ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାକୁ ରେଡ୍ ଜୋନ୍ ଭାବେ ଘୋଷଣା କଲେ ରାଜ୍ୟ ସରକାର। ଆକ୍ରାନ୍ତଙ୍କ ସଂଖ୍ୟା ଉଚ୍ଚ ମାତ୍ରାରେ ଡବଲିଂ ହେବାରୁ ଗଞ୍ଜାମ ଜିଲ୍ଲାକୁ ରେଡ୍ ଜୋନ୍ ଭାବେ ଘୋଷଣା କରାଯାଇଛି। ସେହିପରି ମୟୂରଭଞ୍ଜ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଜୋନ୍ ଭାବେ ଘୋଷଣା କରାଯାଇଛି। ଆଜି ଗଞ୍ଜାମରେ ୧୭ ଓ ମୟୂରଭଞ୍ଜରେ ୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ତେବେ ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ […]
ଭୁବନେଶ୍ୱର: ସନ୍ଧ୍ୟା ୭ଟା ପରେ କେବଳ ଭୂତ ବୁଲି ପାରିବେ। ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଲୋକଙ୍କୁ ଘରୁ ବାହାରିବା ଉପରେ କଟକଣା ଲାଗୁ ହୋଇଥିବା ବେଳେ, ଏସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଏଭଳି କିଛି ଟ୍ୱିଟ୍ କରିଛି କମିଶନରେଟ୍ ପୁଲିସ୍। କମିଶନରେଟ୍ ପୁଲିସ୍ ପକ୍ଷରୁ ଟ୍ୱିଟ୍ କରାଯାଇ କୁହାଯାଇଛି ଯେ, ସନ୍ଧ୍ୟା ୭ଟା ପରେ କେବଳ ଭୂତଙ୍କୁ ବାହାରେ ବୁଲିବାକୁ ଅନୁମତି ରହିଛି ଏବଂ ଆପଣ ଭୂତ ନୁହନ୍ତି। ଏହା […]
ଭୁବନେଶ୍ୱର: ଜୁଲାଇ ୨୪ରେ +୩ ଫାଇନାଲ ସେମିଷ୍ଟର ଓ ଅଗଷ୍ଟ ୨୦ତାରିଖରେ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା ହେବ। ସରକାରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ଏବଂ ଅକ୍ଟୋବରରେ ଏକକ ପିଜି ପ୍ରବେଶିକା ପରୀକ୍ଷା ହେବ। ନଭେମ୍ବର ମାସରେ ସବୁ ପିଜି କ୍ଲାସ୍ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ଅନ୍ଲାଇନ୍ ପ୍ରୋଗ୍ରାମ ପାଇଁ ଏକ ସ୍ୱତନ୍ତ୍ର କମିଟି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ। ସେହିପରି […]
ଯାଜପୁର: ଯାଜପୁରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରୁ ସୂଚନା ମିଳିଛି। ସୂଚନାଥାଉ କି, ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୬୦ ଜଣ ସୁସ୍ଥ ହୋଇଥିବାବେଳେ ୧୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ […]
ଢେଙ୍କାନାଳ: ବାଣ ବିସ୍ଫୋରଣ ଘଟି ୨ ଶିଶୁଙ୍କ ମୃତ୍ୟୁ ହୋଇ ଥିବାବେଳେ, ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଶିଶୁ ଦ୍ୱୟଙ୍କ ବୟସ ୬ ବର୍ଷ ଓ ୮ ବର୍ଷ। ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅନ୍ତର୍ଗତ ସୋଗର ଗାଁରେ ଆଜି ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ସୋଗର ଗାଁରେ ଥିବା ଏକ ଘରେ ଗଚ୍ଛିତ ଥିବା ବାଣରେ ଆଜି ହଠାତ୍ ନିଆଁ ଲାଗି ଯିବାରୁ ବିସ୍ଫୋରଣ ଘଟିଥିଲା। ୩ ଶିଶୁ ସେଇ ଘର […]
