coronavirus
ଭୁବନେଶ୍ୱର; ଆଜି ଭୁବନେଶ୍ୱରରେ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୯୧ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ।
ଏକ ଘରୋଇ ହସ୍ପିଟାଲର ୮ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ପଳାସପଲ୍ଲୀରୁ ୬, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଆର୍ସି ଭିଲେଜରୁ ମଧ୍ୟ ୬ ଜଣ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜୟଦେବ ବିହାରରୁ ୫ ଓ ଜିଜିପି କଲୋନିରୁ ମଧ୍ୟ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ବିଏମସ୍ ସୂଚନା ଦେଇଛି।
ସେହିଭଳି ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୩,୩୭୧ କରୋନା ରୋଗୀ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱରେଣ୍ଟିନ୍ରୁ ୨, ୯୫୩ ଏବଂ ଲୋକାଲ କେସ ୧,୩୧୮ ଅଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ କେସ୍ ୨୭, ୬୩୮ ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୭, ୬୦୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୫୯, ୪୭୦ ଜଣ ସୁସ୍ଥ ହୋଇଛନ୍ତି।
ସେହିଭଳି କରୋନାରେ ଦିନକରେ ୧୩ ଜଣଙ୍କ ଜୀବନ ଯାଇଥିବା ବେଳେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଦିନକରେ ରାଜ୍ୟରେ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୬୨୮୧୩ରେ ପହଞ୍ଚିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/coronavirus-13_1625390297.jpg)