Advertisment

କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ୪ ଜଣଙ୍କର ମୃତ୍ୟୁ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ କରଡ଼ା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହେବାରୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଚିରଞ୍ଜିବୀ ସାହୁ, ମଧୁସ୍ମିତା ସାହୁ, ଆଦିତ୍ୟ ସାହୁ ଓ କାର୍‌ ଡ୍ରାଇଭର ସନ୍ତୋଷ ନାୟକ। ସମସ୍ତଙ୍କ ଘର ନୟାଗଡ଼ ଜିଲ୍ଲା ନନ୍ଦିଘରରେ । ଚିରଞ୍ଜିବୀଙ୍କ ଝିଅ ନୟାଗଡ଼ରେ ପାଠ ପଢ଼େ। ଏଥିପାଇଁ ଚିରଞ୍ଜିବୀଙ୍କ […]

author-image
Pradesh Pratyush
କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ୪ ଜଣଙ୍କର ମୃତ୍ୟୁ

accident 1

ନୟାଗଡ଼ : ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ କରଡ଼ା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହେବାରୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଚିରଞ୍ଜିବୀ ସାହୁ, ମଧୁସ୍ମିତା ସାହୁ, ଆଦିତ୍ୟ ସାହୁ ଓ କାର୍‌ ଡ୍ରାଇଭର ସନ୍ତୋଷ ନାୟକ। ସମସ୍ତଙ୍କ ଘର ନୟାଗଡ଼ ଜିଲ୍ଲା ନନ୍ଦିଘରରେ ।

Advertisment

ଚିରଞ୍ଜିବୀଙ୍କ ଝିଅ ନୟାଗଡ଼ରେ ପାଠ ପଢ଼େ। ଏଥିପାଇଁ ଚିରଞ୍ଜିବୀଙ୍କ ସମେତ ତାଙ୍କ ସ୍ତ୍ରୀ ଓ ପୁଅ ଝିଅକୁ ହଷ୍ଟେଲରେ ଛାଡ଼ିବାକୁ ଗତକାଲି ନୟାଗଡ଼ ଆସିଥିଲେ। ଝିଅକୁ ଛାଡ଼ି ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରିଲା ବେଳେ କରଡ଼ା ନିକଟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଡ୍ରାଇଭର ସମେତ ୪ ଜଣଙ୍କର ମୃତ୍ୟୁ ଘଟିଥିଲା।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଡ୍ରାଇଭରର ଆଖିଲାଗି ଯାଇଥିବା ଯୋଗୁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି।

Advertisment

ଚିରଞ୍ଜିବୀ ଏକ  ରାଇସ ମିଲ୍‌ର ମାଲିକ ବୋଲି ଜଣାପଡ଼ିଛି।

Advertisment
Advertisment