ବିନିକା: ବାଟରେ ଅଟକିଲା ସୁରତ ଫେରନ୍ତା ବସ୍। ରାସ୍ତାରେ ଗଛ ପଡ଼ି ଥିବାରୁ ବରପାଲି-ବିନିକା ମୁଖ୍ୟ ରାସ୍ତା ଏମ୍ଡି୍ଆର -୩୯ ଠାରେ ୫ଟି ସୁରତ ଫେରନ୍ତା ବସ୍ ଅଟକି ରହିଛି। ବସ୍ରୁ ଓହ୍ଲାଇ ପ୍ରବାସୀ ଓଡ଼ିଆ ବାହାରେ ବୁଲାବୁଲି କରୁଥିବା ସୂଚନା ମିଳିଛି। ଗତକାଲି କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି ରାସ୍ତାରେ ପଡ଼ି ରହିଛି। ଫଳରେ ରାସ୍ତା ଅବରୋଧ ହେବାସହ ସ୍ଥାନୀୟ ଅଞ୍ଚଳରେ ବିଦ୍ୟୁତ୍ ସେବା ମଧ୍ୟ ଠପ୍ ହୋଇଯାଇଛି। ରାସ୍ତାରେ ଗଛ ପଡ଼ିଥିବାରୁ ଏହି ବାଟ […]
ଭୁବନେଶ୍ୱର: ଭୁବନେଶ୍ୱର-କଟକରେ ଅନାବଶ୍ୟକ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇଲେ ପୁଲିସ୍ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ ବାହାରକୁ ବାହାରିବାକୁ ବାରଣ କରାଯାଇଛି। ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ କର୍ଫ୍ୟୁ ଭଳି ସ୍ଥିତି ରହିବ ବୋଲି ପୁଲିସ୍ କମିଶନର କହିଛନ୍ତି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଯଦି କୌଣସି ବ୍ୟକ୍ତି ଏହି କଟକଣାକୁ ଭଙ୍ଗ କରନ୍ତି ତେବେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି […]
ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବରଣ କରିଥିବା ଦ୍ୱିତୀୟ ମୃତକ ଜଣଙ୍କ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ବୟସ ୭୭ ବର୍ଷ। ସେ ଉଚ୍ଚ ରକ୍ତଚାପ, ମଧୁମେହ ଓ କିଡନୀ ରୋଗରେ ପୀଡ଼ିତ ଥିଲେ। ସେ ୪୧ ନମ୍ବର କରୋନା ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: କିଛି ସମୟ ପୂର୍ବରୁ ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ, ଏବେ କରୋନାରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଖବର ସାମ୍ନାକୁ ଆସିଛି। ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ମୃତ ବ୍ୟକ୍ତି ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା। ପୂର୍ବରୁ କରୋନାରେ ଜଣଙ୍କର ମୃତ୍ୟୁ ହୋଇଥିଲା। ସେ ଖୋର୍ଦ୍ଧା ଜିଲ୍ଲାର […]
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି। ୬୦ ଜଣ ସୁସ୍ଥ ହୋଇଥିବାବେଳେ ୧୧୫ […]
ଭୁବନେଶ୍ୱର: ଗ୍ରୀନ ଜୋନ୍ରେ ଚାଲିପାରେ ବସ୍। ଏନେଇ ବ୍ୟବସ୍ଥା ହେଉଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ଗ୍ରୀନ ଜୋନ୍ରେ ବସ୍ ଚାଲିବା ପ୍ରସଙ୍ଗକୁ ନେଇ ମନ୍ତ୍ରୀ କହିଛନ୍ତି, “ ଉଭୟ ଘରୋଇ ଓ ଅନ୍ୟାନ୍ୟ ବସ୍କୁ କ’ଣ ସୁବିଧା ଦେଇ ହେବ ସେ ନେଇ ଆଲୋଚନା ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଫାଇଲ ଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବସ୍ ଚାଲିବ”। ସେ ଆହୁରି କହିଛନ୍ତି, “୫୦% ଯାତ୍ରୀଙ୍କୁ ନେଇ ବସ୍ ଚାଲିଲେ […]
କଟକ: ଆଜିଠୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଲାଗୁ ହୋଇଥିବା କଟକଣାଠୁ ଏହି ପର୍ଯ୍ୟାୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୩ୟ ପର୍ଯ୍ୟାୟ ଲକ୍ଡାଉନ୍ ଘୋଷଣା କରାଯାଇଛି। କଟକ ଗ୍ରୀନ୍ ଜୋନ୍ରେ ଆସୁଥିବାରୁ ଏଠାରେ କଟକଣା କୋହଳ କରାଯାଇଛି। କଟକରେ କେଉଁ କେଉଁ ଦୋକାନ ଖୋଲା ରହିବ ସେନେଇ କଟକ ମହାନଗର ନିଗମ(ସିଏମ୍ସି) କମିଶନର ଅନନ୍ୟା […]
ବ୍ରହ୍ମପୁର: ଓଡ଼ିଶା ଫେରିଲେ ଆଉ ୧୨ ଶହ ପ୍ରବାସୀ ଓଡିଆ। କେରଳ ଏର୍ଣ୍ଣାକୁଲମ୍ରୁ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଏହି ପ୍ରବାସୀ ଓଡିଆ, ଓଡ଼ିଶା ଫେରିଛନ୍ତି। ବ୍ରହ୍ମପୁର ଉପକଣ୍ଠ ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚିବା ପରେ ସମସ୍ତଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଛି। ପରେ ସମସ୍ତଙ୍କୁ ପ୍ରାୟ ୩୦ଟି ସ୍ୱତନ୍ତ୍ର ବସ୍ ଯୋଗେ ନିଜ ନିଜ ଅଞ୍ଚଳକୁ ପଠାଇଛି ପ୍ରଶାସନ। ନିଜ ନିଜ ଅଞ୍ଚଳରେ ପହଞ୍ଚିବା ପରେ ସମସ୍ତଙ୍କୁ କ୍ୱାରେଣ୍ଟିନ୍ରେ ରଖାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ତେବେ ପ୍ରବାସୀ ଓଡିଆଙ୍କୁ ନେଇ […]
ଭଦ୍ରକ: ଟଙ୍କା ଡିପୋଜିଟ୍ କରିବା ପାଇଁ ବ୍ୟାଙ୍କ ଯାଉଥିବାବେଳେ ଜଣେ ଗ୍ୟାସ୍ ଏଜେନ୍ସି କର୍ମଚାରୀଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲାରେ ଏହି ଘଟଣା ଘଟିଛି। ସୂଚନ ଅନୁସାରେ, ତିହିଡ଼ିର ଜଣେ ଗ୍ୟାସ୍ ଏଜେନ୍ସି କର୍ମଚାରୀ ଟଙ୍କା ଡିପୋଜିଟ୍ କରିବା ପାଇଁ ବ୍ୟାଙ୍କ୍ ଯାଉଥିଲେ। ଏହି ସମୟରେ ଜିଝାରପୁର ନିକଟରେ ୩ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିଥିଲେ। ଏହାପରେ ତାଙ୍କ ନିକଟରୁ ଟଙ୍କା ବ୍ୟାଗ୍ […]
ଭୁବନେଶ୍ୱର: କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିବା କୌଣସି ବ୍ୟକ୍ତି ଯଦି ନିୟମ ଉଲ୍ଲଂଘନ କରନ୍ତି ତା’ହେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିବା ଲୋକଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଟ୍ୱିଟ୍ କରି ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, “ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ସୁରକ୍ଷିତ […]
ଭଦ୍ରକ: ପ୍ରବାସୀ ଓଡ଼ିଆଙ୍କୁ ଆଣିବାକୁ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ସକାଳେ ‘ଆଶୀର୍ବାଦ’ ନାମକ ଏକ ଘରୋଇ ବସ୍ ପ୍ରବାସୀ ଓଡ଼ିଆଙ୍କୁ ଆଣିବା ପାଇଁ ବାଲେଶ୍ୱରରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିବା ବେଳେ ବାଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁସାରେ, ବସ୍ଟି ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଛତାବର ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ବସ୍ ଡ୍ରାଇଭର ଓ ହେଲ୍ପର୍ ସାମାନ୍ୟ ଆହତ ହୋଇବା […]
