ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Corona Updates In Odisha:
ଚିହ୍ନଟ ନୂଆ ୩,୬୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୫୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୪୯୪ ରହିଛି।
ଖୋର୍ଦ୍ଧାରୁ ସର୍ବାଧିକ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଛି।