପ୍ରିମକୋର୍ଟରେ ସତ୍ୟପାଠ ଜରିଆରେ ଦର୍ଶାଇଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ NCPCR।
ଦେଢ଼ କେଜି ସୁନା, ନଗଦ ୨୫ ଲକ୍ଷ ଟଙ୍କା, ପାଖାପାଖି ସାଢ଼େ ୩ କୋଟିର ସଂପତ୍ତି ତା’ ସାଙ୍ଗକୁ ଆହୁରି କେତେ କଣ ଏଭଳି ବିପୁଳ ପରିମାଣର ଆୟବହିର୍ଭୁତ ସଂପତ୍ତି ଭିଜିଲାନ୍ସ ରେଡ୍ରୁ ଜଣେ ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ ପିଏସ୍ଙ୍କ ଘରୁ ଠାବ ହୋଇଛି। ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି।
ଭୟଙ୍କର..ବୀଭତ୍ସ...ଘଟଣା। ନା ବର୍ଣ୍ଣନା କରିହେଉଛି, ନା ସେ ଚିତ୍ରକୁ ସ୍ପଷ୍ଟ ଦେଖିହେଉଛି। ମଣିଷଙ୍କ ଶବ ପଡ଼ିଛି ଜାକୁ ଜୁକି ହୋଇ। ଆଉ ତାହାରି ଭିତରେ ସାଇଣ୍ଟିଫିକ୍ ଟିମକୁ ଧରି ଚାଲିଛି ଆନ୍ଧ୍ର ପୋଲିସର ତନାଘନା । କାରଣ ଛଅ ଛଅ ଜଣ ଖଟିଖିଆ ମଣିଷଙ୍କ ଶୋଚନୀୟ ଭାବେ ଗୁଣ୍ଟୁର ଜିଲ୍ଲା ରେପାଲ ସ୍ଥିତ ଲଙ୍କେଭାନିଡିବାରେ ମୃତ୍ୟୁ ହୋଇଛି। ଯାହାଙ୍କ ଘର ସୁଦୂର ରାୟଗଡ଼ା ଜିଲ୍ଲା ଗୁଣୁପୁର ଏବଂ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ
OSSC ସଦସ୍ୟଙ୍କ ପିଏସ୍ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣା । ଘର ରେଡ୍ ବେଳେ ମିଳିଲା ୩ କୋଟି ୫୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସମ୍ପତ୍ତି । ନଗଦ ୨୫ ଲକ୍ଷ ଟଙ୍କା ସହ ଦେଢ କେଜି ସୁନା ଜବତ ହୋଇଥିବା ସୂଚନା ।
କରୋନା ସମୟରେ ଜଳବାହିତ ରୋଗ ଏବଂ ମଶାମାନଙ୍କ ଦ୍ୱାରା ସୃଷ୍ଚି ହେଉଥିବା ରୋଗକୁ ନେଇ ବଢ଼ିଲା ଚିନ୍ତା । କାରଣ କୌଣସି କରୋନା ଆକ୍ରାନ୍ତ ମଶା ଦ୍ୱାରା ହେଉଥିବା ଡେଙ୍ଗୁ କି ଚିକନ୍ଗୁନିଆ ଭଳି ରୋଗ କିମ୍ବା ଜଳବାହିତ ରୋଗର ଶିକାର ହେଲେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାର ଆଶଙ୍କା ରହିଛି। ତେଣୁ ଏଥିପ୍ରତି ସଜାଗ ରହିବାକୁ ସବୁ ରାଜ୍ୟକୁ ଚେତାଇ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ଏବେ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଉଚ୍ଚରେ ଥିବା ବେଳେ ଡେଙ୍ଗୁ ଆନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ୁଥିବାରୁ ପ୍ରଶାସନର ମୁଣ୍ଡବଥା ବଢ଼ିଛି।
ଟିକା ପାଇଁ ଠେଲା ପେଲା ହେବାରୁ ଲୋଙ୍କୁ ପିଟିଲା ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା କୃତିବାସ ଭବନ ଟିକାକରଣ କେନ୍ଦ୍ରରେ ।
ହାଇକୋର୍ଟରେ ମାମଲାର ଶୁଣାଣି ବେଳେ ସିଧା ପ୍ରସାରଣ ବ୍ୟବସ୍ଥାକୁ ସ୍ଥଗିତ ରଖିବାକୁ ମୁଖ୍ୟ ବିଚାରପତିଙ୍କୁ ହାଇକୋର୍ଟ ବାର୍ ଆସୋସିଏସନ ପକ୍ଷରୁ ଚିଠି ।