ବାଲେଶ୍ୱର: କରୋନା ଭୟରେ ହଜିଗଲା ମାନବିକତା। ଗତକାଲିଠୁ ଗାଁରେ ପଡ଼ି ରହିଛି ମୃତଦେହ। କରୋନା ଭାଇରସ୍ ସଂକ୍ରମଣ ଭୟରେ ଗାଁଲୋକେ ଶବ ସତ୍କାର ପାଇଁ ଆସୁ ନ ଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଜାମୁଝାଡି ପଞ୍ଚାୟତ ଖଟନଗର ଅଞ୍ଚଳରେ ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ଗତ ମାର୍ଚ୍ଚ ୩ରେ କୋଲକାତାରୁ ଶ୍ରୀଧର ଦଳାଇ ନାମକ ଜଣେ ବ୍ୟକ୍ତି ଘରକୁ ଫେରିଥିଲେ। ହଠାତ୍ ତାଙ୍କ ଦେହ […]
ଭଦ୍ରକ: କରୋନା ଭାଇରସ୍ ସଂକ୍ରମଣ ଯେପରି ନ ବ୍ୟାପେ ସେଥିପାଇଁ ବାହାର ରାଜ୍ୟରୁ ଫେରିଥିବା ଲୋକମାନଙ୍କୁ କ୍ୱାରେଣ୍ଟିନ୍ ସେଣ୍ଟରରେ ରଖାଯାଉଛି। ସେମାନଙ୍କ ପାଇଁ ଖାଦ୍ୟ, ପାନୀୟଠୁ ଆରମ୍ଭ କରି ସବୁ କିଛିର ବ୍ୟବସ୍ଥା କରାଯାଇଛି। ହେଲେ ଏସବୁ ଭିତରେ ଗୋଟିଏ ପରେ ଗୋଟିଏ ଅଭାବନୀୟ ଘଟଣା ସାମ୍ନାକୁ ଆସୁଛି। କେଉଁଠି ଲୋକେ ଖାଦ୍ୟ ଫୋପାଡ଼ି ଦେଉଛନ୍ତି ତ ଆଉ କେଉଁଠି କଟକଣା ନ ମାନି ମଉଜ ମସ୍ତିରେ ବ୍ୟସ୍ତ ରହୁଛନ୍ତି। ଏବେ ଏମିତି ଏକ ଘଟଣା ସାମ୍ନାକୁ […]
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଲାଗୁ ହୋଇଥିବା କଟକଣାଠୁ ଏହି ପର୍ଯ୍ୟାୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୩ୟ ପର୍ଯ୍ୟାୟ ଲକ୍ଡାଉନ୍ ଘୋଷଣା କରାଯାଇଛି। ଆସନ୍ତା ମେ’୧୭ ଯାଏ ଏହି ଲକ୍ଡାଉନ୍ ବଳବତ୍ତର ରହିବ। ତେବେ ଆଗକୁ ଲକ୍ଡାଉନ୍ ବୃଦ୍ଧି ପାଇବ ନା ନାହିଁ ତା’ହା ସ୍ଥିତିର ସମୀକ୍ଷା ପରେ ନିଆଯିବ। ରେଡ୍ […]
ନୂଆଦିଲ୍ଲୀ: ବଦଳିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ କ୍ରିଟିକାଲ୍ ଓ ପାର୍ସିଆଲି କ୍ରିଟିକାଲ୍ ବର୍ଗ। ଏନେଇ ରାଜ୍ୟ ସରକାରଙ୍କ General Administration and Public Grievance Department ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ୍ରିଟିକାଲ୍ ବର୍ଗରେ ୧୫ଟି ବିଭାଗକୁ ସାମିଲ କରାଯାଇଥିବା ବେଳେ ପାର୍ସିଆଲି କ୍ରିଟିକାଲ୍ ବର୍ଗରେ ଅନ୍ୟ ସବୁ ବିଭାଗ ରହିଛି। କ୍ରିଟିକାଲ ବର୍ଗରେ ରହିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, କୃଷି, ଅର୍ଥ, ବାଣିଜ୍ୟ ପରିବହନ, ସମନ୍ୱୟ, ଅବକାରୀ, ଗୃହ, ଶ୍ରମ, […]
