/odishatv-khabar/media/post_attachments/uploadimage/library/16_9/16_9_0/accident-4_1625389577.jpg)
accident
ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ନାଲକୋ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ୨ ଟି କାର୍ ମୁହାଁମୁହିଁ ଧକ୍କା ହେବାରୁ ଗୋଟିଏ ପରିବାରର ୪ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Advertisment
ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ଗୋଟିଏ ପରିବାରର ୪ ଜଣ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ମିଳିଛି। ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି। କାର୍ ଓ ମୃତଦେହ ଜବତ କରି ଚନ୍ଦ୍ରଶେଖରପୁର ପୋଲିସର ତଦନ୍ତ ଚଳାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)