OSSC ସଦସ୍ୟଙ୍କ ପିଏସ୍ଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣାକୁ ନେଇ OSSC ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ମିଶ୍ରଙ୍କ ପ୍ରତିକ୍ରିୟା । ‘ଘଟଣାର ଇଣ୍ଟରନାଲ୍ ଇନ୍କ୍ୱାରୀ କରାଯିବ । ଦୃଢ ପଦକ୍ଷେପ ନିଆଯିବ ।
ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ କୁବେର ଅଫିସର। ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ୱରସ୍ଥିତ ଘରେ ହୋଇଛି ରେଡ୍।
ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ମିଳିବ। ଏହାସହ ଉଚ୍ଚ ପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ।
ତେବେ ପୂର୍ବରୁ ପୁରୀ ବେଳାଭୂମିରେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ବା OTDC ପକ୍ଷରୁ ମଦ୍ୟ ପାନ ବ୍ୟବସ୍ଥା କରାଯିବାକୁ ସ୍ଥିର ହୋଇଥିଲା । ବିଚ୍ ସ୍ନାକ୍ସ ନାଁରେ ଖୋଲିବାର ଯୋଜନା ଥିବା ବେଳେ ଗୋଆ ଭଳି ପୁରୀ ବେଳାଭୂମୀରେ ଏହି ବ୍ୟବସ୍ଥା ପାଇଁ ଓଟିଡିସି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିଲା । ପର୍ଯ୍ୟଟକଙ୍କ ପାଇଁ ମଦ୍ୟପାନ ବ୍ୟବସ୍ଥା ମଧ୍ୟ କରାଯିବା ପାଇଁ ସ୍ଥିର ହୋଇଥିଲା। ଏଥିପାଇଁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଥିଲା।
ବିଭିନ୍ନ କାରଣରୁ ମାଟ୍ରିକ ପରୀକ୍ଷା ଦେଇ ପାରିନଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଆଜି ମାଟ୍ରିକ ପରୀକ୍ଷା ଦେଉଛନ୍ତି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଗଞ୍ଜାମ ଜିଲ୍ଲା ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି।
ଦେଖିବାକୁ ଅସଲି, ହେଲେ ଜିନିଷ ନକଲି। ବାହାରୁ ଶସ୍ତାରେ ଘଣ୍ଟା ଆଣି ତା’ଉପରେ ନାମୀଦାମୀ ବ୍ରାଣ୍ଡ୍ର ଲୋଗୋ ଓ ଷ୍ଟିକର ଲଗାଇ ଅଧିକ ଦାମ୍ରେ ଚାଲିଥିଲା ବିକ୍ରି। ଶେଷରେ ଏହି ଠକାମୀ ପୋଲିସ୍ ହାତରେ ଧରାପଡ଼ି ଯାଇଥିଲା।
ରାଜ୍ୟରେ ୧୫୫୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇ ଥିବାବେଳେ ଖୋର୍ଦ୍ଧାରୁ ସର୍ବାଧିକ ୪୭୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୯୦୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୬୫୪ ରହିଛି।
ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ୱେଲ୍ ମାର୍କଡ୍ ଲୋ’ ପ୍ରେସର ଏରିଆ ସକ୍ରିୟ ରହିଛି। ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଅସନ୍ତୁଷ୍ଟଙ୍କ ପାଇଁ ଶେଷ ସୁଯୋଗ । କାଲିଠାରୁ ଆରମ୍ଭ ହେବ ମାଟ୍ରିକ୍ ଅଫ୍ ଲାଇନ୍ ପରୀକ୍ଷା । ନିଜ ପ୍ରଦର୍ଶନରେ ସୁଧାର ଆଣିବାକୁ କାଲିଠାରୁ ରାଜ୍ୟର ୧୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।
ଛୋଟ ପିଲା ସିନା, ମୁଣ୍ଡରେ କିନ୍ତୁ ବଡ଼ ଚିନ୍ତା । ପ୍ରଶାସନିକ ସ୍ତରରେ ଯାହା ହୋଇପାରିଲାନି, ମେଳି ବାନ୍ଧି କରି ଦେଖାଇଲେ । କାଦୁଅ, ଖାଲଖମା ଭର୍ତ୍ତି ରାସ୍ତାର ମରାମତି କଲେ ।
ସେପଟେ ସୁନାବେଡ଼ା ଜଙ୍ଗଲ ହେବ ବାଘ ଅଭୟାରଣ୍ୟ। ଶିମିଳିପାଳ, ସାତକୋଶିଆ ପରେ ସୁନାବେଡ଼ାକୁ ବାଘ ଅଭୟାରଣ୍ୟ ମାନ୍ୟତା ପାଇଁ ଏନଟିସିଏ ମାନକ ପୂରଣ କାର୍ଯ୍ୟ ଜାରି ରହିଛି। ଅନ୍ୟପକ୍ଷରେ ଦେଶରେ ବାଘ ସଂଖ୍ୟା ବଢୁଥିବା ବେଳେ ରାଜ୍ୟରେ ସଂଖ୍ୟା କମି କମି ଯାଉଛି। ଏହା ପୂର୍ବରୁ ୨୦୧୮ ଓ ୨୦୧୪ରେ ହୋଇଥିବା ଗଣନାରେ ବାଘଙ୍କ ସଂଖ୍ୟା ଥିଲା ମାତ୍ର ୨୮। ଏଥିପାଇଁ ଏଥର ବାଘ ଗଣନାରେ ପୂର୍ବଥର ଭଳି ୧୫ ବଦଳରେ ଅଧିକ ବନଖଣ୍ଡକୁ ସାମିଲ କରାଯିବ ବୋଲି ପିସିସିଏଫ୍ ସୂଚନା ଦେଇଛନ୍ତି।
ନଭେମ୍ବର ୯ ତାରିଖରେ ଯାଇଥିବା ଏହି ଭାଇରଲ ଇମେଲରେ ଲେଖାଯାଇଛି ଯେ, ଯଦି ମାସିକିଆ ଚାନ୍ଦା ଦିଆନଯାଏ ତେବେ ସ୍ଥାନୀୟ ପ୍ରଶାସନ, ସ୍ଥାନୀୟ ପୋଲିସ, ଲୋକାଲ ୟୁନିଅନ, ଆଞ୍ଚଳିକ ପ୍ରଦୂଷଣ ବିଭାଗ ଅଫିସରଙ୍କର ଆଦୌ ସହଯୋଗ ମିଳିବ ନାହିଁ। ତେଣୁ ଯଥାଶୀଘ୍ର ସେମାନଙ୍କର ମାସିକ ଚାନ୍ଦା ରିଲିଜ କରାଯାଉ।ଏପରିକି କାଳିଆପାଣି IIC ମଧ୍ୟ ଫୋନ କରି କାଳୀପୂଜା ଭେଟି ପାଇଁ ତାଗିଦ କରିଲେଣି ବୋଲି ଏଥିରେ ଉଲ୍ଲେଖ ରହିଛି।
ଅଗଷ୍ଟ ୨୩ରୁ କମନ PG ଏଣ୍ଟ୍ରାନ୍ସ । କମନ PG ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୨ରୁ ୧୪ ତାରିଖ ମଧ୍ୟରେ ଅନଲାଇନ୍ରେ ଆବେଦନ କରିପାରିବେ ପରୀକ୍ଷାର୍ଥୀ ।
ଓଡ଼ିଆ ଆଇପିଏସ୍ ସତ୍ୟ ନାରାୟଣ ପ୍ରଧାନଙ୍କୁ ବଡ଼ ଦାୟିତ୍ୱ । ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ନେଲେ ସତ୍ୟନାରାୟଣ ପ୍ରଧାନ । ରାକେଶ ଆସ୍ଥାନାଙ୍କ ଠାରୁ ଦାୟିତ୍ୱ ଗ୍ରହଣ କଲେ ।
୮ ବର୍ଷ ଧରି ଫେରାର ଥିବା ଚିଟ ଫଣ୍ଡ ଠକେଇ ଅଭିଯୁକ୍ତକୁ ଉତ୍ତର ପ୍ରଦେଶର ବରେଲିରୁ ଗିରଫ । ଅଭିଯୁକ୍ତକୁ ଗିରଫ କରିଛି ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା । ଗିରଫ ଅଭିଯୁକ୍ତର ନାଁ ଦିଲୀପ କୁମାର ଜୈନ ।
ଆଜି ବିଶ୍ୱ ବ୍ୟାଘ୍ର ଦିବସ । ଜୈବ ବିବିଧତା ରକ୍ଷା ପାଇଁ ବାଘ ବଂଶ ବୃଦ୍ଧି ଉପରେ ସବୁଠି ଦିଆଯାଉଛି ଗୁରୁତ୍ୱ । କୌଣସି ଅଞ୍ଚଳରେ ବାଘର ଉପସ୍ଥିତି ସେ ଅଞ୍ଚଳରେ ଉତ୍କ୍ରୁଷ୍ଟ ଜୈବ ବିବିଧତାକୁ ଦର୍ଶାଇଥାଏ ।