ରାଉରକେଲା: ରାଜସ୍ଥାନର କୋଟାରୁ ବସ୍ ଯୋଗେ ରାଉରକେଲା ଫେରିଲେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀଙ୍କୁ ନେଇ ୪ଟି ବସ୍ ଆଜି ରାଉରକେଲାରେ ପହଞ୍ଚିଛି। ୪ଟି ବସ୍ରେ ୧୧୪ ଜଣ ଛାତ୍ରଛାତ୍ରୀ ଥିଲେ। କୋଟାର ବିଭିନ୍ନ ଇନ୍ଷ୍ଟିଚ୍ୟୁଟ୍ରେ ପଢ଼ୁଥିବା ଏହି ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ନେଇ ଏହି ବସ୍ ଗୁଡ଼ିକ ରାଉରକେଲାରେ ପହଞ୍ଚିଛି। ରାଉରକେଲାରେ ପହଞ୍ଚିବା ପରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ସମସ୍ତଙ୍କୁ କ୍ୱାରେଣ୍ଟିନ୍ରେ ରଖିବା ନେଇ ବ୍ୟବସ୍ଥା ହୋଇଛି। ଆଜି ସକାଳୁ ଦୁଇଟି ବସ୍ ଓ ପରେ ଅନ୍ୟ ଦୁଇଟି […]
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୧୫୪ରେ ପହଞ୍ଚିଥିବା ବେଳେ ଆଉ ୧୫ ଜଣଙ୍କ ଟ୍ରାଭେଲ୍ ହିଷ୍ଟ୍ରି ସମ୍ପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। କେସ୍ ନଂ ୧୨୯ରୁ ୧୪୩ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ସମ୍ପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏ ସମସ୍ତଙ୍କର କୋଲକାତା ଲିଙ୍କ୍ ଥିବା ଟ୍ରାଭେଲ୍ ହିଷ୍ଟ୍ରିରେ ସୂଚନା ଦିଆଯାଇଛି। ଏହି ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣ ହେଉଛନ୍ତି ଯାଜପୁର ଜିଲ୍ଲା କଟିକଟା ଅଞ୍ଚଳର। କେସ୍ ନଂ ୧୪୩ ବାଲେଶ୍ୱର ଜିଲ୍ଲା […]
ମୋହନା: ଭାଣିଜୀଙ୍କୁ ବଞ୍ଚାଇବାକୁ ଯାଇ ଡ୍ୟାମ୍ରେ ବୁଡ଼ିଗଲେ ମାଇଁ। ଗଜପତି ଜିଲ୍ଲାରେ ଏହି ଦୁଃଖଦ ଘଟଣା ଘଟିଛି। ଗଜପତି ଜିଲ୍ଲା ଅଡାବା ଥାନା ଅନ୍ତର୍ଗତ ବୁଢାଡିହ ଗାଁ ନିକଟସ୍ଥ ହରଭାଙ୍ଗି ଡ୍ୟାମ୍ରେ ବୁଡି ମାଇଁ ଓ ତାଙ୍କ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୁଢ଼ାଦିହ ଗାଁର ଏବନି ମଣ୍ଡଳ ଓ ତାଙ୍କର ୧୦ ବର୍ଷର ଭାଣିଜୀ। ସୂଚନା ଅନୁସାରେ, ଗତକାଲି ଏବନି ତାଙ୍କର ଭାଣିଜୀଙ୍କ ସହ ହରଭାଙ୍ଗି ଡ୍ୟାମ୍କୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ କୌଣସି କାରଣବଶତଃ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ମହିଳାଙ୍କୁ ସଶକ୍ତ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା। ଏହି ଯୋଜନା ଫଳରେ ଗ୍ରାମାଞ୍ଚଳରେ ଆଜି ଉନ୍ନତି ହୋଇପାରିଛି। ଏହାସହ ମହିଳାମାନେ ଧୂଆଁରୁ ମୁକ୍ତି ପାଇଛନ୍ତି ବୋଲି ଉଜ୍ଜ୍ୱଳା ଯୋଜନାର ସଫଳତା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି। ୪ ବର୍ଷ ତଳେ ମେ’ ପହିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶ ଠାରେ ଉଜ୍ଜ୍ୱଳା ଯୋଜନାର ଶୁଭାରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ୮ କୋଟି ଗରିବ ପରିବାରକୁ ମାଗଣାରେ ଏଲ୍ପିଜି ଗ୍ୟାସ୍ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ଯାଜପୁରର ଓ ଏମାନେ କୋଲକାତାରୁ ଫେରିଥିବା ସୂଚନା ମିଳିଛି। ଫଳରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଛୁଇଁଛି। ୫ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ […]